ଦୈନିକ ରାଶିଫଳ: 04 ଅକ୍ଟୋବର 2023, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶିଳ୍ପବାଣିଜ୍ୟ ଓ ପରିବହନ ବ୍ୟବସାୟରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ ଯଶ ପାଇବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ଆନୁଷ୍ଠାନିକ ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ ଓ ବିଭିନ୍ନ ଦିଗରୁ ଲାଭବାନ୍ ହେବେ। ରାଜନୀତିରେ ଲୋକସମ୍ପର୍କ ବଢ଼ିବ। ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ସମସ୍ତକର୍ମ ବହୁତ ସହଜରେ ସମ୍ପନ୍ନ ହେବା ଫଳରେ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ କ୍ଷାତି ବଢ଼ିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ। କଳା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଲେ ଯଶପ୍ରାପ୍ତି ହେବ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ବିଶେଷ ସମୟ ଦେବାକୁ ପଡ଼ିବ। ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।

କର୍କଟ:-କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତିକରି ପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ପାଇଁ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ। ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ। ବ୍ୟବସାୟୀ ମାନଙ୍କର ବହୁବିଧ ଲାଭ ମିଳିବ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ପ୍ରତିକାର:-ଦ୍ରୁଷ୍ଟିହୀନ, ଦିବ୍ୟାଙ୍ଗ, ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ବନ୍ଧୁମିଳନ ହେତୁ ମନଖୁସୀ ରହିବ।ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ନିଜର ଯୋଜନାମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବ ନାହିଁ। ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦେଖାଦେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସାମାଜିକ ଉତ୍ସବରେ ଯୋଗ ଦେଲେ ସଫଳତା ମିଳିବ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। ଟଙ୍କା ପଇସା ପ୍ରତି ଅତ୍ୟନ୍ତ ସତର୍କତା ଆବଶ୍ୟକ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡ଼କୁ ନଜରଦେଇ କାମକରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟ କ୍ଷେତ୍ରରେ ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିପାରେ। ଧନ ସମ୍ବନ୍ଧୀୟ ମାମଲାରେ ବୁଦ୍ଧି ଓ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ। ପାରିବାରିକ ଜୀବନରେ ସୁଧାର ହେବ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମକର:-ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ। ରାଜ ନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ। ବନ୍ଧୁ ମିତ୍ରମାନେ ସହଯୋଗ କରିବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ କ୍ଷେତ୍ରରେ ଅଶାନ୍ତି ଦୂରେଇ ଯିବ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। କୌଣସି ଗୁରୁତ୍ଵପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ଵାସୀ ମନେ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-କର୍ମକ୍ଷେତ୍ରରେ ନିଜ କର୍ମଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ଅକ୍ଷୁର୍ଣ୍ଣ ରହିବ। ଶତ୍ରୁହାନି, ଉଚ୍ଚପ୍ରଶଂସାଲାଭ, ଦମ୍ଭସାହସବୃଦ୍ଧି, କ୍ଷମା ଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ। ଆର୍ଥିକ ଚିନ୍ତା ଦୁରହେବ ଓ ସ୍ୱାସ୍ଥ୍ୟରେ ଉନ୍ନତି ଦେଖା ଦେବ। ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବା ସହ ଉଚ୍ଚ ଆଶାରେ ଆଗେଇବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ଶାରିରୀକ ଅସୁସ୍ଥତା ଦୂରହେବାସହ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବା ସହ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ। ରାଜନୀତିରେ ଲୋକ ସମ୍ପର୍କରେ ଉନ୍ନତି ହେବ। କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବା ଯୋଗେ ଉପରିସ୍ଥଙ୍କ ଶ୍ରଦ୍ଧା ଓ କୃପାଭାଜନ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!