ଦୈନିକ ରାଶିଫଳ: 04 ଅଗଷ୍ଟ 2023, ଶୁକ୍ରବାର, ମା’ସନ୍ତୋଷୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ ଓ ଉନ୍ନତି ମୂଳକ ସଂବାଦ ମିଳିପାରେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ।ଅଧାଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶତ୍ରୁବାଧା ଦୂରେଇ ଯିବ ଓ ଋଣରୁ ମୁକ୍ତି ମିଳିବ। ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ। ସନ୍ତାନମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ। ରାଜନୀତିରେ ଲୋକସମର୍ଥନ ପ୍ରଚୁର ମିଳିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ମନ ବଳେଇବେ। ଧୈର୍ଯ୍ୟ ସହନ ଶୀଳତା ଯୋଗେ ଯଶ ମିଳିବାସହ ଆର୍ଥୀକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ପରିବାର ସଦସ୍ୟମାନଙ୍କ ସହାୟତା ପାଇ ସମସ୍ତ କାର୍ଯ୍ୟକୁ ଯୋଜନାବଦ୍ଧ ଢଙ୍ଗରେ କରିବେ। ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ। କଠିନରୁ କଠିନତମ କାର୍ଯ୍ୟକୁ ଧୈର୍ଯ୍ୟରସହ ସମ୍ପାଦନ କରି ପାରିବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବାଦବିବାଦ, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା ବିଗିଡି ଥିବା କର୍ମ ସଜାଡିହେବ। ରାଜନୀତିରେ ଲୋକପ୍ରିୟତା ହାସଲ କରିବେ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ ଓ ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବାସହ ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ ଓ ଅଧାଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ଅତୀତରେ ଆପଣଙ୍କ ଦ୍ୱାରା କରାଯାଇଥିବା ଭଲ କାର୍ଯ୍ୟପାଇଁ ପ୍ରଶଂସିତ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ପରୀକ୍ଷା ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବାସହ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ତୁଳା:-ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବାସହ ପାରିବାରିକ ଜୀବନରେ ଶାନ୍ତି ପାଇବେ। ସାଧାରଣ କେତେକ ସୁବିଧା ସୁଯୋଗକୁ ବାଦ୍ ଦେଲେ ଅନ୍ୟାନ୍ୟ କ୍ଷେତ୍ରରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ। କିନ୍ତୁ ଗାମ୍ଭୀର୍ଯ୍ୟପୂର୍ଣ୍ଣ ଯୁକ୍ତିଯୁକ୍ତ କଥା ପରିସ୍ଥିତିକୁ ସମ୍ଭାଳିବାରେ ସମର୍ଥ ହୋଇ ପାରିବ। ମନ ଭଲ ରହିବ ନାହିଁ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-ସହନଶୀଳତା ଯୋଗେ ପ୍ରଶଂସା ମିଳିବ। ପିଲାମାନଙ୍କ ସଫଳତାରେ ଖୁସିହେବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ବୌଦ୍ଧିକ ତଥା ଭାବନାତ୍ମକ ରୂପରେ ଅଧିକସକ୍ଷମ ଏବଂ ଅନୁଭବୀ ହେବେ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ବିରୋଧୀମାନେ କରିଥିବା ଷଡଯନ୍ତ୍ରରୁ ମୁକୁଳି ପାରିବେ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ଅନେକ କାର୍ଯ୍ୟ କଳାପରେ ସମ୍ପୃକ୍ତ ହେବେ। ସାମାଜିକ ଉତ୍ସବରେ ଯୋଗ ଦେଲେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇବେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହୋଇପାରେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ରାଜନୀତି କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କୁମ୍ଭ:-ସନ୍ତାନଙ୍କ ସୁ ଖବର ପାଇବା ଫଳରେ ଖୁସି ହେବେ। ରାଜନୈତିକ କ୍ଷେତ୍ରରେ ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବା ସହ ଆର୍ଥିକ ଚିନ୍ତା ଦୁରହେବ। ପାରିବାରିକ ଜୀବନ ଆନନ୍ଦମୟ ହେବାସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମୀନ:-ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ଏମିତି କାର୍ଯ୍ୟ କରିବେ ଯାହା ଫଳରେ ଲୋକମାନେ ଆପଣଙ୍କ ପ୍ରତି ପ୍ରସନ୍ନ ରହିବେ। ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହେବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!