ମେଷ:-କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବୃଷ:-ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ। ଦୂରସ୍ଥାନକୁ ଯାତ୍ରା କରିବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଯଶସ୍ଵୀ ହେବେ। ଜନ ସେବାରେ ନିଜକୁ ନିୟୋଜିତ କରିବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।
ମିଥୁନ:-ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ରେ କୃତକାର୍ଯ୍ୟ ହେବେ। ବିରୋଧିମାନେ ଦୂରେଇ ଯିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
କର୍କଟ:-ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବା ସହ ଗୃହବାହାନ ପ୍ରାପ୍ତି ହୋଇପାରେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ। ମନୋକାମନା ପୂରଣ ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ସହଜରେ ପାଇ ପାରନ୍ତି। କର୍ମକ୍ଷେତ୍ରରେ ପରିବର୍ତ୍ତନ ଆସିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ସିଂହ:-ନିଜର କ୍ଷମତାକୁ ଯଥା କ୍ଷେତ୍ରରେ ପ୍ରୟୋଗ କରି ବିଶେଷ ଲାଭବାନ ହୋଇ ପାରିବେ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟ ବଢ଼େଇବା ପାଇଁ ନୂଆ ଭାଗିଦାରୀ ଖୋଜିବେ। ନିଜର ଲକ୍ଷ୍ୟ ପୂରଣ କରିବା ପାଇଁ ଆଗ୍ରହୀ ହେବେ। ନିଜର କଥାବାର୍ତ୍ତା ଓ ଚେଷ୍ଟା ଦ୍ୱାରା ବଡ଼ଧରଣ ବ୍ୟବସାୟର ଡିଲ୍ ନିଜ ନାମରେ କରିପାରିବେ। କୌଣସି ବଡ କମ୍ପାନୀରେ ଇଣ୍ଟରଭ୍ୟୁ ଦେଇପାରନ୍ତି। ଆଶାଠାରୁ ଅଧିକ ଧନ ଲାଭ ହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
କନ୍ୟା:-ଋଣ ଭରଣାରେ ସହଜ ହେବ। ଶତୃମାନେ ପରାଜିତ ହେବେ। ଧନଲାଭ ହେବାଦ୍ୱାରା ସମସ୍ତକାର୍ଯ୍ୟ ପୂର୍ଣ୍ଣ ହେବ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ। ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। କର୍ମକ୍ଷେତ୍ର ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସଂପାଦନ ହେବ ଓ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
ତୁଳା:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।
ବିଚ୍ଛା:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ଧନୁ:-ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ। ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରେମିକ ପ୍ରେମିକା ମାନଙ୍କର ଆମୋଦ ପ୍ରମୋଦ, ମନୋରଞ୍ଜନରେ ଆଗ୍ରହ ବଢିବ। ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ନୂତନ ଯୋଜନାରେ ସଫଳତା ମିଳିବା ସହ ଆର୍ଥିକ ଉନ୍ନତିହେବ। ପୂର୍ବରୁ ଥିବା ପାରିବାରିକ ସମସ୍ୟା ସମାଧାନ ହେବ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ଅବିବାହିତ ଯୁବକ ଓ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ପ୍ରତିକାର- କଉଡି ଗୋଟିଏ ପାଖରେ ରଖନ୍ତୁ।
କୁମ୍ଭ:-ସ୍ୱାସ୍ଥ୍ୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ। ବ୍ୟବସାୟରେ ଶତୃ ପରାଜିତ ହୋଇ ବାକିଥିବା ଅର୍ଥପ୍ରାପ୍ତି ହେବା ଫଳରେ ଭଲ ଲାଭ ପାଇବେ। ଗୃହସ୍ଥ ଜୀବନ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇ ସୁଖମୟ ହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ବାସସ୍ଥାନ ବା ଯାନବାହାନର ନବୀକରଣ କରି ପାରନ୍ତି। ଅବିବାହିତ ଯୁବକ ଓ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।
ମୀନ:-ବିଦ୍ୟାରେ ଉନ୍ନତିହେବା ସହ ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଶିଳ୍ପବାଣିଜ୍ୟ ଓ ପରିବହନ ବ୍ୟବସାୟରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ ଯଶ ପାଇବେ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ସ୍ୱାସ୍ଥ୍ୟ ହାନୀ ହେବାର ସମ୍ଭାବନା ଅଧିକ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।