ମେଷ:-ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରାଜନୈତିଜ୍ଞ, ଶିଳ୍ପକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ।ଯେକୌଣସି କାର୍ଯ୍ୟରେ ହାତ ଦେବେ ତାହା ସଫଳ ହେବ। କୃଷିଜୀବୀମାନେ କୌଣସି ବାଧା ବନ୍ଧନ ନମାନି ଚାଷଦ୍ରବ୍ୟ ଅଧିକ ମୂଲ୍ୟରେ ବିକ୍ରିକରିବାର ସୁଯୋଗ ପାଇବେ। ଧାନ, ଗହମ, ବାଜେରା, ମକା, ପନିପରିବା କ୍ଷେତରୁ ବେଶ୍ ଲାଭବାନ ହୋଇ ପାରିବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।
ବୃଷ:-ଧନ ପ୍ରାପ୍ତି ହେବାର ଉପଯୁକ୍ତ ସମୟ ଅଟେ। କୌଣସିଥିରେ ଅଭିମାନ ନଥାଇ ସନ୍ତାନମାନେ ସୁନାମ ଅର୍ଜନ କରିବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପଢାପଢିରେ ମନ ଲାଗି ରହିବ ଓ ପରୀକ୍ଷାରେ କୃତକାର୍ଯ୍ୟ ହୋଇ ଉଚ୍ଚଶ୍ରେଣୀ ପାଇବେ ଏବଂ ଉଚ୍ଚଶିକ୍ଷା ପାଇବାର ସୁଯୋଗ ମଧ୍ୟ ରହିଛି। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ସମସ୍ତ ପ୍ରକାର ପରିବେଶ ଓ ପରିସ୍ଥିତି ଆପଣଙ୍କ ସପକ୍ଷରେ ରହିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ମିଥୁନ:-ବ୍ୟବସାୟ କ୍ଷେତ୍ରରେ ଭାଗ୍ୟ ଅନୁକୂଳ ହେତୁ ଆଶାତିତ ଲାଭ ମିଳିବ। ସେୟାର, ଲଟେରୀ ଆଦିରେ ଅଚାନକ ଧନଲାଭ ହେବ। ଜ୍ୟୋତିଷ, ଧାର୍ମିକଶାସ୍ତ୍ର, ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଆଗ୍ରହ ବଢିବ। ଘର ବା କାର୍ଯ୍ୟଳୟ ପରିବର୍ତ୍ତନ କରିପାରନ୍ତି ଯାହା ଫଳରେ ଆନନ୍ଦିତ ହେବେ। ମନୋରଞ୍ଜନ ଓ ହସ-ଖୁସିରେ ଦିନ କାଟିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
କର୍କଟ:-ଛାତ୍ରଛାତ୍ରୀମାନଙ୍କୁ ବିବାଦମାନ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡିବା ସହ ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଭାବ ଦେଖାଦେବ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ଉଧାର ଦେଇଥିବା ଟଙ୍କା ଫେରି ପାଇବେ। ଚାକିରୀପାଇଁ ଚେଷ୍ଟାକରୁଥିଲେ ଶିକ୍ଷାକ୍ଷେତ୍ର, ଧର୍ମାନୁଷ୍ଠାନ, ଭୋଜନାଳୟ, ପ୍ରଶାସନ ବିଭାଗ, ଖାଦ୍ୟସଂବନ୍ଧୀୟବିଭାଗ, ଖାଦ୍ୟପ୍ରସ୍ତୁତି କରୁଥିବା କାରଖାନାରେ ଯୋଗାଯୋଗକରନ୍ତୁ। ଇଂରାଜୀ ପ୍ରଫେସର, ଅଭିନେତା ଓ ଅଭିନେତ୍ରୀ, ସଙ୍ଗୀତଜ୍ଞ, ଉଚ୍ଚ ଅଧିକାରୀ ପଦ ପଦବୀରେ ଥିବା ବ୍ୟକ୍ତିମାନେ ପ୍ରଶଂସିତ ହେବେ। ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କନ୍ୟା:-ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ। କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ହେବ। ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ। କାର୍ଯ୍ୟାଳୟରେ ଆଲୋଚନା ସରଗରମ ହୋଇପାରେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ସମାଜକଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରି ପ୍ରଶଂସିତହେବେ । ଶିକ୍ଷାକ୍ଷେତ୍ରରେ ଅତ୍ୟନ୍ତ ସଫଳତାସହ ପରୀକ୍ଷାରେ ଉତ୍ତୀର୍ଣ୍ଣହେବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବିଚ୍ଛା:-ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବ୍ୟାପାର ଓ କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ରହିବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ବ୍ୟବସାୟୀ ମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ। କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମକର:-ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ବ୍ୟବସାୟୀମାନେ ଧୈର୍ଯ୍ୟ ଓ ସଂଯମତା ରଖିବା ଆବଶ୍ୟକ ନତୁବା ଅଧିକ ଫାଇଦା ଉଠାଇବା ଚକ୍କରରେ ବ୍ୟୟ ଅଧିକ ହୋଇଯିବ।ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ। ଧର୍ମ କାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ପ୍ରତିକାର- କଉଡି ଗୋଟିଏ ପାଖରେ ରଖନ୍ତୁ।
କୁମ୍ଭ:-ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ସାମାଜିକ କାର୍ଯ୍ୟରେ ଯୋଗଦାନ କରି କ୍ରୋଧ ହେତୁ କାର୍ଯ୍ୟରେ ଅସଫଳ ହେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ପ୍ରତିଷ୍ଠାର ଅଧିକାରୀ ହେବେ। ପରିବାର ଜନଙ୍କ ସହ ସୁଖ ଶାନ୍ତିରେ ଦିନ କଟାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ଶିକ୍ଷାର୍ଥୀମାନେ କଠିନ ପରିଶ୍ରମ କଲେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ପ୍ରତିକାର- ଗୋଟାଗୁଆ ଗୋଟିଏ ପକେଟରେ ରଖି ଯାତ୍ରା କରନ୍ତୁ।
ମୀନ:-କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତହେବେ। ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠ ପଢାରେ ମନଯୋଗ ଦେବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ସମ୍ପର୍କୀୟମାନଙ୍କ ପାଇଁ ଚିନ୍ତିତ ହୋଇ ପାରନ୍ତି ଓ ଶରୀର କ୍ଳାନ୍ତ ଅନୁଭବ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।