ଦୈନିକ ରାଶିଫଳ: 04 ଜାନୁୟାରୀ 2024, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବରିଷ୍ଠ ବ୍ୟକ୍ତିଙ୍କ ଆଶୀର୍ବାଦ ପାଇ କର୍ମକ୍ଷେତ୍ରରେ ଆପଣଙ୍କର କାର୍ଯ୍ୟ ପ୍ରଶଂସିତ ହେବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ। ଶତ୍ରୁନାଶ ହେବାସହ ଧନପ୍ରାପ୍ତି ହେବ ଓ ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ କରିବାକୁ ଚେଷ୍ଟିତ ହେବେ। ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ହେବ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଉଚ୍ଚ ପ୍ରଶଂସିତ ହେବେ। କର୍ମଚାରୀ ଓ ଶ୍ରମିକମାନେ କଠିନ ପରିଶ୍ରମ କରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ବ୍ୟବସାୟ ବଢାଇବାରେ ସମର୍ଥ ହେବା ସହ ଉଧାର ଦେଇ ଫେରି ପାଇବା ସହଜ ହେବ। ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ଚାଲୁ କରିବାକୁ ସକ୍ଷମ ହେବେ। ରାସ୍ତାରେ ଘାଟରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ତଳ ମହଲରୁ ଆଶାତୀତ ଲାଭ ପାଇବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ବ୍ୟବସାୟରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବା ସହ ନୂଆ ସମ୍ପର୍କ ଭବିଷ୍ୟତରେ ଲାଭ ଦାୟକ ହେବ। ସନ୍ତାନମାନଙ୍କର ନୂଆ ସୁଯୋଗ ମିଳିବା ହେତୁ ଉନ୍ନତିର ପଥ ସୁଗମ ହେବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-ସାମାନ୍ୟ ଚେଷ୍ଟାଦ୍ଵାରା ଭୂମି, ଧନ, ଗୋମାତା ପ୍ରାପ୍ତି ହୋଇ ପାରେ। ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାର ନାହିଁ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ପ୍ରତିକାର-ଫିକାରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ସିଂହ:-ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି ଓ ସମ୍ମାନ ବୃଦ୍ଧି ହେବ। ପାରିବାରିକ ତିକ୍ତତାର ସମସ୍ୟା ଦୂର ହୋଇ ସାଧାରଣ ଚଳଣି ଅତୁଟ ରହିବ। ବନ୍ଧୁ, ମିତ୍ର ମାନଙ୍କ ଦ୍ୱାରା ଲାଭବାନ୍ ହେବେ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖି ପାରନ୍ତି। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ରାଜନୀତି କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟି ଶାରୀରିକ କଷ୍ଟ ଦୂର ହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ସଫଳତା ମିଳିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବା ସହ ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ପ୍ରତିକାର-ନାଲିରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ଧନୁ:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଶତୃମାନେ ପରାଜିତ ହେବେ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବାସହ ଆୟ ଉପାର୍ଜନ ବୃଦ୍ଧି ପାଇବ। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟି ସମସ୍ତ କର୍ମ ସହଜରେ ସମ୍ପନ୍ନ ହେବ। ବ୍ୟବସାୟକୁ ବିସ୍ତାର କରିବାକୁ ଯୋଜନା କରି ପାରିବେ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ମକର:-ପରିବାରରେ ପ୍ରତିକୂଳ ପରିସ୍ଥିତି ଦୂରେଇ ଯାଇ ଶାନ୍ତିର ବାତାବରଣ ଦେଖା ଦେବ। ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁ ଖୁସି ରହିବେ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ରାଜନୀତି କ୍ଷେତ୍ରରେ ସୁସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କୁମ୍ଭ:-ଶିକ୍ଷାକ୍ଷେତ୍ରରେ ଶୁଭଫଳ ପ୍ରାପ୍ତି ହେବ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ପାରିବାରିକ ସମସ୍ୟା ସୁଧାରି ନେବା ଫଳରେ ସୁଖ ସମ୍ପଦ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସୁଖ ସମ୍ପଦ ପ୍ରାପ୍ତି ହେବାସହ ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ସଫଳତା ମିଳିବ। ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ପାରନ୍ତି। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। ପ୍ରତିକାର:-କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!