ଦୈନିକ ରାଶିଫଳ: 04 ଜାନୁୟାରୀ 2025, ଶନିବାର, ଶନିଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଅଫିସ୍ ରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସଯୋଗ ମିଳିବ। ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ଚେଷ୍ଟାରେ ସଫଳ ହେବେ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ। ଯାନଆରୋହଣ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରନ୍ତୁ ନାହିଁ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ମାଲିମକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ଅଫିସ୍ ରେ ଅଟକି ରହିଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରି ସମସ୍ୟାକୁ ସମାଧାନ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପରିବାରରେ ଖୁସିର ବାତାବରଣ ସ୍ଥାୟି ରହିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ପରିବାରରେ ଆର୍ଥିକ ଉନ୍ନତି ହେବ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପାରିବାରିକ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବେ କିନ୍ତୁ ମାନମର୍ଯ୍ୟାଦା ଉପରେ ଆଘାତ ଲାଗିପାରେ। କେହି ବାଦ ସାଧିବା ଉଦେଶ୍ୟରେ କାଗଜପତ୍ର ଗୋଳମାଳ କରାଇ ପାରନ୍ତି। ତେଣୁ ସତର୍କ ରହିବା ଉଚିତ୍। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସହଜ ସରଳରେ କର୍ମ ନିଯୁକ୍ତି ପାଇବେ। କଠିନ ପରିଶ୍ରମ କରିବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। ବ୍ୟାପାର ଓ ବ୍ୟବସାୟରେ ଉନ୍ନତି ହେବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଅଧୁରା କାର୍ଯ୍ୟ ପୂରଣ ପାଇଁ ପ୍ରୟାସରତ ହେବେ। କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ବିଚ୍ଛା:-ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ସାଧାରଣ ଘଟଣାଯୋଗୁ ବନ୍ଧୁଙ୍କ ସହ ଯୁକ୍ତିତର୍କଠାରୁ ଦୂରେଇ ରହିବା ଉଚିତ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ସନ୍ତାନଙ୍କ ଚିନ୍ତାରେ ମାନସିକ ଚିନ୍ତା ବୃଦ୍ଧି ହେବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ। ମାନସିକ ଦୁଶ୍ଚିନ୍ତା ଦୂରହେବ, ଆୟରସ୍ରୋତ ଖୋଲିଯିବ ଓ ବିନା ପରିଶ୍ରମରେ ଧନପ୍ରାପ୍ତି ହେବ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରନ୍ତି। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ରୋଜଗାର ସମସ୍ୟା ସୁଧୁରି ଯିବ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ ପାଇବେ। ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କୁମ୍ଭ:-ସାଂସାରିକ ଜୀବନ ସୁଖମୟ ହେବା ସହ ପତି ପତ୍ନୀଙ୍କ ମନ ଭଲ ରହିବ। ମାନସିକ ଅଶାନ୍ତି ଦୂର ହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ପ୍ରତିକାର- ନୀଳ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମୀନ:-ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ପ୍ରେମ କ୍ଷେତ୍ରରେ ଥିବା ସମସ୍ୟା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!