ଦୈନିକ ରାଶିଫଳ: 04 ଜୁନ୍ 2023, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଅର୍ଥ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ମାନସିକ ଚିନ୍ତା ବୃଦ୍ଧି ହେବା ସହ ପୈତୃକ ସମ୍ପତ୍ତିରେ ସମସ୍ୟା ଦେଖାଦେଇ ପାରେ। ସତର୍କତା ଅବଲମ୍ବନ ନକଲେ ମାନହାନୀ ହେବାର ବିଶେଷ ସମ୍ଭାବନା ଅଛି। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ। ଧନଧାନ୍ୟ, ଗୋସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାର ଯୋଗଅଛି। ଛାତ୍ର ଛାତ୍ରୀମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ପଦୋନ୍ନତିର ସଂକେତ ପାଇବା ସହ ସମ୍ମାନର ଆଧିକାରି ହେବେ। ପରିବାରରେ ଶାନ୍ତିଶୃଙ୍ଖଳା ବୃଦ୍ଧି ହେବା ସହ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-ଶାରିରୀକ ଅସୁସ୍ଥତା ଦୂରହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ ଓ ପାରିବାରିକ ଜୀବନ ସୁଖମୟ ହେବ। ମିତ୍ରଙ୍କ ସାହାଯ୍ୟ ସହଯୋଗ ପାଇ ଜାଗା, ଜମି କ୍ରୟ କରିବାର ସୁବିଧା ପାଇବେ।ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ସମସ୍ତ କ୍ଷେତ୍ରରେ ସଫଳତା ମିଳିବାସହ ମାନସିକ ଶାନ୍ତି ପାଇବେ। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗଅଛି। ସାହିତ୍ୟ, କଳା କ୍ଷେତ୍ରରେ ଆକର୍ଷିତ ହେବାସହ ଶିକ୍ଷାକ୍ଷେତ୍ରରେ ସୁନାମ ଅର୍ଜନ କରି ପାରିବେ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ବନ୍ଧୁଙ୍କ ଠାରୁ ଆର୍ଥିକ ସାହାଯ୍ୟ ପାଇ ପାରିବାରିକସ୍ତର ହସ ଖୁସିରେ କଟିବ। ବ୍ୟବସାୟୀମାନେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପାରିବାରିକ କ୍ଷେତ୍ରରେ ଅନେକ କାର୍ଯ୍ୟର ସମାଧାନ ହୋଇ ଶାନ୍ତି ବିରାଜମାନ କରିବ। ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହେବେ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-ଶରିର ସୁସ୍ଥ ରହିବାସହ ଶତୃମାନେ ମିତ୍ରଭାବ ଆଚରଣ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇଯିବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ସମାଜ ସେବାରେ ସ୍ଵନାମ ଅର୍ଜନ କରିବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଶାରିରୀକ ଅସୁସ୍ଥତା ଦୂର ହେବାସହ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ପରିବାର ସମ୍ବନ୍ଧୀୟ ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ। ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବା ସହ ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଖୁସିହେବେ। ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ବ୍ୟବସାୟରେ ଲାଭବାନ ହେବେ। ସନ୍ତାନ ସମ୍ବନ୍ଧିୟ ଶୁଭ ସମାଚାର ପାଇବାସହ ଦୂରଯାତ୍ରାର ସୁଯୋଗ ପାଇବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବାସହ ସମ୍ପତ୍ତି ସମ୍ବନ୍ଧୀୟ ମାମଲା ସମାଧାନ ହୋଇଯିବ। ନିଜର ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପ୍ରତିକାର- ନାଲି ରୁମାଲଟିଏ ପାଖରେ ରଖନ୍ତୁ।

ଧନୁ:-ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇ ପାରନ୍ତି। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ କ୍ଷତି ସହି ବାକୁ ପଡି ପାରେ। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ମାନସିକ କଷ୍ଟ ଭୋଗି ପାରନ୍ତି। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।

ମକର:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବାସହ କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ଶତୃନାଶ, ଧନପ୍ରାପ୍ତି, ଉଚ୍ଚ ସମ୍ମାନ ପାଇବେ ଓ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ। ସେବାସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣକରି ଭଦ୍ର ବ୍ୟକ୍ତିଭାବେ ପ୍ରଶଂସା ପାଇବେ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କୁମ୍ଭ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକଶାନ୍ତି ମିଳିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ଆର୍ଥିକ ସ୍ଥିତି ସ୍ଵଛଳ ରହିବା ଫଳରେ ବ୍ୟବସାୟର ପରିବର୍ତ୍ତନ କରିବାର ଇଚ୍ଛା ହେବ। ବିଦେଶ ଯାତ୍ରାର ସୁଯୋଗ ପାଇବାସହ ସୁଖଶାନ୍ତି, ଯଶଲାଭ ହେବ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ପ୍ରତିକାର- ନୀଳ ରୁମାଲଟିଏ ପାଖରେ ରଖନ୍ତୁ।

ମୀନ:-ନୂଆଲକ୍ଷ ପୂରଣ କରିବା ପାଇଁ ସହଯୋଗ ପାଇବେ ଓ କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସଖୁସିରେ ବାତାବରଣ ଖେଳିଯିବ। ନିଜର ଯୋଜନା ମୁତାବକ କାମକରିଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ସାମାଜିକ କାର୍ଯ୍ୟରେ ଭାଗନେଇ ଗଠନମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!