ମେଷ:-ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। କର୍ମକ୍ଷେତ୍ରରେ ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।
ବୃଷ:-ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକସ୍ଥିତି ସୁଦୃଢ ହେବ। କୋର୍ଟ କଚେରୀ ମାମଲାରେ ବେଶି ଉପକୃତ ହେବେ। କାର୍ଯ୍ୟ କ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ମାନସମ୍ମାନ ବୃଦ୍ଧିହେବା ସହ ସୁଖଶାନ୍ତି ପାଇବେ। କର୍ମକ୍ଷେତ୍ରରେ ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ବ୍ୟବସାୟିକ ସ୍ଥିତି ସୁଧୁରିଯାଇ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ।
ମିଥୁନ:-ସାମାଜିକ ପତିଆରା ଅମଳିନ ରହିବ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ପ୍ରତିକାର- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।
କର୍କଟ:-ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ। ପୁରୁଣା ନିବେଶ ଲାଭ ଦେବ। ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ସିଂହ:-ଶାରୀରିକ କଷ୍ଟ ଦୂର ହେବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ସନ୍ତାନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିପାରେ। ବନ୍ଧୁମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ସୁଖଶାନ୍ତିରେ ଦିନ କାଟିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କନ୍ୟା:-କର୍ମକ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଦାମ୍ପତ୍ୟ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ମିତ୍ରଙ୍କ ସହାୟତା ଦ୍ଵାରା ଉନ୍ନତି ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ସାମାଜିକ ପତିଆରା ଅମଳିନ ରହିବ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। କର୍ମଚାରୀଙ୍କର ପଦୋନ୍ନତି ସହ ସ୍ଥାନାନ୍ତର ଯୋଗ ଅଛି। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ଉଚିତପନ୍ଥା ଗ୍ରହଣ କରି ନିଯେ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ। କୋର୍ଟ କଚେରୀ ମାମଲାର ଶୁଣାଣି ଯୋଗେ ବ୍ୟସ୍ତତା ବଢିଯିବ। କର୍ମକ୍ଷେତ୍ରରେ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ବ୍ୟବସାୟିକ କ୍ଷେତ୍ରରେ ପରିଶ୍ରମ କଲେ ଧନ ପ୍ରାପ୍ତି ହେବ। ବହୁତ କଷ୍ଟ ଓ କଠିନ ପରିଶ୍ରମ କଲେ ବିଦ୍ୟାକ୍ଷେତ୍ରରେ ସଫଳତା ପାଇବେ।
ଧନୁ:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଓ ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେଇ ପାରନ୍ତି। ଶାରିରୀକ ଅସୁସ୍ଥତା ସହ ମାନସିକ ଅଶାନ୍ତି ଦୂରେଇ ଯିବ। ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ।
ମକର:-ସନ୍ତାନର ଶିକ୍ଷା ପାଇଁ ଦୂର ଯାତ୍ରା କରିବାକୁ ପଡ଼ିବ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପ୍ରେମୀ ପ୍ରେମିକାଙ୍କ ସାମଞ୍ଜସ୍ୟ ସୃଷ୍ଟି ହେବ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍।
କୁମ୍ଭ:-କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟମିଳିବ। ଦୂରଯାତ୍ରାରେ ସଫଳ ହେବେ। ବକେୟା ଅର୍ଥ କିଛି ମିଳିବ। ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ପାରିବାରିକ ଜୀବନରେ ସୁଖଶାନ୍ତି ପାଇବା ସହ ସୁସମ୍ବାଦ ପ୍ରାପ୍ତି ହେବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ।
ମୀନ:-ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଓ ଅଧିକ ଲାଭ ମିଳିପାରେ। ବନ୍ଧୁମିତ୍ରଙ୍କ ସହିତ ସମୟ ବିତେଇବେ। ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ।ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।