ଦୈନିକ ରାଶିଫଳ: 04 ଡିସେମ୍ବର 2023, ସୋମବାର, ମହାଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଛାତ୍ରଛାତ୍ରୀମାନେ ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା ଓ ପ୍ରତିଯୋଗୀତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ସହକର୍ମୀଙ୍କ ବ୍ୟାପାରରେ ମୁଣ୍ଡ ପୂରାଇଲେ ମାନସିକ ସ୍ଥିତି ଭଲ ରହିବ ନାହିଁ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶତୃମାନେ ଷଡ଼ଯନ୍ତ୍ର କରି ଅପଦସ୍ତ ହେବେ। ଯଶଲାଭ, ଆର୍ଥିକ ଉନ୍ନତି, ଶୁଭ ସମ୍ବାଦ ପ୍ରାପ୍ତିହେବ। ପ୍ରେମିକ ପ୍ରେମିକା ମାନଙ୍କର ପୂରାତନ ବନ୍ଧୁମିତ୍ରଙ୍କ ସହଯୋଗ ଅଧିକ ଲାଭଦାୟକ ହେବ। ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ। ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ। ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଆନନ୍ଦିତ ହେବ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇ ପାରେ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସାମାଜିକ ସ୍ତରରେ ଶୁଭ କାମ କରି ପ୍ରଶଂସିତ ହେବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗୀ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଓ ଶିଳ୍ପବାଣିଜ୍ୟ କାମରେ ପ୍ରଶଂସା ମିଳିବ। ପରିବାରରେ ଆଦରପାଇ ସୁଖଭୋଗ କରିବେ। ଧୈର୍ଯ୍ୟ ଓ ବୁଦ୍ଧିମତା ଯୋଗେ କରିଥିବା କାର୍ଯ୍ୟର ପରିଣାମ ଆପଣଙ୍କ ପକ୍ଷରେ ରହିବ। ସମ୍ବାଦିକତାରେ ପ୍ରଶଂସିତ ହେବେ। ଯାନ ବାହନରେ ସାବଧାନତା ଅବଲମ୍ବନ କରନ୍ତୁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଚିନ୍ତା ବା ସମସ୍ୟା ଦୂର ହେବ। ସନ୍ତାନମାନଙ୍କ ପାଇଁ ଆନନ୍ଦିତ ହେବେ ଓ ଗଠନ ମୂଳକ ସାମୁହିକ ଗତିବିଧି ଦ୍ଵାରା ସଫଳତା ପ୍ରାପ୍ତ କରିବେ। ଛାତ୍ରଛାତ୍ରୀ ମାନଙ୍କର ମାନସିକ ବିକାଶ ଘଟିବ। ନୂଆ ନିଯୁକ୍ତି ପାଇବାର ଯୋଗ ଅଛି।ବ୍ୟବସାୟ କ୍ଷେତ୍ରରେ ଅଚାନକ ଧନପ୍ରାପ୍ତି ହେବ। ମନବଳ ଦୃଢିଭୁତ ହେବା ଫଳରେ ସମ୍ୟକ ବୁଦ୍ଧି ଜାଗ୍ରତ ହେବା ସହ ଇଛାଶକ୍ତି ପ୍ରବଳ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କନ୍ୟା:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଦୂରଯାତ୍ରାରେ ସଫଳତା ମିଳିବ। ଅଚାନକ ଭାବରେ ଧନ ପ୍ରାପ୍ତି ହେବ। ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରେମକ୍ଷେତ୍ରରେ ଶୁଭ ସୂଚନା ମଧ୍ୟ ପାଇବେ। କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ୍ ରହିବ। ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ। ସାଧାରଣ ଲୋକଙ୍କୁ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ମାଲିମୋକଦ୍ଦମାରେ ଶୀଘ୍ର ଫଇସଲା ଦିଗ ଉନ୍ମୁକ୍ତ ହେବ ଓ ମୁଣ୍ଡ ଉଚ୍ଚ ରହିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ବ୍ୟବସାୟୀ ମାନେ ପ୍ରଚୁର ଲାଭ ପାଇବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ ଓ ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ।ବିଦ୍ୟା କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-ସରକାରୀ କାମରେ ସଫଳତା ପାଇବା ଫଳରେ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସଫଳତା ପାଇ, ସମୟ ହସ ଖୁସିରେ ବିତିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ଦୂର ହେବ।ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ଦୂରଯାତ୍ରା କରି ମନ ଖୁସି ରହିବ। ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟି ପାରେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ସାମାଜିକ କାର୍ଯ୍ୟରେ ସମୟ ବିତେଇବେ। ଧର୍ମକାର୍ଯ୍ୟରେ ରୁଚି ବୃଦ୍ଧି ହେବ। ବ୍ୟବସାୟରେ କର୍ତ୍ତବ୍ୟନିଷ୍ଠା ରକ୍ଷାକରିଲେ ଲାଭବାନ ହେବେ। ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କରେ ରହିବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି। ନିଜର ଇଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ। କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେବ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-ଜାଗା, ଜମି ବ୍ୟବସାୟ ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ନୂତନ କାର୍ଯ୍ୟଆରମ୍ଭ କରିପାରିବେ ଓ ପାରିବାରିକ ଜୀବନ ଆନନ୍ଦରେ କଟିବ। ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତି ଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପଡାପଡୋଶୀ ଓ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!