ମେଷ:-ସାମାଜିକ କାର୍ଯ୍ୟରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ। ଆକସ୍ମିକ ଧନ ପ୍ରାପ୍ତି ହେବ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ଭାବମୂର୍ତ୍ତି ରକ୍ଷା କରି କର୍ମକ୍ଷେତ୍ରର ମୁଖ୍ୟଙ୍କ ସହିତ ପରିଚାଳନାଗତ ସ୍ଵତନ୍ତ୍ରତା ଅତୁଟ ରଖି ହେବ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ଶୁଭକାମ କରି ପ୍ରଶଂସିତ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ବୃଷ:-ବାଦବିବାଦ, ମାଲିମୋକଦ୍ଦମା, କର୍ମକ୍ଷେତ୍ରରେ ଟେନସନ ଦୂର ହେବ। ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବା ଫଳରେ ଆଶା ମୁତାବକ ଫଳ ପାଇବେ। ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ। ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଗଲେ ହଇରାଣ ହରକତ ହେବାକୁ ପଡିପାରେ। ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧି ପାଇବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ମିଥୁନ:-ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ପରିବାର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟରେ ସଫଳତା, ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ଅଧ୍ୟୟନ-ଅଧ୍ୟାପନ କାର୍ଯ୍ୟରେ ବ୍ୟସ୍ତ ରହିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କର୍କଟ:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ଆପଣଙ୍କର ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତ ବାଧା ବିଘ୍ନକୁ ଅତିକ୍ରମ କରି ଆଗକୁ ବଢ଼ିବାର ଯୋଜନାରେ ସଫଳ ହେବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଗଲେ ମଧ୍ୟ ତାହା କୌଶଳ କ୍ରମେ ସମାଧାନ ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ସିଂହ:-ସନ୍ତାନ ସୁଖ ପ୍ରାପ୍ତି ହେବ। ସମ୍ପର୍କିୟ ବନ୍ଧୁଙ୍କଠାରୁ ସହଯୋଗ ପାଇ ବ୍ୟବସାୟ ସ୍ୱାଭାବିକ ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠ ପଢାରେ ମନଯୋଗ ଦେବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
କନ୍ୟା:-କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ଘର-ପରିବାରକୁ ପ୍ରାଥମିକତା ଦେବେ। ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିବେ। ମୋଟାମୋଟି ଭାବେ ସୁଖରେ ଦିନଟି କାଟିବେ। ଶିକ୍ଷା କ୍ଷେତ୍ରରେ ସଫଳ ହେବେ। କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂର ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ମିଳିବ। ଦୈବୀ କୃପା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଧନ ସମ୍ପତ୍ତି ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧି ହେବ। ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ। ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।
ଧନୁ:-ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ମାନ-ପ୍ରତିଷ୍ଠା ବଢିବ। ମଉଜ-ମସ୍ତିରେ ସମୟ କଟିପାରେ। ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ଦକ୍ଷତା ଅର୍ଜନ କରିବେ ଓ ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ।
ମକର:-ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇପାରେ। ଗୃହୋପକରଣ କ୍ରୟ କରିବେ। ସନ୍ତାନ ସୁଖ ପ୍ରାପ୍ତି ହେବ କର୍ମକ୍ଷେତ୍ରରେ ମନ ଲାଗିବ ନାହିଁ। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଘରୋଇ କର୍ମଚାରୀମାନେ ଦ୍ରୁତଗତିରେ କାର୍ଯ୍ୟ କରି ଆୟ ଅଧିକ ହେବେକୁ ଚେଷ୍ଟା କରିବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା କଷ୍ଟ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ମାନସିକ ଦୁଶ୍ଚିନ୍ତା ଦୂର ହେବ। ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇ ଆର୍ଥିକସ୍ଥିତି ସୁଧୁରିବ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ। ପ୍ରତେକ କ୍ଷେତ୍ରରେ ମାନସିକ ସ୍ଥିତି ସୁଦୃଢ ରହି ଯଶ ପ୍ରତିଷ୍ଠା ମିଳିବ। ସନ୍ତାନଙ୍କ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇଯିବ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।