ଦୈନିକ ରାଶିଫଳ: 04 ନଭେମ୍ବର 2023, ଶନିବାର, ଶନିଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଅଫିସ୍ ରେ ଆଲୋଚନା ସରଗରମ ହୋଇପାରେ। ନିକଟ ସମ୍ପର୍କୀୟ ମାନଙ୍କ ଶୁଭକାମନା ଓ ସାହାଯ୍ୟ କାରୀ ମନୋବୃତ୍ତି ମନକୁ ଖୁସି କରିପାରେ। ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି। ଦାମ୍ପତ୍ୟ ସୁଖରେ ଶୁଖିହେବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ। କୌଣସି ଗୁପ୍ତ ଯୋଜନା ବା ଷଡ଼ଯନ୍ତ୍ରର ଶୀକାର ହେବେ। ପୁରୁଣା ରୋଗ ନୂଆ ରୂପରେ ଦେଖାଦେଇ ପାରେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବିଦ୍ୟାରେ ଉନ୍ନତିହେବା ସହ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ। ସାହିତ୍ୟ, ସମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତ୍ୟେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ଼ ରହିବ। ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ଅଧସ୍ତନ କର୍ମୀ ଓ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଶୁଭ କାମ କରି ପ୍ରଶଂସିତ ହେବେ। ଚେଷ୍ଟା କଲେ ଜମି, ଜମା ବିବାଦ ମେଣ୍ଟି ଯିବ। ମାନସିକସ୍ଥିତି ଭଲ ରହିବା ସହ ଶରୀର ସୁସ୍ଥ ରହିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ। ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ଚାଲୁରଖିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବାସହ ଯାତ୍ରା ଫଳରେ ଉତ୍ସାହିତ ହେବେ। ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତିହେବ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ବ୍ୟବସାୟୀମାନେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିପାରିବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ରାଜନୀତି କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବନ୍ଧୁଙ୍କ ସାହାଯ୍ୟ କ୍ରମେ ମାଲିମୋକଦ୍ଦମାରେ ବିଜୟୀ ହେବେ। ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-କର୍ମଚାରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ଉଚ୍ଚାଧିକାରୀଙ୍କଠାରୁ ପ୍ରଶଂସିତ ହେବେ। ବିଦ୍ୟାର୍ଥି ମାନଙ୍କର ମନଅନୁକୂଳ ଫଳପ୍ରାପ୍ତି ହେବ। ନିଜର ଯୋଗ୍ୟତା ପ୍ରମାଣିତ କରିବାକୁ ପଡିବ। ଭୁଲ୍ ବୁଝିଥିବା ଲୋକମାନେ ନିଜର ତ୍ରୁଟି ଜାଣି ପାରିବେ। ପ୍ରତିଯୋଗିତା ପରୀକ୍ଷାରେ ଅଚାନକ ବିପରୀତ ଖବର ଶୁଣି ଗୃହରେ ଅଶାନ୍ତ ବାତାବରଣ ଦେଖା ଦେବ। ସ୍ୱାସ୍ଥ୍ୟ ପାଇଁ ଚିନ୍ତିତ ରହି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସହଯୋଗୀମାନେ ସହଯୋଗ କରିବା ଫଳରେ ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହୋଇପାରନ୍ତି। ସରକାରୀ ଚାପ ପଡିଲେ ମଧ୍ୟ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ଆନୁଷ୍ଠାନିକ କାମରୁ ସମ୍ମାନଲାଭ ହେବ। ବନ୍ଧୁବାନ୍ଧବଙ୍କ ଆଗମନରେ ଅତ୍ୟଧିକ ଖର୍ଚ୍ଚ ହେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-କାର୍ଯ୍ୟକ୍ଷେତ୍ରରେ ମାନ ମନାନ୍ତର ଦୂର ହୋଇ ସଫଳତା ପାଇବେ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବା ସହ ପଦୋନ୍ନତିର ସୁଯୋଗ ପାଇବେ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ଭ୍ରାତୃବିବାଦ, ପଡ଼ୋଶୀ କଳହର ସମାଧାନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। କର୍ମକ୍ଷେତ୍ରରେ ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ। ଛାତ୍ରଛାତ୍ରୀମାନଙ୍କର ସଭାସମିତିରେ ସାହିତ୍ୟଚର୍ଚ୍ଚାରେ ସଫଳତା ମିଳିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ। ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟରେ ସଫଳତା ଅର୍ଜନ ତଥା କମ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଲାଭପ୍ରଦ ଓ ଭଲକାର୍ଯ୍ୟ ହାତଛଡା ହୋଇଯିବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ପାରିବେ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ପାଇବେ। ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ସହ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ଓ ନିଜ ଲୋକମାନେ ହିଁ କାମରେ ଆସିବେ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!