ଦୈନିକ ରାଶିଫଳ: 04 ଫେବୃୟାରି 2024, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:- କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ। କର୍ମକ୍ଷେତ୍ରରେ ପ୍ରତିସ୍ପର୍ଦ୍ଧା ଓ ଦ୍ଵେଷର ସାମ୍ନା କରିବାକୁ ପଡିପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍।ଆଧ୍ୟାତ୍ମିକ ଊର୍ଜାରେ ମନ ଓତପ୍ରୋତ ରହିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବା ଫଳରେ ପାରିବାରିକ ତିକ୍ତତା ଦୂରହେବ। ଆୟ ଉତ୍ତମ ହେବାରୁ ଧନ ସମ୍ପତିରେ ଘର ହସି ଉଠିବ। ସାମାଜିକ କାର୍ଯ୍ୟରେ ଉତ୍ସାହ ବଢିବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ଅକ୍ଷୁର୍ଣ୍ଣ ରହିବ। ବ୍ୟବସାୟରେ କର୍ମଚାରୀ ମାନଙ୍କର ସହଯୋଗ ପାଇ ଉତ୍ସାହ ବଢିବ। ନିର୍ମାଣଧୀନ କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବା ସହ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ପାରିବାରିକ କ୍ଷେତ୍ରରେ ଅଚାନକ ଧନପ୍ରାପ୍ତି ହେବା ଫଳରେ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ବ୍ୟବସାୟୀମାନଙ୍କର କାରବାର ବଢିବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ। କର୍ମଜୀବିମାନେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବା ଫଳରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ଛାତ୍ରଛାତ୍ରୀମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ। ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆର ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ। ରାଜନୈତିକ କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବା ଫଳରେ ପଦପଦବୀ ଲାଭ ହୋଇ ପାରେ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ଫଳରେ ଆର୍ଥିକ ସ୍ଥିତି ଭଲ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ଅସହାୟା ଲୋକଙ୍କୁ ସାହାରା ହେବେ ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ପାରିବାରିକ ଜୀବନରେ ସାମାନ୍ୟ ସୁଧାର ଆସିବ। ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ପରିବାରରେ ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିଯିବା ଫଳରେ ହସ ଖୁସିର ବାତାବରଣ ଖେଳିଯିବ। ଆର୍ଥୀକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ଅଧ୍ୟୟନ ଅଧ୍ୟାପନା ଅନୁସନ୍ଧାନ କାର୍ଯ୍ୟରେ ବ୍ୟସ୍ତ ରହିବେ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

ଧନୁ:-ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭ ହେବ। ବ୍ୟବସାୟରେ ଉଚିତ୍ ପନ୍ଥା ଗ୍ରହଣ କରି ସଫଳତା ଅର୍ଜନ କରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶୁଖିହେବେ। ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମକର:-ସହକର୍ମୀ, ଭାଇବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଆକସ୍ମିକ ଧନ ପ୍ରାପ୍ତି ହେବ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:- ଯଶମାନ ପ୍ରତିଷ୍ଠା ଲାଭ, ନୂତନ ବାହନ, ଗୃହ ଆଦି ଲାଭ ହୋଇ ପାରେ। ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବ। ପ୍ରତେକ କ୍ଷେତ୍ରରେ ମାନସିକ ସ୍ଥିତି ସୁଦୃଢ ରହି ଯଶ ପ୍ରତିଷ୍ଠା ମିଳିବ। ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ଆର୍ଥିକସ୍ଥିତି ସୁଧୁରିବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପ୍ରେମୀକ ପ୍ରେମିକାଙ୍କର ବସ୍ତ୍ରଭୂଷଣ ଆଦି ଲାଭହେବ। ଭୋଗବିଳାସକୁ ତୁଛମଣି ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ସମ୍ମାନ ପାଇବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ମୀନ:-ଧର୍ମ କାର୍ଯ୍ୟପ୍ରତି ମନ ବଳାଇ ଆଶା ମୁତାବକ ଫଳ ପାଇବେ। ପରୋପକାର ବା ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବା ଫଳରେ ମାନସିକ ଦୁଶ୍ଚିନ୍ତା ଦୂର ହେବ। ପରିବାର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଭାଇ ଭଉଣୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ପରିବାର ତଥା କୁଟୁମ୍ବରେ କୌଣସି କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!