ଦୈନିକ ରାଶିଫଳ: 04 ମଇ 2023, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ ଓ ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବାସହ ଉଚିତ୍ ଲାଭ ମଧ୍ୟ ପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ କୌଶଳକ୍ରମେ ସମାଧାନ କରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ପ୍ରତେକ କ୍ଷେତ୍ରରେ ମାନସିକ ସ୍ଥିତି ସୁଦୃଢ ରହି ଯଶ ପ୍ରତିଷ୍ଠା ମିଳିବ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ। ନୂତନ ଯୋଜନାକୁ କ୍ରିୟାନ୍ୱିତ କରିଲେ ବେଶ୍ ଦୁଇ ପଇସା ମିଳି ପାରିବ ଓ ଆୟ ମଧ୍ୟ ଉତ୍ତମ ହେବ। ତୀର୍ଥାଟନ ଯୋଗ ଥିବାରୁ ଯାତ୍ରା କରିବାକୁ ବାଧ୍ୟ ହେବେ। ଅଧିକ ପରିଶ୍ରମ କରି ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ସୁସ୍ଵାଦୁ ଖାଦ୍ୟ ପ୍ରାପ୍ତି ହେବ। ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରି କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟାଇବା ସହ ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇ ପାରନ୍ତି। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ମାନସିକ ଶାନ୍ତି ଅନୁଭବ କରିବେ। ଅନେକଶୁଭକର୍ମର ସୁଯୋଗ ପାଇବେ। ପ୍ରତିକାର-ଦହି ମିଠା ଖାଇ ଘରୁ ବାହାରନ୍ତୁ।

କନ୍ୟା:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବା ଫଳରେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। କର୍ମ କ୍ଷେତ୍ରରେ ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ। ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ସହଜରେ ପାଇ ପାରନ୍ତି। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ତୁଳା:-କର୍ମକ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ପ୍ରେମକ୍ଷେତ୍ରରେ ସାହାଯ୍ୟ ପାଇ ଆଗକୁ ବଢିବା ସମ୍ଭବ ହେବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-ବାଣିଜ୍ୟ କ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। କଳା, ସାହିତ୍ୟ, ନୃତ୍ୟ, ଗୀତ ଓ ଚଳଚିତ୍ରରେ ସଫଳତା ହାସଲ କରିବେ। କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ସତର୍କରେ ନ ଚାଲିଲେ ଓ ଆଚାର ବ୍ୟବହାର କଥାବାର୍ତ୍ତା ରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ଧନ ଆଗମନର ନୂତନ ସ୍ରୋତ ଖୋଲିଯିବ। ଶିକ୍ଷାର୍ଥୀମାନେ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ପାରିବାରିକ କ୍ଷେତ୍ରରେ ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହୋଇ ମାନସିକ ଶାନ୍ତି ମିଳିବ। ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। କର୍ମକ୍ଷେତ୍ରରେ ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ଆଶାତୀତ ଲାଭପାଇ ମନ ଖୁସି ରହିବ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କୁମ୍ଭ:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ବ୍ୟବସାୟରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇ ଉତ୍ତମ ଲାଭ କରି ପାରିବେ। ରାଜନୀତିରେ ସଫଳତା ପାଇବେ। ଆୟ ତୁଳନାରେ ବ୍ୟୟ ଅଧିକ ହେବା ସହ ମାନହାନୀର ସମ୍ଭାବନା ଅଛି। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସ୍ଥିର ସ୍ଵଭାବ ଏବଂ ମଧୁରଭାଷି ହେତୁ ଲାଭକୁ ଦ୍ଵିଗୁଣା ବଢେଇ ପାରିବେ। ଛାତ୍ରଛାତ୍ରୀମାନଙ୍କର ଆମୋଦ ପ୍ରମୋଦ କ୍ଷେତ୍ରରେ ଆଗ୍ରହ ବଢିବ। ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ବାହାରକୁ ବାହାରିଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ସତର୍କରେ ନ ଚାଲିଲେ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!