ଦୈନିକ ରାଶିଫଳ: 04 ମଇ 2024, ଶନିବାର, ଶନିଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଆୟରସ୍ରୋତ ଖୋଲିଯିବାସହ ଆର୍ଥିକ ସ୍ଥିତି ପୂର୍ବପରି ଠିକ୍ ରହିବ। ବିଦ୍ୟା କ୍ଷେତ୍ରରେ ସଫଳ ହେବେ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ନିର୍ମାଣମୂଳକ ଯୋଜନାରେ ଆଗେଇବେ। ନୂତନକର୍ମ ପ୍ରାପ୍ତିର ସୁଯୋଗ ପାଇବେ ଓ ପ୍ରମୋଶନର ସୂଚନାପାଇ ଖୁସି ହେବେ। ଆୟ ଉପାର୍ଜ୍ଜନର ବୃଦ୍ଧି ହେବାସହ ଋଣରୁ ମୁକ୍ତି ମିଳିବ। ସହଯୋଗୀମାନେ ସହଯୋଗ କରିବା ଫଳରେ କୌଣସି ବଡ ସମସ୍ୟାର ସମାଧାନ ହୋଇଯିବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସମାଜ କଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗୀକୃତ କରିବା ଫଳରେ ପ୍ରଶଂସିତ ହେବେ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ବ୍ୟବସାୟରେ ଆୟ ବୃଦ୍ଧି ହେବା ସହ ଭାଗୀଦାରି ବ୍ୟବସାୟରେ ଅଧିକ ଲାଭବାନ୍ ହେବେ। ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ। କାମଧନ୍ଦାରେ ମନ ଲାଗିବା ଫଳରେ ବିଶେଷ ଉପକୃତ ହେବେ। ଚିତ୍ତ ପ୍ରସନ୍ନଯୋଗେ କାର୍ଯ୍ୟ ସିଦ୍ଧି ହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ ଓ ପରିବାରରେ ସୁଖଶାନ୍ତି ଫେରି ଆସିବ। ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଉଚ୍ଚ ସମ୍ଭବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କାର୍ଯ୍ୟ କ୍ଷେତ୍ରରେ ଆଗକୁ ବଢିପାରିବେ। ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପରକଥାରେ ପଡି ବନ୍ଧୁଙ୍କସହ କଳହ ସୃଷ୍ଟି ହୋଇପାରେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା ଓ ପ୍ରତିଯୋଗୀତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। କୌଣସି କାମପ୍ରତି ମନ ଲାଗିବ ନାହିଁ ତେଣୁ ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ବ୍ୟବସାୟରେ ଉନ୍ନତି, ଲାଭ ପ୍ରାପ୍ତି ହେବା ସହ ଆୟବୃଦ୍ଧି ଯୋଗେ ଆନନ୍ଦିତ ହେବେ। ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହୋଇ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହୋଇ ପାରନ୍ତି। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଆନୁଷ୍ଠାନିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସାପାଇବେ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇ ପାରେ। ଜୀବନ ସାଥିଙ୍କ ସହ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବାସହ ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ରାଜନୈତିକ କ୍ଷେତ୍ରରେ ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ଧନୁ:-ପୂରାତନ ବନ୍ଧୁମିତ୍ରଙ୍କ ସହଯୋଗ ଅଧିକ ଲାଭଦାୟକ ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଚିନ୍ତା ବା ସମସ୍ୟା ଦୂର ହେବ। ଆର୍ଥିକ ସଙ୍କଟ ଦୂରେଇ ଯାଇ ଧାର କରଜ ସୁଝିବା ପାଇଁ ସୁଯୋଗ ପାଇବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ଉପରିସ୍ଥ କର୍ମଚାରୀ ମାନଙ୍କର ସହଯୋଗ, ପ୍ରେରଣା, ଆର୍ଥିକ ସହାୟତାରେ କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ। ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ରାଜନୈତିକ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବା ସହ କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରି ପାରନ୍ତି। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ। ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ଶତୃମାନେ ଦୂରେଇ ଯିବା ଫଳରେ ସାମାଜିକ କାମରେ ପ୍ରଶଂସା ମିଳିବ। ଅପେକ୍ଷା କରିଥିବା କାର୍ଯ୍ୟର ଶୁଭ ସୂଚନା ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମୀନ:-ସାମାଜିକ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ କଷ୍ଟ ସ୍ୱୀକାର କରିବେ। ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ-ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ରାଜନୈତିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!