ଦୈନିକ ରାଶିଫଳ: 04 ମାର୍ଚ୍ଚ 2024, ସୋମବାର, ମହାଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହୋଇ ମନରେଥିବା କାମନା ପୂର୍ଣ୍ଣ ହେବ। ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଗୃହ ସମସ୍ୟାରେ ଧନ୍ଦି ହୋଇଯିବେ। ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହଇରାଣରେ ପଡିବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ସରକାରୀ କ୍ଷେତ୍ରରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। କାର୍ଯ୍ୟଆଳୟରେ ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବା ଫଳରେ ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ମାନସିକ, ବୌଦ୍ଧିକ, ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହୋଇ କ୍ଷମତା ଓ ଶକ୍ତି ବଳରେ ସମୟ ବିତାଇବେ। ସାମାଜିକ କାର୍ଯ୍ୟରେ ଯୋଗଦାନ କରି ଉତ୍ସାହ ଉଦ୍ଦିପନାରେ ଆଗେଇ ପାରିବେ। ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ। ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ କିଛି ପାଇ ପାରନ୍ତି। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ସହ ପରିବାର ଜନଙ୍କ ସହିତ ସମୟ ବିତେଇବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ବ୍ୟାପାର ବାଣିଜ୍ୟ ଓ କାମକାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ। ସମ୍ପତ୍ତି ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ଶତୃମାନେ ଦୂରେଇଯିବେ ଓ ଆର୍ଥିକ ସ୍ଥିତିକୁ ସୁଧାରି ପାରିବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତି ହେବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ବିଦ୍ୟାର୍ଥୀମାନେ ନିଜ ଲକ୍ଷ୍ୟରେ ସଫଳତା ପାଇବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରିବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ସମସ୍ତ ସମସ୍ୟାର ଫଇସଲା କରି ଆର୍ଥିକ ସ୍ଥିତିକୁ ସୁଧାରି ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହୋଇ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ। ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ଛାତ୍ରଛାତ୍ରୀମାନେ ଉଚିତ ପନ୍ଥା ଗ୍ରହଣ କରି ବିଦ୍ୟାରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଶତ୍ରୁହାନି, ଉଚ୍ଚପ୍ରଶଂସା ଲାଭ, ଦମ୍ଭସାହସବୃଦ୍ଧି, କ୍ଷମାଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯାଇ ଅଶାନ୍ତିର ଝଡ ଶାନ୍ତ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ଯାହା ଚିନ୍ତା କରିବେ ତାହା ପୂରଣ ହେବ। କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ନିଜ ଲୋକମାନେ ହିଁ କାମରେ ଆସିବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇବେ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-ମାନସିକ ଚିନ୍ତା ଦୂର ହେବ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ଋଣ ଭରଣାରେ ସହଜ ହେବ। ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଦିନଟି କାଟିବେ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କୁମ୍ଭ:-କର୍ମକ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠା ପରାୟଣ ହେବା ଫଳରେ ସହକର୍ମୀମାନେ କାମର ପ୍ରଶଂସା କରିବେ। ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ସରକାରୀ କାମରେ ପରିଶ୍ରମର ପରିଣାମ ମିଳିବ। ପରିବାର ପାଇଁ ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇ ଯିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମୀନ:-ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟିତ ହେବେ। ଅନେକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ ଓ ଜନସମ୍ପର୍କ ସୁଦୃଢ ହେବ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!