ମେଷ:-ଶାରୀରିକ କଷ୍ଟ ଦୂରେଇ ଯିବା ସହ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ। ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯାଇ ଉଚ୍ଚଆଶା ସଫଳ ହେବ। ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବୃଷ:-ସତର୍କ ନହେଲେ ବ୍ୟବସାୟରେ ଉଧାର ଦେଇ ଫେରି ପାଇବା କଷ୍ଟ ହେବ। ଶ୍ରମିକ ଓ କର୍ମଚାରୀମାନେ ଖାମଖିଆଲ କରି ସ୍ଥଳ ବିଶେଷରେ ବିଦ୍ରୋହ ବା ଅଶାନ୍ତିର ମୁହାଁମୂହିଁ ହୋଇ ପାରନ୍ତି। ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତ ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ନିଜ ଲୋକ ମନମୋଟିଆ ହେବେ। ବାହାରକୁ ବାହାରିଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମିଥୁନ:-ସାଙ୍ଗସାଥିମାନେ ସାହାଯ୍ୟ କରିବା ଫଳରେ ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ଗୃହ, ଜମି ଓ ପାରିବାରିକ ସମସ୍ୟାକୁ ନେଇ ବାଦବିବାଦରେ ବିଜୟୀ ହେବେ। ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ନିଜର ଚତୁରତା ଓ ବିବେକ ବୁଦ୍ଧିବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।
କର୍କଟ:-ସନ୍ତାନଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବ। ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ସ୍ନାନ କରନ୍ତୁ।
ସିଂହ:-ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଫିସର ବା ଅଧିକାରୀ କାମରେ ପ୍ରସନ୍ନ ରହିବେ। ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ସାମାଜିକ ପତିଆରା ଅମଳିନ ରହିବ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଦ୍ୟାର୍ଥୀମାନେ ଉଚ୍ଚ ଶିକ୍ଷା ପାଇବାର ସୁଯୋାଗ ପାଇବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ଧର୍ମ କାର୍ଯ୍ୟପ୍ରତି ମନ ବଳାଇବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ନିଜର ଚେଷ୍ଟା ଫଳରେ ବହୁତ ଦିନରୁ ବାକି ପଡିଥିବା ଟଙ୍କା ଓ ବୁଡିଯାଉଥିବାଟଙ୍କା ମିଳି ପାରିବ। ସାଙ୍ଗସାଥିମାନେ ସାହାଯ୍ୟ ସହଯୋଗ କରିବେ। ଶିକ୍ଷା କ୍ଷେତ୍ରରେ ପରିଶ୍ରମ ଫଳରେ ସଫଳ ହେବେ। ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ବିଚ୍ଛା:-ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହୋଇ ପାରେ। କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ। ଦୁଃଖୀ ଲୋକଙ୍କୁ ସାହାରା ହେବେ ଓ ବ୍ୟବସାୟ କ୍ଷେତ୍ରରେ ଅନେକ ପ୍ରକାର ସୁବିଧା ସୁଯୋଗ ପାଇବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ଧନୁ:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ସନ୍ତାନ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଗୃହବାହନ ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମକର:-ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯାଇପାରେ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ଆୟ ବୃଦ୍ଧି ହେବା ସହ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
କୁମ୍ଭ:-ଶରୀର ସୁସ୍ଥ ରହିବ। ଆର୍ଥିକ ଦିଗରୁ ସୁବିଧା ପାଇବେ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ମନ ଭଲ ରହିବ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରି ତାଙ୍କ କାର୍ଯ୍ୟରେ ବ୍ୟସ୍ତ ରହିବେ। ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମୀନ:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।