ଦୈନିକ ରାଶିଫଳ: 05 ଅଗଷ୍ଟ 2023, ଶନିବାର, ଶନିଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ମାନସିକ ଶାନ୍ତି ଅନୁଭବ କରିବେ। କଳା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଇଚ୍ଛାକରି ସ୍ଥାନାନ୍ତରିତ ହେବାକୁ ଚେଷ୍ଟା କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଶିକ୍ଷାକ୍ଷେତ୍ରରେ ସମସ୍ତକର୍ମ ଭଲରେ ସମ୍ପନ୍ନ ହେବ ଓ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ୍ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଙ୍ଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇ ଯିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ ଓ ସହନଶୀଳତା ଯୋଗେ ପ୍ରଶଂସା ମିଳିବ। ନୂତନ କାର୍ଯ୍ୟଆରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ନୂତନ କର୍ମ ନିଯୁକ୍ତି ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ରାଜନୀତି, କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବାସହ ନୂତନ ଗୃହସୁଖ ମିଳି ପାରେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ। ପ୍ରତିପତ୍ତି ବଢିବ। ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ମନଯୋଗ ଦେଇ ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ହେବ। ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ। ପ୍ରତିକାର-ଫିକାରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ସିଂହ:-ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ସ୍ଥଗିତ କର୍ମଗୁଡ଼ିକର ସମ୍ପାଦନ କରିବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେବ। ଶତ୍ରୁ ବିରୋଧିମାନେ କ୍ଷତି କରିବାକୁ ଚେଷ୍ଟା କରି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ପାରିବାରିକ ଅଶାନ୍ତି ଦୂରେଇ ଯିବ ଓ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ପତିପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ପରିବାଚାଷି ଓ ବ୍ୟବସାୟୀମାନେ ଆଶାତୀତ ଲାଭପାଇବେ। ବନ୍ଧୁ ମିଳନରେ ମନ ପ୍ରଫୁଲ୍ଲ ରହିବ। ଯୁକ୍ତିଯୁକ୍ତ କଥାକହି ଅନ୍ୟମାନଙ୍କୁ ଆପଣେଇ ପାରିବେ। ସାମାଜିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରି ପାରନ୍ତି। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ବିରୋଧୀମାନେ ହଇରାଣ ହୋଇ ମଥାନତ କରିବେ। ଗୃହରେ ଧାର୍ମିକ କାର୍ଯ୍ୟ ପାଇଁ ଆୟୋଜନ କରିବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କଲେ ଲାଭ ପାଇବେ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନସମ୍ମାନ ପ୍ରତିଷ୍ଠା ବଢିବ। ପ୍ରତିକାର- କଉଡି ଗୋଟିଏ ପାଖରେ ରଖନ୍ତୁ।

ବିଚ୍ଛା:-ସମାଜ ସେବାରେ ମନଯୋଗ ଦେଇ ସ୍ଵନାମ ଅର୍ଜନ କରିପାରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର ହେବ। ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବାସହ ନୂତନ ଗୃହସୁଖ ମିଳି ପାରେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ଧନୁ:-ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ବ୍ୟବସାୟରେ ଭାଗିଦାର ମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ଓ ସରକାରୀ ସାହାଯ୍ୟ ମିଳିପାରେ। ଆର୍ଥିକ ସ୍ଥିତି ସ୍ଵଛଳ ରହିବା ଫଳରେ ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ଉଚ୍ଚପଦସ୍ଥ କର୍ମକର୍ତ୍ତା ମାନଙ୍କର କର୍ମଉପରେ ନଜର ପଡ଼ିପାରେ। ବିଭିନ୍ନ ଦିଗରୁ ଲାଭବାନ୍ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ, ଆକସ୍ମିକ ଧନ ପ୍ରାପ୍ତି ହୋଇପାରେ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରି ପାରିବେ। ନୂତନ କାର୍ଯ୍ୟ ଆରମ୍ଭ କଲେ ଅଧିକ ଲାଭପ୍ରଦ ହେବେ। ଅପଣା ଲୋକଙ୍କ ସହଯୋଗ ପାଇ ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପ୍ରତିକାର- ଗୋଟାଗୁଆ ଗୋଟିଏ ପକେଟରେ ରଖି ଯାତ୍ରା କରନ୍ତୁ।

କୁମ୍ଭ:-ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ଛାତ୍ର ଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପରିବାରରେ ଅପ୍ରିତିକର ପରିସ୍ଥିତିକୁ କୌଶଳକ୍ରମେ ସମାଧାନ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେଉ। ଖାଦ୍ୟପେୟ ପ୍ରତି ସଜାଗ ନ ରହିଲେ ସ୍ୱାସ୍ଥ୍ୟ ହାନୀ ହୋଇପାରେ। ପ୍ରତିକାର- ପାଞ୍ଚୋଟି ଲବଙ୍ଗ ପାଖରେ ରଖନ୍ତୁ।

ମୀନ:- ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ପରିବାରରେ ମନୋମାଳିନ୍ୟ ମେଣ୍ଟିଯିବା ଫଳରେ ସୁସ୍ଥ ବାତାବରଣ ଜାରି ରହିବ। ବନ୍ଧୁଙ୍କ ସହଯୋଗରେ ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହେବେ। ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!