ମେଷ:-ସାମାଜିକ ପତିଆରା ଅମଳିନ ରହିବ। ମାଲିକ ବା ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ରାଜନୀତିରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ଉନ୍ନତି ହେବ। ଆକସ୍ମିକ ଧନ ପ୍ରାପ୍ତି ହୋଇ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ।
ବୃଷ:-ବନ୍ଧୁ ମିତ୍ରଙ୍କ ଆଗମନ ହେବ। ନୂଆ ଜ୍ଞାନର ବୃଦ୍ଧି ହେବ। ପ୍ରେମୀ-ପ୍ରେମିକାଙ୍କ ମିଳନ ହେବ। ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହପାଇଁ ଯୋଗାଯୋଗ ହୋଇଯିବ। ଆର୍ଥିକ ସ୍ଥିତି ସୁଧୁରି ଯିବ, ଯଶ ପ୍ରତିଷ୍ଠା ମିଳିବ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ଶାରୀରିକ କଷ୍ଟ ଭୋଗ କରିବାକୁ ପଡିପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମିଥୁନ:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବାସହ ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ପରିବାର ସମ୍ବନ୍ଧିତ ଶୁଭ ସମାଚାର କୌଣସି ବନ୍ଧୁଙ୍କ ଦ୍ଵାରା ଶୁଣିବେ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ ଓ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଚେଷ୍ଟା କଲେ ନୂତନ କର୍ମ ନିଯୁକ୍ତି ପାଇ ପାରିବେ। ଗୃହ, ଜମିଜମା ସମସ୍ୟାରେ ପରିବର୍ତ୍ତନ ଆସିବ। ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ।
କର୍କଟ:-ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରି ପାରନ୍ତି। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତା ପୂର୍ଣ୍ଣ ହେବ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ସିଂହ:-ସାମାଜିକ ପତିଆରା ଅମଳିନ ରହିବ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଧୈର୍ଯ୍ୟ ଏବଂ ସଂଯମତା ସହିତ କାର୍ଯ୍ୟ କରିବା ଲାଭଦାୟକ ହେବ ନଚେତ୍ ଆପଣଙ୍କୁ ଅନେକ ଆଦର୍ଶଗତ ବିବାଦର ସାମ୍ନା କରିବାକୁ ପଡିପାରେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇ ଉନ୍ନତି କରିବେ। ରାଜନୀତିରେ ଯଶମାନ ବୃଦ୍ଧି ହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମ ସମ୍ବନ୍ଧରେ ଆଗ୍ରହୀ ହେବେ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। କୌଣସି ଶୁଭ କାର୍ଯ୍ୟ କରିବା ଅନୁଚିତ। ପଇସା ଅଭାବରୁ ମାନସିକ ଅଶାନ୍ତି ବୃଦ୍ଧି ପାଇ ପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ନୂଆ ଚାକିରୀ ହେବାର ଅଫର୍ ମିଳିବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ ଓ ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବିଚ୍ଛା:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ଆନନ୍ଦିତ ହେବେ। ଧାର୍ମିକ କାର୍ଯ୍ୟରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି ହେବ। ଚାକିରି କ୍ଷେତ୍ରରେ ବହୁତ ଅସୁବିଧା ଅନୁଭବ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇପାରନ୍ତି। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ବନ୍ଧୁ ମିତ୍ର ମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ। ରାଜନୀତିରେ ପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମକର:-ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ନୂତନ ଦ୍ରବ୍ୟ କ୍ରୟ କରିବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବା ସହ ଦୁଃଖୀ ଲୋକଙ୍କୁ ସାହାରା ହେବେ। ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ।
କୁମ୍ଭ:-ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ମିତ୍ରଙ୍କ ଠାରୁ ସାହାଯ୍ୟ ପାଇ ସୁଖ, ସମ୍ପତ୍ତି ଲାଭହେବାସହ ମାନସିକ ଶାନ୍ତି ମିଳିବ। ନୂତନ କାର୍ଯ୍ୟଆରମ୍ଭ କରି ପାରିବେ। ମନରେଥିବା କାମନା ପୂର୍ଣ୍ଣ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ। କର୍ମକ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମୀନ:-ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଆଧ୍ୟାତ୍ମିକ ଚିନ୍ତାଧାରାର ପ୍ରଭାବରେ ରହିବେ। ପାରିବାରିକ ଦାୟିତ୍ଵବୃଦ୍ଧି ହେତୁ ମାନସିକ ଚାପ ରହିବ। ଆପଣଙ୍କ ଜୀବନ ଚର୍ଯ୍ୟାରେ କିଛି ପରିବର୍ତ୍ତନ ହୋଇ ପାରେ। ମନୋରଞ୍ଜନ ଇତ୍ୟାଦିରେ ଟଙ୍କା ଖର୍ଚ୍ଚ କରିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।