ଦୈନିକ ରାଶିଫଳ: 05 ଏପ୍ରିଲ 2024, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିପାରେ। ସାମାଜିକ କାର୍ଯ୍ୟରେ ଯୋଗ ଦେଲେ ସଫଳତା ମିଳିବ। ଶିଳ୍ପ, ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ ଯଶ ପାଇବେ। କର୍ମଚାରୀଙ୍କର ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ଆର୍ଥିକ ଚିନ୍ତା ଦୁରହେବ ଓ ସ୍ୱାସ୍ଥ୍ୟରେ ଉନ୍ନତି ଦେଖା ଦେବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବାସହ ଦୂରଯାତ୍ରାର ସୁଯୋଗ ପାଇବେ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଉଧାର ଦେଇ ଫେରି ପାଇବା ସହଜ ହେବ। ଉଚ୍ଚଶିକ୍ଷା ଲାଭ କରିବାର ସୁଯୋଗ ପାଇବେ ଓ ଛାତ୍ରଛାତ୍ରୀ ମାନଙ୍କର ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମିଥୁନ:-ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ଉଦରପୀଡ଼ା, ରକ୍ତଚାପ ଓ ପୁରାତନ ରୋଗର ପ୍ରଭାବ ବୃଦ୍ଧିପାଇବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ। ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ଗୁରୁଜନଙ୍କ ସହିତ କଥାବାର୍ତ୍ତା କରିବା ବେଳେ ଶିଷ୍ଟାଚାର ପାଳନ କରନ୍ତୁ। ଟେନ୍ସନ୍, ଡିପ୍ରେସନ୍ ଓ ବୈଚାରିକ ଅସ୍ଥିରତା ଭିତରେ ଗତି କରି ପାରନ୍ତି। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:- ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବା ସହ ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବାସହ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ। ଶତୃମାନେ ପରାଜିତ ହେବାସହ ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କନ୍ୟା:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କେତେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହେବ ଓ ସବୁଥିରେ ସଫଳତା ମିଳିବ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ଧୈର୍ଯ୍ୟ, ସାହସ ଓ ବୁଦ୍ଧିମତା ଯୋଗେ ପ୍ରଶଂସା ପାଇବେ। ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବା ଫଳରେ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ତୁଳା:-ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିବେ। ଅନ୍ୟର ଉପକାରକରି ପ୍ରଶଂସିତ ହେବେ ଓ ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। କାର୍ଯ୍ୟାଳୟରେ ଆପଣଙ୍କ ବିରୋଧରେ କେହି ଶତ୍ରୁ ଗୁପ୍ତ ଷଡଯନ୍ତ୍ର କରି ପାରନ୍ତି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ। ଅଧ୍ୟୟନ, ଅଧ୍ୟାପନା ତଥା ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବାସହ ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। କିନ୍ତୁ ଆତ୍ମୀୟମାନେ ଭିତରେ ଚେର କାଟିବେ। ପାରିବାରିକ କ୍ଷେତ୍ରରେ ଅଶାନ୍ତି ବିଶୃଙ୍ଖଳା ଦେଖାଦେବାସହ ଦାମ୍ପତ୍ୟ କଳହ ସୃଷ୍ଟି ହୋଇପାରେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସାମାଜିକ ପତିଆରା ଅମଳିନ ରହିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ପନିପରିବା ଚାଷି ତଥା ବ୍ୟବସାୟୀମାନେ ପ୍ରଚୁର ଲାଭପାଇବେ। ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ୍ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଙ୍ଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଆୟ ଉତ୍ତମ ହେବା ସହ ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ଶାରୀରିକ ପୀଡ଼ା, ମନରେ ଦୁଶ୍ଚିନ୍ତା ଓ ବନ୍ଧନ ଭୟ ଦୂରେଇ ଯିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ମିଳିବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ। ପ୍ରତିକାର- କଉଡି ଗୋଟିଏ ପାଖରେ ରଖନ୍ତୁ।

ମୀନ:-ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ। ପାରିବାରିକ କ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇ ସ୍ଥିତି ସୁଧିରିଯିବ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀ ମାନେ ବିଶେଷ ଲାଭବାନ ହେବେ। ମନକୁ ଆଘାତ ଲାଗିଲାଭଳି କଥାଶୁଣି ପାରନ୍ତି। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!