ଦୈନିକ ରାଶିଫଳ: 05 ଜାନୁୟାରୀ 2024, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ରାଜନୀତିରେ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ। ନିଜର ଚେଷ୍ଟା ଫଳରେ ବହୁତ ଦିନରୁ ବାକି ପଡିଥିବା ଟଙ୍କା ବା ବୁଡି ଯାଉଥିବା ଟଙ୍କା ମିଳି ପାରିବ। ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ଘର ଜାଗା ଓ ସମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ।ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ।ଶିକ୍ଷା କ୍ଷେତ୍ରରେ ପରିଣାମ ଅନୁକୂଳ ହେବ। ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟର ଦାୟିତ୍ୱ ନେଇ ପ୍ରଶଂସା ପାଇବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ଅକ୍ଷୁର୍ଣ୍ଣ ରହିବ। ବ୍ୟବସାୟରେ କର୍ମଚାରୀ ମାନଙ୍କର ସହଯୋଗ ପାଇ ଉତ୍ସାହ ବଢିବ। ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ମଉଜ ମଜିଲିସ୍ କରିବା ପାଇଁ ସୁଯୋଗ ପାଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ଆୟ ଉତ୍ତମ ହେବାରୁ ଧନ ସମ୍ପତିରେ ଘର ହସି ଉଠିବ। ସାମାଜିକ କାର୍ଯ୍ୟରେ ଉତ୍ସାହ ବଢିବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ ଓ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ସନ୍ତାନଙ୍କ ଚିନ୍ତାରେ ମାନସିକ ସ୍ଥିରତା ଦେଖାଦେବ। ନାନାପ୍ରକାର ସୁବିଧା ସୁଯୋଗ ମିଳିବା ସହ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହୋଇ ଯିବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କନ୍ୟା:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ନିର୍ମାଣଧୀନ କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ କୃତକାର୍ଯ୍ୟ ହୋଇ ଆନନ୍ଦିତ ହେବେ। କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଉନ୍ନତି କରି ପାରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-ସାମାଜିକ କ୍ଷେତ୍ରରେ ମାନସମ୍ମାନ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ସ୍ୱାସ୍ଥ୍ୟରେ ଉନ୍ନତି ଘଟି ଶରୀର ସୁସ୍ଥ ରହିବ। ଆକସ୍ମିକ ଧନ ପ୍ରାପ୍ତି ହେବ। ଯେଉଁ କାର୍ଯ୍ୟ ପାଇଁ ଆପଣ ଲମ୍ବା ସମୟର ପ୍ରୟାସରତ ଥିଲେ ତାହା ଖୁବ୍ ଶୀଘ୍ର ପୂରଣ ହେବ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ବ୍ୟବସାୟରେ ଉନ୍ନତି, ଲାଭ ପ୍ରାପ୍ତି ହେବା ସହ ଆୟବୃଦ୍ଧି ଯୋଗେ ଆନନ୍ଦିତ ହେବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-ବିଦ୍ୟାର୍ଥିଙ୍କର ଉନ୍ନତି ହେବ। ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟଗୀତ, କଳା ସଙ୍ଗୀତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହିତ ହେବେ। ରାଜନୈତିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବା ସହ ଉଚିତପନ୍ଥା ଗ୍ରହଣ କରିବେ। ପ୍ରେମପ୍ରସଙ୍ଗରେ ନୂଆ ସମସ୍ୟାର ସମ୍ମୁଖୀନ ହେଲେବି ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ। ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି ହେବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। କୌଣସି ନୂତନ କାର୍ଯ୍ୟ ଆରମ୍ଭ ନକରିବା ଉଚିତ କଲେ ବିପଦରେ ପଡିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବା ସହ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ପାରିବାରିକ କ୍ଷେତ୍ରରେ ଅଚାନକ ଧନପ୍ରାପ୍ତି ହେବା ଫଳରେ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ଜ୍ଞାନଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କୁମ୍ଭ:-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ ଓ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-କର୍ମ କ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ବନ୍ଧୁ ପରିବାରଙ୍କ ଠାରୁ ସୁଖ ମିଳିବ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁ ବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ରାଜନୀତିରେ ସଫଳତା ମିଳିବ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!