ମେଷ:-ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ରାଜନୀତିରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ପ୍ରଶଂସିତ ହେବେ। ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ। ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍। ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ପୁରାତନ ରୋଗର ଉପଶମ ପାଇଁ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।
ମିଥୁନ:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିହେବେ। ରାଜନୀତି କ୍ଷେତ୍ରରେ ବାଧା ବନ୍ଧନ ନମାନି ଆଗେଇ ଯିବାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ରାଜନୀତି କ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ବ୍ୟବସାୟରେ ଲାଭ ହେଲେ ମଧ୍ୟ ଶତୃ ଦେଖାଦେବେ। ପୁରାତନ ରୋଗର ପ୍ରକୋପ ସହିତ ଉଦର ପୀଡ଼ା ଦେଖା ଦେଇପାରେ। ପ୍ରେମିକ ପ୍ରେମିକା ମାନେ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ସିଂହ:-ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟରେ ପ୍ରବଳ ଲାଭ ହେବ। ଦୂରସ୍ଥାନକୁ ଯାତ୍ରା କରିବେ। ଘରୋଇ କର୍ମ କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
କନ୍ୟା:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ଓ ଆତ୍ମୀୟ ଶତ୍ରୁତା ସହ ପୁରାତନ ରୋଗର ପ୍ରକୋପର ଉପସମ ହେବ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ତୁଳା:-ରାଜନୈତିକ କ୍ଷେତ୍ରରେ କୀର୍ତ୍ତୀ ଓ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ। ନୂତନ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି ବା ନୂଆ ନିଯୁକ୍ତି ଯୋଗ ଅଛି। ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ବିଚ୍ଛା:-ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଉଧାର ଦେଇ ଫେରି ପାଇବା ସହଜ ହେବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ଅନେକ ଗୁଡ଼ିଏ କାର୍ଯ୍ୟ ବ୍ୟସ୍ତତା ଭିତରେ ବ୍ୟତିବ୍ୟସ୍ତ ରହିବେ। ଉଚ୍ଚଶିକ୍ଷା ଲାଭ କରିବାର ସୁଯୋଗ ପାଇବେ ଓ ଛାତ୍ରଛାତ୍ରୀ ମାନଙ୍କର ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ଧନୁ:- ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଶତୃ ଓ ବିରୋଧୀ ମାନେ କୌଣସି କ୍ଷତି କରିପାରିବେ ନାହିଁ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ଧାର୍ମିକ କାର୍ଯ୍ୟରେ ମନ ବଳାଇ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ମକର:-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବା ସହ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ବ୍ୟବସାୟିକ ସ୍ଥିତି ସୁଦୃଢ ହେବା ସହ ଆୟ ବୃଦ୍ଧି ହେବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ କରିବାକୁ ଚେଷ୍ଟିତ ହେବେ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିକାର-ନୀଳ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
କୁମ୍ଭ:-ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ବ୍ୟୟ ଅପେକ୍ଷା ଆୟ ବୃଦ୍ଧିପାଇବ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।
ମୀନ:-ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ଆର୍ଥିକ ଦିଗରୁ ସୁବିଧା ହେଲେ ମଧ୍ୟ ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଦେଖାଦେଇ ପାରେ। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।