ଦୈନିକ ରାଶିଫଳ: 05 ଜୁନ୍ 2024, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରାଜନୈତିଜ୍ଞ, ଶିଳ୍ପକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ। ପରିବାରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବେ। ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶିକ୍ଷା କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ସାଧାରଣ ବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ସ୍ଥିତି ସନ୍ତୋଷ ଜନକ ହେବ ଓ ଉନ୍ନତି ମୂଳକ ପଦକ୍ଷେପ ନେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ ଓ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃମାନେ ପରାଜିତ ହେବେ। ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ପାଇବେ। ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-ସାମାଜିକ କାର୍ଯ୍ୟ କରିବାକୁ ଇଛୁକ ହେବେ। ଶକ୍ତି ଓ ପ୍ରତିଷ୍ଠାରେ ବୃଦ୍ଧି ହେବ। ବିବେକ ସହିତ କାର୍ଯ୍ୟ କରନ୍ତୁ, ଲାଭ ପାଇବେ। ଧାର୍ମିକ ସ୍ଥାନକୁ ପରିଦର୍ଶନ କରିବେ। ଜଣେ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସମର୍ଥନ ଓ ମାର୍ଗଦର୍ଶନ ପ୍ରାପ୍ତି ହେବ। ଜୀବନ ସାଥୀଙ୍କ ସହିତ ସମ୍ପର୍କ ଭଲ ହେବା ଫଳରେ ପରିବାରରେ ସୁଖ ଶାନ୍ତି ଲାଗି ରିହବ। ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଯୋଜନା କରିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବା ସହ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। ଯାତ୍ରାଫଳରେ ଉତ୍ସାହିତ ହେବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ।

କନ୍ୟା:-ବ୍ୟବସାୟରେ ପ୍ରେରଣା ପାଇ ଅଚଳାବସ୍ଥା ସୁଧାରି ପାରିବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧିହେବ। ଗୁରୁଜନ ମାନଙ୍କ ଠାରୁ ଆର୍ଶିବାଦ ପାଇବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି ଫଳରେ ପ୍ରଶଂସିତ ହେବେ। ପ୍ରେମ କ୍ଷେତ୍ରରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ଦାମ୍ପତ୍ୟ କଳହର ଅବସାନ ଘଟିବ। ଛାତ୍ର ଛାତ୍ରୀମାନେ ପଢ଼ାପଢ଼ିରେ ମନଯୋଗ ଦେବେ। ରାଜନୀତି କ୍ଷେତ୍ରରେ ଅସ୍ୱସ୍ତି ଅନୁଭବ କରିବେ। ଖାଦ୍ୟପେୟର ଅବ୍ୟବସ୍ଥା ଯୋଗେ ସ୍ଵାସ୍ଥ୍ୟହାନିର କାରଣ ହୋଇପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ସଫଳତା ଲାଭକରିବେ। ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ। ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖାଦେବ। ଅଥିତିମାନେ ଘରକୁ ଆସିବେ। ସ୍ୱାସ୍ଥ୍ୟପ୍ରତି ସାବଧାନ ରହିବା ଉଚିତ୍‌। ଯେ କୌଣସି ସ୍ଥାନରେ ବଡ଼ ଧରଣର ନିବେଶ କରନ୍ତୁ ନାହିଁ। ମିତ୍ରଙ୍କ ବ୍ୟବହାରରେ ମନ ବ୍ୟଥିତ ହୋଇପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଓ ଉତ୍ତମ କାର୍ଯ୍ୟକରି ପ୍ରଶଂସିତ ହେବେ। ନୂତନ ବ୍ୟବସାୟ କରିବା ପାଇଁ ଯୋଜନା କରିବେ। ବ୍ୟବସାୟ ବୃଦ୍ଧି କରିବାର ସୁଯୋଗ ପାଇବେ ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଦୂର ସ୍ଥାନକୁ ଯାତ୍ରା କରିବେ। ବୌଦ୍ଧିକ ଆଲୋଚନାରେ ଭାଗ ନେଇପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତରଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ଛାତ୍ରଛାତ୍ରୀମାନେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କିନ୍ତୁ ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ। ସନ୍ତାନ ଯୋଗେ ଚିନ୍ତିତ ରହିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ। ଆର୍ଥିକସ୍ଥିତି ଭଲ ରହିବ କିଛି ଅସୁବିଧା ହେବ ନାହିଁ। ମିତ୍ରମାନେ ପରାମର୍ଶ ଦେଇ ସମସ୍ତ ଆଶା ପୂରଣ କରିବେ। ପାରିବାରିକ ପରିସ୍ଥିତି ଯୋଗୁ ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବା ସହ ନୂଆ ଯୋଜନାରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ଅଶୁଭତ୍ୱନାଶ ହୋଇ ଶୁଭ ଫଳ ପ୍ରାପ୍ତି ହେବ। ବ୍ୟବସାୟରେ ସଫଳତା ପାଇ ଆୟ ବୃଦ୍ଧି ହେବା ଫଳରେ ନୂତନପନ୍ଥା ଅନୁସରଣ କରିବେ। ରାଜନୈତିକ କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!