ଦୈନିକ ରାଶିଫଳ: 05 ଜୁଲାଇ 2024, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ମାନସିକ ଶାନ୍ତି ପାଇବେ। ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବ।ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ଦାମ୍ପତ୍ୟ କଳହର ଅବସାନ ଘଟିବ। ମାନସିକ ଶାନ୍ତି ମିଳିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ନୂତନ ଦ୍ରବ୍ୟ କ୍ରୟ କରିବେ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଉଚିତ୍ ପନ୍ଥା ଗ୍ରହଣ କରି ବ୍ୟବସାୟରେ ସଫଳତା ଅର୍ଜନ କରିବେ। ବାକ୍ୟ ସଂଯମତା ନରଖିଲେ କର୍ମଜୀବିମାନେ ଅସୁବିଧାର ସମ୍ମୁଖୀନ ହେବେ। ମାଲିମୋକଦ୍ଦମାର ଭୟ ରହିବ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଗୃହୋପକରଣ କ୍ରୟ କରିବେ। ବିଦ୍ୟାରେ ଉନ୍ନତି କରିବେ। ଶର୍ଦ୍ଦି ଓ ପିତ୍ତ ଦୋଷ ରୋଗ ସୃଷ୍ଟି ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କର୍କଟ:-ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ। ସୁବିଧା ବାଦକୁ ଆପଣେଇ ନେଇ ମନବିକାର ଦୂରହେବ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ସିଂହ:-ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ। ନୂତନ ଦ୍ରବ୍ୟ କ୍ରୟ କରିବେ। ଶତୃମାନେ ଦୂରେଇ ଯିବେ। କୋର୍ଟ କଚେରୀ ଧନ୍ଦା ମଧ୍ୟରେ ଅସ୍ୱସ୍ତି ପାଇବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମନରେଥିବା କାମନା ପୂର୍ଣ୍ଣ ହେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

କନ୍ୟା:-ନିଜର କର୍ତ୍ତବ୍ୟ ପ୍ରତି ଧ୍ୟାନ ରଖିବା ଅତ୍ୟନ୍ତ ଆବଶ୍ୟକ ଅଟେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ। କଥାବାର୍ତ୍ତା ଓ ନିଜର କ୍ରୋଧକୁ ନିୟନ୍ତ୍ରଣ କରିବା ଉଚ୍ଚିତ୍। ବିଦ୍ୟାରେ ଯଥେଷ୍ଟ ଶୁଭଫଳ ପ୍ରାପ୍ତି ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଉତ୍ସାହ ଉଦ୍ଦୀପନା ବୃଦ୍ଧିହେବ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ପାରିବାରିକ ଜୀବନ ସୁଖମୟ ହେବ। ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହଯୋଗ ପାଇବେ। ରାଜନୀତିରେ ସଫଳତା ମିଳିବ। ଶତୃନାଶ, ଧନପ୍ରାପ୍ତି ଓ ଉଚ୍ଚ ସମ୍ମାନ ପାଇବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ସହଯୋଗୀ ବା ଭାଇଭଳି ଚଳୁଥିବା ବ୍ୟକ୍ତିମାନେ ପୂର୍ଣ୍ଣ ସହଯୋଗ କରିବେ। କର୍ମସଂଧାନୀ ମାନେ ପ୍ରତିଯୋଗୀତା କ୍ଷେତ୍ରରେ ସଫଳ ହେବେ। ନୂତନ ବସ୍ତୁ କ୍ରୟ କରି ପାରିବେ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସୁସ୍ଥ ମାନସିକତା ରକ୍ଷାକରି ବିଦ୍ୟାକ୍ଷେତ୍ରରେ ଆଶାତୀତ ଲାଭ ପାଇବେ। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ। ରାଜନୀତି କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ।ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରିପାରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବିଦ୍ୟା କ୍ଷେତ୍ରରେ ବୀଜୟ ପ୍ରାପ୍ତ ହେବ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ଯତ୍ନର ସହିତ ବୈଦୁତିକ ଉପକରଣ ବ୍ୟବହାର କରନ୍ତୁ। ଦିନର ଆରମ୍ଭ ବହୁତ ଶୁଭ ହେବ ଯାହା ଆପଣଙ୍କୁ ଖୁସିର ସନ୍ଦେଶ ଆଣିଦେବ। ଧୈର୍ଯ୍ୟ ଏବଂ ଦୃଢତା ସହିତ କାର୍ଯ୍ୟ କରନ୍ତୁ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ଆବଶ୍ୟକତାଠାରୁ ଅଧିକ କାହାକୁ ବିଶ୍ୱାସ କରନ୍ତୁ ନାହିଁ। ନିଜ ଜୀବନସାଥୀଙ୍କ ଭାବନାପ୍ରତି ବିଶେଷ ଧ୍ୟାନ ଦିଅନ୍ତୁ। ଅଦରକାରୀ ଜିନିଷ ଉପରେ ଓ ଅଦରକାରୀ ଭାବନା ଉପରେ ଅଧିକ ସମୟ ନଷ୍ଟ କରନ୍ତୁ ନାହିଁ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!