ଦୈନିକ ରାଶିଫଳ: 05 ଡିସେମ୍ବର 2023, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ସାମାଜିକ ପ୍ରତିଷ୍ଠା. ମାନ ସମ୍ମାନ ବୃଦ୍ଧି ହେବ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା କିମ୍ବା ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ରାଜନୀତି କ୍ଷେତ୍ରରେ ସାଧାରଣ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ବିଦ୍ୟା କ୍ଷେତ୍ରରେ ମନ ଲାଗିବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ହେବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ପାରିବାରିକ ସ୍ତର ହସ ଖୁସିରେ କଟିବ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ଅଧସ୍ତନ କର୍ମୀ ଓ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ପ୍ରତିଦ୍ୱନ୍ଦିତା, ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିବେ। ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ। ପୁରାତନ ରୋଗର ଉପସମ ହେବା ସହ ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଶତୃମାନେ ଦୂରେଇ ଯିବେ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ପଢାପଢି ସନ୍ତୋଷ ଜନକ ହେବା ଯୋଗେ ମାନସିକ ଶାନ୍ତି ମିଳିବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ। ସୁଖ ଶାନ୍ତିରେ ଦିନଟି କଟାଇବେ। ଆୟବୃଦ୍ଧି ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ରାଜନୀତିରେ ବିଶେଷ ଲାଭବାନ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କନ୍ୟା:-ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ବ୍ୟବସାୟରେ ଆଶାତୀତ ଲାଭପାଇ ମନ ଖୁସି ରହିବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-ଶୁଭକାମ କରି ପ୍ରଶଂସିତ ହେବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପୁରାତନ ରୋଗ ପୀଡାରୁ ଉପସମ ହେବା ସହ ବନ୍ଧୁଙ୍କ ସହ ଯୋଗାଯୋଗ ଫଳରେ ଆନନ୍ଦିତ ହେବେ। ପଡା ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ଖୁସିହେବେ ଓ ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ସହ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ଓ ନିଜ ଲୋକମାନେ ହିଁ କାମରେ ଆସିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ବିଚ୍ଛା:-ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ ଓ ମାନସିକ ଶାନ୍ତି ପାଇବେ। ବାହ୍ୟ ଯୋଗା ଯୋଗରେ ଅଧିକ ଲାଭ ମିଳିବ। ପାରିବାରିକ ସମସ୍ୟାକୁ ସମାଧାନ କରି ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଗୁରୁଜନ ମାନଙ୍କ ଠାରୁ ଆର୍ଶିବାଦ ପାଇବେ ଓ ଆମୋଦ ପ୍ରମୋଦର ସୁଯୋଗ ପାଇବେ। ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ବ୍ୟବସାୟରେ ବିଶେଷ ଲାଭାନ୍ଵିତ ହେବେ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ କିଛି ଖର୍ଚ୍ଚ ହୋଇଯିବ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡି ପାରନ୍ତି। ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମକର:-ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇ ପାରେ। ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଶିକ୍ଷାକ୍ଷେତ୍ରରେ ଉତ୍ସାହ ବଢ଼ିବ। ବ୍ୟବସାୟ କ୍ଷେତ୍ରରେ ଉନ୍ନତି ମୂଳକ ପଦକ୍ଷେପ ନେଇ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ଜନ ସମ୍ପର୍କ ବୃଦ୍ଧି ପାଇବ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ମୀନ:-ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଶୁଭ ଲାଭ ମଧ୍ୟେ ପାରିପାର୍ଶ୍ଵିକ ବାତାବରଣ ପ୍ରତି ସଚେତନତା ବୃଦ୍ଧି ପାଇବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ଅୟସ, ଆରାମ, ଆମୋଦ ପ୍ରମୋଦରେ ଆଗ୍ରହ ବଢିବ। କର୍ମକ୍ଷେତ୍ରରେ ମାନ ସମ୍ମାନ ପ୍ରତିଷ୍ଠା ବୃଦ୍ଧି ହେବ। ରାଜନୀତିରେ ଲୋକପ୍ରିୟତା ଯୋଗେ ସହକର୍ମୀଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପ୍ରତିକାର- ହଳଦିଆ ରୁମାଲ ଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!