ଦୈନିକ ରାଶିଫଳ: 05 ନଭେମ୍ବର 2024, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ଅସମ୍ମାନଜନକ ଘଟଣା ଘଟିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ନୂତନ ସମ୍ପତ୍ତି କ୍ରୟ କରିବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କମ ପରିଶ୍ରମ କରି ଅଧିକ ଲାଭ ପାଇବେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହେବେ। ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ଖାଦ୍ୟପେୟ ନିୟନ୍ତ୍ରଣ ନକଲେ ସ୍ୱାସ୍ଥ୍ୟରେ ଅବନତି ହେବ। ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସମୟ ଗୁଡିକ ହସ ଖୁସିରେ ବିତିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କର୍କଟ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ବନ୍ଧୁମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ପରିବାରରେ ସୁଖଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ। ଶାରିରୀକ ଅସୁସ୍ଥତା ଦୂରହେବ। ନୂତନକର୍ମ ନିଯୁକ୍ତିର ସୁଯୋଗ ପାଇବେ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ବ୍ୟାପାରରେ ନୂଆ ଅର୍ଡର ବା ଏଗ୍ରୀମେଣ୍ଟ କରିପାରିବେ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ। ଶ୍ରମିକ ଓ କର୍ମଚାରୀ ମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। ମାଲି-ମୋକଦ୍ଦମାରେ ଶୀଘ୍ର ଫଇସଲା ଦିଗ ଉନ୍ମୁକ୍ତ ହେବ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଲୁଗାପଟା ଓ ସୌଖୀନ ଦ୍ରବ୍ୟରେ ବ୍ୟବସାୟୀମାନେ ଦ୍ଵିଗୁଣ ଲାଭ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ। ନୂତନବନ୍ଧୁଙ୍କ ଆଗମନ ହେବ। ଜାଗାଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରି ପାରିବେ। ଫୋନ୍ ଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା ବା ସନ୍ଦେଶ ପ୍ରାପ୍ତ ହେବାର ସମ୍ଭାବନା ଅଛି। ପରିବାରର ଅନ୍ୟ ସଦସ୍ୟଙ୍କ ପ୍ରତି ସମ୍ବନ୍ଧ ସୁଦୃଢ ହେବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ମନୋରଞ୍ଜନ ଓ ହସ-ଖୁସିରେ ସମୟ ବ୍ୟତୀତ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ସରକାରୀ କ୍ଷେତ୍ରରେ ନୂତନପନ୍ଥା ଅନୁସରଣ କରି ଲାଭବାନ ହେବେ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ପ୍ରିୟଜନ ମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ। ଦାମ୍ପତ୍ୟ ସୁଖରେ ସୁଖିହେବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ନୂଆ କ୍ୟାରିୟର ଆରମ୍ଭ କରିପାରିବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟ ଭଲରେ ଚାଲିବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ କ୍ଷେତ୍ରରେ ସୁଖଶାନ୍ତି ବିରାଜମାନ କରିବ। ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନବୃଦ୍ଧି ହେବ। ବାସସ୍ଥାନ ବା ଯାନବାହାନର ନବୀକରଣ କରିବାର ସୁଯୋଗପାଇବେ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତାପୂର୍ଣ୍ଣ ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମକର:-ସାମଞ୍ଜସ୍ୟ ଓ ସମନ୍ଵୟ ଦ୍ଵାରା କାମ ହାସଲ କରିପାରିବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ଦାମ୍ପତ୍ୟସୁଖ ବୃଦ୍ଧିହେବ। କଠିନ ପରିଶ୍ରମକରି କାର୍ଯ୍ୟକରିବା ଫଳରେ ଉପରିସ୍ଥ କର୍ମଚାରୀ ମାନଙ୍କଠାରୁ ପ୍ରଶଂସା ପାଇବେ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ପାଠ ପଢ଼ାରେ ମନଯୋଗ ଦେଇ ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ନୂତନ କର୍ମ ପାଇଁ ପ୍ରୟାସରତ ଥିଲେ ଶୁଭସୂଚନା ପାଇବେ। ରାଜନୀତିରେ ଲୋକପ୍ରିୟତା ହାସଲ କରିବେ। ବିହିନ୍ନ ପ୍ରକାର କଥା ଚିନ୍ତାକରି ମନ ଭଲ ଲାଗିବ ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସ୍ୱାସ୍ଥ୍ୟ ଉତ୍ତମ ରହିବ ଓ ମାନସିକ ଶାନ୍ତି ମିଳିବ। ବାକିଥିବା ଅର୍ଥ ପ୍ରାପ୍ତି ହେବା ଫଳରେ ଗଚ୍ଛିତଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରି ପାରନ୍ତି। ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। ପଦସ୍ଥବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!