ଦୈନିକ ରାଶିଫଳ: 05 ଫେବୃୟାରି 2024, ସୋମବାର, ମହାଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବା ଫଳରେ ପ୍ରେମପ୍ରସଙ୍ଗରେ ଭୁଲ୍ ବୁଝାମଣାର ନିରାକରଣ ହେବ। ପ୍ରେମପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। କର୍ମକ୍ଷେତ୍ରରେ ଲୋକଙ୍କୁ ନିଜର କରି ପାରିବେ। ବ୍ୟବସାୟରେ ଲକ୍ଷପ୍ରତି ଯଥାର୍ଥବାଦୀ ହୋଇ ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ କରି ପାରିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶାରିରୀକ ଅସୁସ୍ଥତା ଦୂରହେବ। ଛାତ୍ର ଛାତ୍ରୀମାନଙ୍କର ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ଶୁଭ ସମାଚାର ପାଇ କଷ୍ଟ ଦୂର ହେବ। ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ ଥିବାରୁ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ଆୟର ସ୍ରୋତ ବୃଦ୍ଧି ହେବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପାରିବାରିକ କ୍ଷେତ୍ରରେ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇ ହସଖୁଶିର ବାତାବରଣ ସୃଷ୍ଟି ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମିଥୁନ:-ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ। ଲୋକମାନଙ୍କ ସହିତ ମିଳିମିଶି କାମ କରି ପାରିଲେ ହସଖୁସିରେ ସମୟ ବ୍ୟତୀତ ହେବ। ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବା ଫଳରେ ପ୍ରେମପ୍ରସଙ୍ଗରେ ଭୁଲ୍ ବୁଝାମଣାର ନିରାକରଣ ହେବ। କର୍ମକ୍ଷେତ୍ରରେ ପ୍ରତିସ୍ପର୍ଦ୍ଧା ଓ ଦ୍ଵେଷର ସାମ୍ନା କରିବାକୁ ପଡିପାରେ। ଯାନବାହାନ ଭ୍ରମଣରେ ସତର୍କ ରହିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ କର୍ମ କ୍ଷେତ୍ରରେ ସୁଧାର ଆସି ମାନସିକ ଦୁଶ୍ଚିନ୍ତା ବା ମନ ବିଚଳିତରୁ ଶାନ୍ତି ଅନୁଭବ କରିବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ। ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ। ଅଧିକ ପରିଶ୍ରମ କରି କିଛି ଅର୍ଥ ଲାଭ କରିବେ, କିନ୍ତୁ ଅଯଥାରେ ଖର୍ଚ୍ଚକରି ବାକୁ ପଡିପାରେ। ଶତୃ ବା ବିରୋଧୀଙ୍କ ଠାରୁ ସାବଧାନ ରହିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସାମାଜିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବା ସହ ଆର୍ଥିକ ସ୍ଥିତି ସୁଦୃଢ଼ ହେବ ଓ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ହସଖୁସିରେ ସମୟ ବ୍ୟତୀତ ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ଭୌତିକ ସୁଖସୁବିଧା ସାଧନରେ ବୃଦ୍ଧି ହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭ ହେବା ସହ ଅତିରିକ୍ତ ଆୟର ମଧ୍ୟ ସମ୍ଭାବନା ଅଛି। ବସ୍ତ୍ର, ଆଭୁଷଣ ଗହଣା ଆଦି କ୍ରୟ କରି ପାରିବେ। ଶାରିରୀକ ଅସୁସ୍ଥତା ଦୂରହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ସାମାଜିକ ପ୍ରତିଷ୍ଠା ମାନସମ୍ମାନରେ ବୃଦ୍ଧି ହେବ। ଶିକ୍ଷାକ୍ଷେତ୍ରରେ ଛାତ୍ରଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ହେବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ଶତୃମାନଙ୍କ ସହ ମିତ୍ରତା ଭାବ ସ୍ଥାପନ କରିବା ପାଇଁ ପ୍ରୟାସରତ ରହିବେ। ସାମାଜିକ କାର୍ଯ୍ୟରେ ନିୟୋଜିତ ହେବେ। ରୋଜିରୋଜଗାରର ଉଚିତ୍ ପରିସର ମିଳିବ। ଆଧ୍ୟାତ୍ମିକ ଊର୍ଜାରେ ମନ ଓତପ୍ରୋତ ରହିବ। ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହଇରାଣରେ ପଡି ପାରନ୍ତି। କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଶତୃଙ୍କ ସହିତ ମୁକାବିଲା କରି ବହୁତ ପଇସା ଇନକମ୍ କରି ପାରିବେ। ବ୍ୟବସାୟରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ସହଯୋଗୀ ମାନେ ସାହାଯ୍ୟ ସହଯୋଗ କରିବେ। କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ ଓ ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ। କୌଣସି ମହତ୍ଵପୂର୍ଣ୍ଣ ସୂଚନା, ସନ୍ଦେଶ, ଅର୍ଡର ବା ପେମେଣ୍ଟ ଆଦି ପ୍ରାପ୍ତ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ଧନୁ:-ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ କାମକାର୍ଯ୍ୟରେ ଗମ୍ଭୀରତା ପୂର୍ବକ ଧ୍ୟାନ ଦେଇ ଧୈର୍ଯ୍ୟ ଓ ସାହସ ଦ୍ଵାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ସରକାରୀ କ୍ଷେତ୍ରରେ ଯଶ, କୀର୍ତ୍ତି, ମାନ ସମ୍ମାନ ମିଳିବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିବା ଫଳରେ ଆଶାକରିଥିବା କାର୍ଯ୍ୟ ପୁରଣ କରି ପାରିବେ। ଅଚାନକ ଭାବରେ ଧନ ଲାଭ ହେବ। କର୍ମକ୍ଷେତ୍ରରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ବ୍ୟବସାୟମାନେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବା ସହ ଅଧିକ ଲାଭ କରିବେ। ମିତ୍ରମାନଙ୍କ ସହଯୋଗ ପାଇ କର୍ମକ୍ଷେତ୍ରରେ ସ୍ଥିତି ସୁଦୃଢ ହେବାସହ ପରିସ୍ଥିତି ବଦଳିଯିବ। ଅତିରିକ୍ତ ଆୟର ମଧ୍ୟ ସମ୍ଭାବନା ଅଛି। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ଆର୍ଥିକସ୍ଥିତି ସୁଦୃଢ ହେବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଆନ୍ତରିକଶକ୍ତି ଓ ଆତ୍ମବଳ ଦ୍ଵାରା ଆଗକୁ ବଢି ବାରେ ସକ୍ଷମ ହେବେ। ରାଜନୀତି କ୍ଷେତ୍ରରେ ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବା ଫଳରେ ମାନସମ୍ମାନ ବଜାୟ ରହିବ। ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇପାରେ ଓ ଉଚିତ୍ ଲାଭ ମଧ୍ୟ ପ୍ରାପ୍ତି ହେବ। ଅଧିନସ୍ଥ କର୍ମଚାରୀ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ଆପଣଙ୍କ ପ୍ରୟାସରେ ସୁଖଦ ପରିଣାମ ଅବଶ୍ୟ ଆସିବ। ମାନସିକ ଚିନ୍ତା ଓ ମନ ବିଚଳିତରୁ ଶାନ୍ତି ଅନୁଭବ କରିବେ। କୌଣସି ଇଲୋକଟ୍ରନିକ୍ସ ସାମଗ୍ରୀ ଓ ଘରର ଉପଯୋଗ ସାମଗ୍ରୀ କ୍ରୟ କରି ପାରନ୍ତି। ପ୍ରେମ ପ୍ରସଙ୍ଗରେ ଆନନ୍ଦ ମିଳିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!