ଦୈନିକ ରାଶିଫଳ: 05 ମଇ 2023, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ପାରିବାରିକ ଜୀବନ ଆନନ୍ଦରେ କଟିବା ସହ ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ। ସାଙ୍ଗ ସାଥିମାନଙ୍କ ସାହାଯ୍ୟ ସହଯୋଗ ପାଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବା ଫଳରେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କର୍ମ କ୍ଷେତ୍ରରେ ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ। ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ ଓ ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ସହଜରେ ପାଇ ପାରନ୍ତି। ପ୍ରତିକାର-ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ଶିକ୍ଷାର୍ଥୀ ମାନେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ରାଜନୀତି କ୍ଷେତ୍ରରେ ମାନ ସମ୍ମାନ, ପ୍ରତିଷ୍ଠା ପ୍ରତ୍ତିପତି ଅକ୍ଷୁର୍ଣ୍ଣ ରହିବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବାସସ୍ଥାନ ବା ଯାନବାହାନର ନବୀକରଣ କରିବାର ସୁଯୋଗ ପାଇବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ମିଷ୍ଟାନ ଭୋଜନ ପ୍ରାପ୍ତି ହେବ। ମିତ୍ରମାନଙ୍କ ଦ୍ଵାରା ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ କୌଶଳକ୍ରମେ ସମାଧାନ କରିବେ। କର୍ମକ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବାକଷ୍ଟ ହେବ। ରାଜନୈତିକ କ୍ଷେତ୍ରରେ ମନୋ ମାଳିନ୍ୟ ମେଣ୍ଟିଯିବା ଫଳରେ ପ୍ରଶଂସିତ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ସାଧାରଣ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଶତୃମାନେ ଦୂରେଇ ଯିବେ ଓ ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ଶତୃମାନେ ମଥାନତ କରିବେ ଓ ପୁରାତନ ରୋଗରୁ ଉପସମ ପାଇବେ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ। ରାଜନୀତି କ୍ଷେତ୍ରରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବାସହ ବିଦ୍ୟାରେ ଉନ୍ନତି କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ତୁଳା:-କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ଲାଗି ରହିଥିଲେ ସମାଧାନ କରିପାରିବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ବିଚ୍ଛା:-ରାଜନୀତିରେ ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ଧନୁ:-ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବାସହ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବା ଫଳରେ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଭଲଭାବରେ ଚିନ୍ତାକରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧା ହେବେନାହିଁ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ। କର୍ମକ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ବଢ଼ିବ। କୋର୍ଟ-କଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ରହିବ। ପ୍ରତିକାର- ପାଞ୍ଚୋଟି ଲବଙ୍ଗ ପାଖରେ ରଖନ୍ତୁ।

କୁମ୍ଭ:-ସମ୍ବନ୍ଧ ଓ ସମ୍ପର୍କରେ ସୁଖ ଶାନ୍ତିରେ ଦିନଟି କଟାଇବେ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ଯାତ୍ରା ଫଳରେ ଉତ୍ସାହିତ ହେବେ। ଶୁଭକାର୍ଯ୍ୟ ସମ୍ପାଦନ କରିବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଦାମ୍ପତ୍ୟ ଜୀବନରେ ଅଶାନ୍ତିର ଝଡ଼ ଦୂର ହୋଇଯିବ। ଆକସ୍ମିକ ଧନ ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ ଓ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ବୁଦ୍ଧିଜୀବି ମାନଙ୍କ ସାନ୍ନିଧ୍ୟରେ ଆସି କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂରହେବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡି ପାରନ୍ତି। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!