ଦୈନିକ ରାଶିଫଳ: 05 ମଇ 2024, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବ୍ୟବସାୟରେ ଉଚିତ୍ ପନ୍ଥା ଗ୍ରହଣ କରି ଲାଭବାନ ହେବେ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ପରିବାର ଭିତରେ ଜଗିରଖି ନ ଚଳିଲେ ପାଖ ପଡୋଶିଙ୍କ ଦ୍ଵାରା ମନ ବିଚଳିତ ରହିବ। ଆମୋଦ ପ୍ରମୋଦ, ମନୋରଞ୍ଜନ କାର୍ଯ୍ୟରେ ଯୋଗ ଦେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟି ପାରେ। ଭ୍ରମଣ ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯାଇ ଉଚ୍ଚଆଶା ସଫଳ ହେବ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ ଓ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ବ୍ୟାପାରରେ କୌଣସି ନୂଆ କାମ, ଏଗ୍ରୀମେଣ୍ଟ ବା ନୂଆ ଅର୍ଡର ମିଳିପାରେ। ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ସାଙ୍ଗସାଥିମାନେ ସାହାଯ୍ୟ କରିବା ଫଳରେ ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ବିବେକ ବୁଦ୍ଧିବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ। ପାରିବାରି କ ଜୀବନ ଆନନ୍ଦରେ କଟିବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କର୍କଟ:-ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ବନ୍ଧୁ, ମିତ୍ରଙ୍କ ସାହାଯ୍ୟ ସହଯୋଗ ପାଇ ପୁରୁଣା ପ୍ରାପ୍ୟ ଆଦାୟ ହେବ। ବ୍ୟବସାୟରେ ବହୁବିଧ ସୁଯୋଗ ଜୁଟିବ ଓ ଅଧିକ ଲାଭବାନ୍ ହେବେ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ପ୍ରତିକାର-ଦିବ୍ୟାଙ୍ଗ, ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ବିଦ୍ୟାରେ ଉନ୍ନତି ଓ ପ୍ରଶଂସିତ ହେବେ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ। ଗୃହୋପକରଣ କ୍ରୟ କରିବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ଉଚ୍ଚଶିକ୍ଷା ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ। ସନ୍ତାନ ଯୋଗେ ଚିନ୍ତିତ ରହିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ମାଲି ମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧିହେବ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ଶିଳ୍ପବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ। ସତସଙ୍ଗ ଓ ମନୋରଞ୍ଜନ, କ୍ରୀଡ଼ାବିଦ୍ମାନେ ପ୍ରଶଂସିତ ହେବେ। କର୍ମକ୍ଷେତ୍ର ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବା ପାଇଁ ପ୍ରଯତ୍ନ କରିବେ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-ରାଜନୀତି କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ଓ ଯାତ୍ରାଫଳରେ ଉତ୍ସାହିତ ହେବେ। ବ୍ୟବସାୟୀମାନେ ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ନୂତନ ବସ୍ତୁ କ୍ରୟ କରିପାରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବା ସହ ସୁନାମ ଅର୍ଜନ କରିବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। ସାମ୍ବାଦିକ ମାନଙ୍କର ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ନୂତନ ଚାକିରୀ ପାଇଁ ପ୍ରୟାସ ରତ ଯୁବକ ଯୁବତୀମାନେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କୁମ୍ଭ:-ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। କର୍ମକ୍ଷେତ୍ରରେ ଆନ୍ତରିକ ଉତ୍ସାହ ଉଦ୍ଦୀପନା ବୃଦ୍ଧିହେବା ଫଳରେ ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ। ପାରିବାରିକ ଜୀବନ ସୁଖରେ କାଟିବେ। ଯାତ୍ରା ଫଳରେ ଉତ୍ସାହିତ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆନନ୍ଦିତ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଆର୍ଥିକ ସାହାଯ୍ୟ ପାଇବା ଦ୍ଵାରା ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଶତ୍ରୁନାଶ ହେବାସହ ଧନପ୍ରାପ୍ତି ହେବ। ବିଦେଶ ଯାତ୍ରାରେ ଲାଭ ପାଇବେ। ଆର୍ଥିକ ପରିସ୍ଥିତିରେ ଉନ୍ନତି ହେବ। ଋଣଭାର କମିଯିବ। ବାଣିଜ୍ୟ କାରବାରରେ ଉତ୍ସାହ ଉଦ୍ଦିପନା ଯୁକ୍ତ ହେବେ। କରନ୍ତୁ ନାହିଁ। ବିଦ୍ୟାର୍ଥୀମାନେ ନିଜ ଲକ୍ଷ୍ୟରେ ସଫଳତା ପାଇବେ। ସକଳ କାର୍ଯ୍ୟରେ ସଫଳତା ମିଳିବ। ଉଚ୍ଚଆଶା ପୂରଣ ହୋଇପାରେ। ଶରିର ସୁସ୍ଥ ରହିବ। ଘରେ ବସିଥିଲେ ମଧ୍ୟ କେହି ବଳେ ବଳେ ଆସି ଆପଣଙ୍କ କାମନା ପୂର୍ଣ୍ଣ କରିଯିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!