ଦୈନିକ ରାଶିଫଳ: 05 ମାର୍ଚ୍ଚ 2024, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। କର୍ମକ୍ଷେତ୍ରରେ ଅପେକ୍ଷା କରିଥିବା କାର୍ଯ୍ୟର ଶୁଭ ସୂଚନା ମିଳିବା ଫଳରେ ଶ୍ରମ ସାର୍ଥକ ହେବ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ। ବ୍ୟବସାୟରେ ସଫଳତା, ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ସାମାଜିକ କାମରେ ପ୍ରଶଂସା ମିଳିବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପ୍ରେମ କ୍ଷେତ୍ରରେ ସମସ୍ତ ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ କିନ୍ତୁ ସଞ୍ଚୟ କମ୍ ହେବ ଓ ଖର୍ଚ୍ଚ ଅଧିକ ହେବ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ରାଜନୈତିକ କ୍ଷେତ୍ରରେ ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଅଧିକାରୀ କାମରେ ପ୍ରସନ୍ନ ରହିବେ। ନୂଆ ଯୋଜନା ଉପରେ କାର୍ଯ୍ୟକରି ଅଟକି ଥିବା ଧନ ମିଳିବାରୁ ଖୁସି ହେବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣାରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବ୍ୟବସାୟ କ୍ଷେତ୍ରରେ ମନୋକାମନା ପୂରଣ ହେବା ସହ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ସାମ୍ବାଦିକ ମାନଙ୍କର ଶୁଭ ସମାଚାର ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ଆତ୍ମବିଶ୍ଵାସ ବୃଦ୍ଧି ପାଇବ। କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ଶିକ୍ଷା କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ଦୂରେଇଯିବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବା ଫଳରେ ଉଚ୍ଚଆଶା ସଫଳ ହେବ। ଗୃହସମସ୍ୟା ସମାଧାନ ହୋଇ ଅଟକିଥିବା କାର୍ଯ୍ୟ ପୂରଣ ହେବ। ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ। ନୂଆ ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ବନ୍ଧୁବାନ୍ଧବଙ୍କ ନିକଟରେ ଓ ଗୁରୁଗୁରୁଜନ ପାଖରେ ଆଦୃତ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ। ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଶାରୀରିକ କଷ୍ଟ ଦୂର ହୋଇ ସ୍ଵାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବା ଯୋଗେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ କାର୍ଯ୍ୟରେ ସ୍ଥିରତା ଆସିବ। ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ପରିବାରରେ ଆଦର ଯତ୍ନପାଇ ସୁଖଭୋଗ କରିବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିବା ସହ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-ବିରୋଧିମାନେ ଦୂରେଇଯିବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ଆର୍ଥିକସ୍ଥିତିରେ ସୁଧାର ଆସିବ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟଯୁକ୍ତ ହେବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ଆୟବୃଦ୍ଧି ଯୋଗେ ଆର୍ଥିକ ସଙ୍କଟ ଦୂର ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମକର:-ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ଦାମ୍ପତ୍ୟଜୀବନ ସୁଖମୟ ହେବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:- ରାଜନୀତି କ୍ଷେତ୍ରରେ ମାନ ସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ପରିଶ୍ରମ ଦ୍ୱାରା କାର୍ଯ୍ୟ ମଧ୍ୟମ ଧରଣର ହୋଇ ସଫଳତା ମିଳିବ ଓ ଲାଭ ପାଇବେ। ବ୍ୟବସାୟରେ ପ୍ରସାର ପ୍ରଚାର କରି ଉତ୍ତମ ରୋଜଗାର କରିପାରିବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ମିତ୍ର ଓ ଭାଇମାନଙ୍କୁ ସାହାଯ୍ୟ କରି ଆର୍ଥିକ ସମସ୍ୟାରେ ଚିନ୍ତିତ ହୋଇ ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ଚେଷ୍ଟା ଜାରି ରଖିଲେ ମୁଣ୍ଡ ଉଚ୍ଚ ରହିବ। ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!