ମେଷ:-ସାମାଜିକ ପତିଆରା ଅମଳିନ ରହିବ। କର୍ମକ୍ଷେତ୍ରରେ ସଙ୍କୁଚିତ ହେଲେମଧ୍ୟ ସ୍ଵାଭିମାନକୁ ବଜାୟ ରଖି କର୍ମୋନ୍ନତି ଭାଗ୍ୟୋନ୍ନତି କରି ପାରିବେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।
ବୃଷ:-ଶରୀର ଅସୁସ୍ଥ ରହିବ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଏକାଗ୍ରତା ଆସିପାରିବ। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର ହେବ। ଅଧିକ ପରିଶ୍ରମ କରିବା ଫଳରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ପାଖ ପଡୋଶିଙ୍କ ଦ୍ଵାରା ଅନେକ ସମସ୍ୟା ସମାଧାନ ହେବ। ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଠାରୁ ପ୍ରଶଂସା ପାଇବେ। ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ମିଥୁନ:-ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇପାରେ ଓ ଉଚିତ୍ ଲାଭ ମଧ୍ୟ ପ୍ରାପ୍ତି ହେବ। ଶତୃମାନଙ୍କୁ ମିତ୍ର କରିବା ପାଇଁ ପ୍ରୟାସରତ ରହିବେ। ମାଲିମୋକଦ୍ଦମାରେ ବଂଧୁ ସହଯୋଗରେ ବିଜୟ ପ୍ରାପ୍ତ ହେବ। କୌଣସି ଧର୍ମସ୍ଥଳ, ମନ୍ଦିର, ମଠକୁ ଯିବା ପାଇଁ ପୋଗ୍ରାମ୍ କରିବେ। ନୂତନ କାର୍ଯ୍ୟକିଛି ଶୁଭାରମ୍ଭ ନକରିବା ଉଚିତ୍। ପୁରୁଣା ମିତ୍ରଙ୍କ ସହିତ ଭେଟ ହେବା ଫଳରେ ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
କର୍କଟ:-ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ସରକାରୀ କ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ।
ସିଂହ:-ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ। ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ। ବ୍ୟବସାୟ ଓ କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବା ସହ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ଅବହେଳିତ ଲୋକଙ୍କସହ ମିଳାମିଶା କରି ନୂତନ ଦିଗ୍ଦର୍ଶନ ପାଇବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପ୍ରତିକାର- କମଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।
କନ୍ୟା:-ଗୃହ, ଜମି ଓ ପାରିବାରିକ ସମସ୍ୟାରେ ପରିବର୍ତ୍ତନ ଆସିବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିବା ଫଳରେ ଆଶାକରିଥିବା କାର୍ଯ୍ୟ ପୁରଣ କରି ପାରିବେ। କୌଣସି ମହତ୍ଵପୂର୍ଣ୍ଣ ସୂଚନା ପ୍ରାପ୍ତ ହେବ। ପ୍ରତିସ୍ପର୍ଦ୍ଧା ଓ ପ୍ରତିଯୋଗିତାରେ ବିଜୟଶ୍ରୀ ହେବ। ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। କାହାକୁ ଉଧାର ଦେଇଥିବା ବା ଅଟକିଥିବା ଟଙ୍କା ମିଳିଯିବ। ଛାତ୍ରଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
ତୁଳା:-ବ୍ୟବସାୟରେ ଆଶା ମୁତାବକ ଲାଭ ପାଇବେ। ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ। ବାଦବିବାଦଠାରୁ ଦୂରେଇ ରହିବା ଉଚିତ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ସାମୁହିକ ଗତିବିଧି ଦ୍ଵାରା ଆପଣ ସଫଳତା ହାସଲ କରିପାରିବେ। ନିବେଶ ଆଦିରେ ଲାଭ ହେବ। ଶାରୀରିକ ସୁସ୍ଥତା ଅନୁଭବ କରିବେ। କାରବାରରେ ଲାଭ ହୋଇ ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହେବ। ଉଚ୍ଚାଧିକାରୀ ବ୍ୟକ୍ତିମାନେ ପ୍ରସନ୍ନ ରହିବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଲୋକକଲ୍ୟାଣ କର୍ମରେ ନିଜକୁ ନିୟୋଜିତ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
ଧନୁ:-ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ନୂତନ ଲୋକଙ୍କ ସହିତ ଭେଟ ହେବ। ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ। ବ୍ୟବସାୟ କ୍ଷେତ୍ରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ। ପୁରାତନ ରୋଗର ଉପସମ ହୋଇ ସ୍ୱାସ୍ଥ୍ୟରେ ସୁଧାର ଆସିବ। ମନରେଥିବା କାମନା ପୂର୍ଣ୍ଣ ହେବ। ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ସ୍ନାନ କରନ୍ତୁ।
ମକର:-ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ। ନୂତନ ଦ୍ରବ୍ୟ କ୍ରୟ-ବିକ୍ରୟ କରି ଆଶାତୀତ ଲାଭ ପାଇବେ। କର୍ମକ୍ଷେତ୍ରରେ କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ସମ୍ପର୍କ ହେବା ଫଳରେ ଆଗକୁ ବଢିବାରେ ସହାୟତା ମିଳିବ। ନୂତନ କାମ ଆରମ୍ଭ କରିପାରିବେ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବେ। ସରକାରୀ କ୍ଷେତ୍ରରେ ଯଶ, କୀର୍ତ୍ତି, ମାନ-ସମ୍ମାନ ମିଳିବ। ପ୍ରତିକାର- କଳା ରୁମାଲ ଟିଏ ପାଖରେ ରଖନ୍ତୁ।
କୁମ୍ଭ:-ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ। ଧର୍ମ-କର୍ମରେ ରୁଚି ରହିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ। ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ଛାତ୍ର ଛାତ୍ରୀମାନେ ବାହ୍ୟ ଦେଶକୁ ଯାତ୍ରା କରି ପାରନ୍ତି। ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ। ନୂତନ ବ୍ୟବସାୟର ସୁଯୋଗ ପାଇବେ। ନୂତନ କାର୍ଯ୍ୟଆରମ୍ଭ କରି ପାରିବେ। ପରୀକ୍ଷା ପ୍ରତିଯୋଗିତାରେ ଓ ସମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।