ଦୈନିକ ରାଶିଫଳ: 06 ଅକ୍ଟୋବର 2023, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସରକାରୀ କ୍ଷେତ୍ରରେ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ବ୍ୟବସାୟୀ ମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣି ବାରେ ସଫଳ ହେବେ। ଜନସେବାଦ୍ଵାରା ଓ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ। କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନରେ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ରାଜନୀତି ମାମଲାରେ ସଫଳତା ମିଳିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ଦୂରଯାତ୍ରାରେ ସଫଳ ହେବେ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ବ୍ୟବସାୟିକ କ୍ଷେତ୍ରରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ସୁଖ ସମୃଦ୍ଧି ବୃଦ୍ଧିହେବାସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ଶରୀର ସୁସ୍ଥ ରହିବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ନୂତନ କର୍ମ ପାଇଁ ପ୍ରୟାସରତ ଥିଲେ କର୍ମ ନିଯୁକ୍ତି ପାଇବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିଯିବ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ। ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମ କ୍ଷେତ୍ରରେ ସଫଳ ହେବେ। ପୂର୍ବରୁ ଥିବା ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧୀକାରୀଙ୍କ ପ୍ରିୟଭାଜନ ହେବେ। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ। ସତର୍କତା ଅବଲମ୍ବନ ନକଲେ ମାନସମ୍ମାନ ହାନୀହେବାର ବିଶେଷ ସମ୍ଭାବନା ଅଛି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଶିକ୍ଷା କ୍ଷେତ୍ରରେ ପରିଶ୍ରମ ଫଳରେ ସଫଳ ହେବେ। ପରିଜନ ଓ ସାଧୁଜନପ୍ରିୟ ହେବେ। ବିଦ୍ୟାରେ ଉନ୍ନତି ହେବାସହ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହେବ। ହଠାତ୍ ଉଡ଼ା ଖବର ପାଇ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ପରିଶ୍ରମ ଓ ମେହନତର ପରିଣାମ ମିଳିବ। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ। ପୁରୁଣାରୋଗର ପ୍ରକୋପ ବୃଦ୍ଧି ପାଇବା ସହ ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ଶତ୍ରୁମାନେ ପରାଜିତ ହେବେ। ଦୈବୀ କୃପା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ କମ ପରିଶ୍ରମ କରି ଅଧିକ ଲାଭ ପାଇବା ସହ ମାନ-ସମ୍ମାନ ବୃଦ୍ଧି ହେବ। ପତିପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଅଧିକ ଲାଭବାନ ହେବେ।ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:-ଦିବ୍ୟାଙ୍ଗ, ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମକର:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଶତ୍ରୁବାଧା ଦୂରେଇ ଯିବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ଆୟଉତ୍ତମ ହେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣ ହେବ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରି କରି ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରି ପାରନ୍ତି। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କୁମ୍ଭ:-ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ନିଜ ଚେଷ୍ଟାରେ ବହୁତ କଷ୍ଟ କଲେ ବାକିଥିବା ଅର୍ଥ ପାଇବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ଉତ୍ତମ ରୋଜଗାର ହେଲେ ମଧ୍ୟ କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ବାଧ୍ୟ ହେବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ସବୁଥିରେ ଥିଲେ ବି କେଉଁଥିରେ ନିଜର ପ୍ରତ୍ୟକ୍ଷ ସମ୍ପୃକ୍ତିକୁ ନଦର୍ଶାଇବା ଉଚିତ୍ ହେବ। ପରିବାରରେ ଅପ୍ରିତିକର ପରିସ୍ଥିତିକୁ କୌଶଳକ୍ରମେ ସମାଧାନ କରିବେ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!