ମେଷ:-ସଂମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଉଚିତ ପନ୍ଥା ଗ୍ରହଣ କରି କାର୍ଯ୍ୟକ୍ଷେତ୍ରରେ ସଫଳତା ପୂର୍ବକ ସମସ୍ୟାର ସମାଧାନ କରି ପାରିବେ ଓ କର୍ମଚାରୀମାନେ ପ୍ରଶଂସିତ ହେବେ। ରାଜନୀତିରେ ବରିଷ୍ଠ ଅଧିକାରୀଙ୍କଠାରୁ ପ୍ରଶଂସିତ ହେବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ନିଜ ଲୋକ ମନମୋଟିଆ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଓ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ଆର୍ଥିକ ସହାୟତାରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ଖାଇବା ପିଇବାରେ କିଛି ଅସନ୍ତୁଳନ ହୋଇପାରେ। ପ୍ରତିକାର- ତୁଲସୀମୂଳ ମାଟି ମସ୍ତକରେ ଧାରଣ କରନ୍ତୁ।
ମିଥୁନ:-ସ୍ୱାସ୍ଥ୍ୟ ଠିକ୍ ରହିବ। ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। କର୍ମ କ୍ଷେତ୍ରରେ ସମ୍ମାନୀତ ହେବେ। ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ଦ୍ଵାରା ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ରାଜନୀତି କ୍ଷେତ୍ରରେ ଜନ ସେବାରେ ପ୍ରଶଂସା ମିଳିବ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।
କର୍କଟ:-କେତେକ କ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ପରିବାରରେ ମାନ ମନାନ୍ତର ଦୂର ହୋଇ ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ଅଶାନ୍ତିର ଝଡ ଶାନ୍ତ ହେବ ଓ ଅପେକ୍ଷା କରିଥିବା କାର୍ଯ୍ୟର ଶୁଭ ସୂଚନା ମିଳିବ। ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ବଢେଇବା କଷ୍ଟକର ହେବ। ସନ୍ତାନ ମାନଙ୍କ ପାଇଁ ଚିନ୍ତିତ ରହି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ଶିକ୍ଷା କ୍ଷେତ୍ରରେ ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ବ୍ୟବସାୟରେ ଉତ୍ତମ ରୋଜଗାର ହେଲେ ମଧ୍ୟ ସଂଘର୍ଷ ଦେଇ ଗତି କରିବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ ଓ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନେ ଶୁଭ କାର୍ଯ୍ୟରେ ଯୋଗ ଦେବେ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
କନ୍ୟା:-ଶତୃ ଓ ବିରୋଧୀମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ ସାଧନ କରିପାରିବେ ନାହିଁ। କୀର୍ତ୍ତି ଓ ପ୍ରତିଷ୍ଠାକୁ ସ୍ପର୍ଶ ମଧ୍ୟ କରିପାରିବେ ନାହିଁ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତ ହେବ। ଜାଗାଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରିପାରିବେ। ପ୍ରେମ-ପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ। ବ୍ୟବସାୟରେ ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ। ଭୌତିକ ସୁଖ-ସୁବିଧା ସାଧନର ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ତୁଳା:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ବିଚ୍ଛା:-ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ପ୍ରସିଦ୍ଧି, ସାମାଜିକସ୍ଥିତି, ମାନସମ୍ମାନ ପାଇଁ କଠିନ ପରିଶ୍ରମ କରିବେ। ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ଆତ୍ମବିଶ୍ୱାସ ବୃଦ୍ଧିପାଇବ। ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଆର୍ଥିକସ୍ଥିତିରେ ଉନ୍ନତି ହେବ। କର୍ମରେ ଉନ୍ନତି ସହିତ ଓ ଶୁଭଫଳ ପ୍ରାପ୍ତି ହେବ। ସୁଖ ସମ୍ପଦ ପ୍ରାପ୍ତି ହେବ। ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମକର:-ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କୁମ୍ଭ:-ଶୁଭ ସମାଚାର ପାଇ ମନ ଖୁସି ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ। ବିଦ୍ୟା ଓ ଖେଳରେ ଉନ୍ନତି ହେବ। ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ବ୍ୟବସାୟରେ ଅଚଳାବସ୍ଥା ସୁଧୁରିଯିବ। ପ୍ରତିକାର- ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ।
ମୀନ:-ସାମୁହିକ ଗତିବିଧି ଦ୍ଵାରା ଆପଣ ସଫଳତା ହାସଲ କରି ପାରିବେ। କୌଣସି ଧର୍ମସ୍ଥଳ, ମନ୍ଦିର, ମଠକୁ ଯିବା ପାଇଁ ପୋଗ୍ରାମ୍ କରିବେ। ଘରକରଣା କୌଣସି ନୂତନ ବସ୍ତୁ କ୍ରୟ କରିପାରନ୍ତି। ବଂଧୁଙ୍କଠାରୁ ଶୁଭ ସନ୍ଦେଶ ପାଇ ମନ ଉତ୍ସୁକ ହେବ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଅତ୍ୟନ୍ତ ଅନୁକୂଳ ହୋଇଥିବାରୁ ପ୍ରତିଯୋଗୀତା ପରୀକ୍ଷା ଓ ପ୍ରତିସ୍ପର୍ଦ୍ଧାର ନିର୍ଣ୍ଣୟ ଆପଣଙ୍କ ସପକ୍ଷରେ ଯିବ। ରାଜନୈତିକ ଯାତ୍ରାରେ ପୁରାତନ ଶତୃମାନେ ମୁଣ୍ଡଟେକି ପାରନ୍ତି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।