ଦୈନିକ ରାଶିଫଳ: 06 ଅଗଷ୍ଟ 2024, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାର ସମ୍ମାନ ପାଇବେ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ ଥିବାରୁ ଆୟର ସ୍ରୋତ ବୃଦ୍ଧି ହେବ। ବିଦ୍ୟାରେ ଉନ୍ନତି କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସାମାଜିକ କ୍ଷେତ୍ରରେ ପରିବର୍ତ୍ତନ ଆସି ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ଶତୃ ପରାଜିତ ହେବେ। ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତ ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ହରାଇଥିବା ଧନ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବା ସହ ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ। ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଶୁଭ ସମାଚାର ପାଇ ମନ ଖୁସି ରହିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କର୍କଟ:-ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ବ୍ୟବସାୟରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ଆଦାୟ ହୋଇପାରେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ ଓ ଆୟ ଅପରିବର୍ତ୍ତିତ ରହିବ। ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କନ୍ୟା:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ। ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ଅତି ପ୍ରିୟବନ୍ଧୁଙ୍କ ସହାୟତାରେ ବିପଦ ସଙ୍କୁଳ ଟଳିଯିବ। ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ବ୍ୟବସାୟର ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ପ୍ରତିକାର- ତୁଲସୀ ମୂଳ ମାଟି ମସ୍ତକରେ ଧାରଣ କରନ୍ତୁ

ବିଚ୍ଛା:-ପୁରାତନ ରୋଗର ଉପଶମ ହୋଇ ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ। ଛାତ୍ରଛାତ୍ରୀମାନେ ବାହ୍ୟ ଦେଶକୁ ଯାତ୍ରା କରିବାର ଯୋଗାଯୋଗ କରିପାରନ୍ତି। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ବ୍ୟବସାୟରେ ଆଶାତୀତ ଲାଭ ମିଳିବାସହ ବକେୟା ଅର୍ଥ କିଛି ହସ୍ତଗତ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ପ୍ରତିକାର- ନାଲିରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ଧନୁ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ ଓ କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ଛାତ୍ରଛାତ୍ରୀ ମାନେ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବାସହ ମାନସିକଶାନ୍ତି ପାଇବେ। ଦୂରଯାତ୍ରାର ସୁଯୋଗ ପାଇବେ ଓ ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ପ୍ରସାର ପ୍ରଚାର କରିବାର ସୁଯୋଗ ପାଇ ଖୁସି ହେବେ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସନ୍ତାନର ସୁ ଖବର ଶୁଣି ଖୁସି ହେବେ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହୋଇ ପାରେ। ଆୟର ମାର୍ଗ ପ୍ରଶସ୍ତ ହେବା ଫଳରେ ଆର୍ଥିକସ୍ଥିତି ସୁଦୃଢ ହେବ। ବ୍ୟବସାୟ ବୃଦ୍ଧି କିମ୍ବା ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିଲେ ଅଟକିଥିବା ଧନପ୍ରାପ୍ତ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମୀନ:-ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ବିଦ୍ୟା କ୍ଷେତ୍ରରେ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବା ଫଳରେ ଉତ୍ସାହିତ ହେବେ। କର୍ମକ୍ଷେତ୍ରରେ ପରିବର୍ତ୍ତନ ଆସିବ ଓ କର୍ମସମ୍ବନ୍ଧିତ ଯାତ୍ରା କରିବାକୁ ପଡିପାରେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!