ଦୈନିକ ରାଶିଫଳ: 06 ଅପ୍ରେଲ 2025, ରବିବାର, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ କିଛି ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇ ପାରେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ବ୍ୟବସାୟ କ୍ଷେତ୍ରରେ ଚତୁରତାସହ ଗତିକରି କାମ ହାସଲ କରିବେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ପାରିବାରିକ ଜୀବନ ଆନନ୍ଦମୟ ହେବ। କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରି ପାରିବେ ନାହିଁ। ବ୍ୟବସାୟରେ ଉନ୍ନତି ହେବା ଫଳରେ ଖୁସି ରହିବେ। ପ୍ରିୟଜନ ମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ରାଜନୀତି ମାମଲାରେ ସଫଳତା ମିଳିବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଆୟବୃଦ୍ଧି ହେବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ। ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖା ଦେବ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ସିଂହ:-ଘରୋଇ କାମରେ ସଫଳତା ମିଳିବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ। ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ହେବାସହ ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ବ୍ୟବସାୟରେ ବିଶେଷ ଲାଭବାନ ହେବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଶୁଭ କାମ କରି ପ୍ରଶଂସିତ ହେବେ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ତୁଳା:-ଶତୃମାନେ ଦୂରେଇ ଯିବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବନ୍ଧୁ ପରିବାର ଠାରୁ ସୁଖ ମିଳିବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଗୃହରେ ମାଙ୍ଗଳିକ କାର୍ଯ୍ୟ ପାଇଁ ଆୟୋଜନ କରି ପାରନ୍ତି। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ସାମାଜିକ ଉତ୍ସବରେ ଯୋଗ ଦେବେ। ଧନଲାଭ ହେବାରୁ ଖୁସି ହେବେ। ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-ସ୍ୱାସ୍ଥ୍ୟ ଭଲ ରହିବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଉନ୍ନତି କରିପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଶତୃମାନେ ପରାଜିତ ହେବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।

ଧନୁ:-କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ବ୍ୟବସାୟରେ ସାମାନ୍ୟ ଲାଭ ପାଇ ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ଚିନ୍ତିତ ରହି ପାରନ୍ତି। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ବ୍ୟତିବ୍ୟସ୍ତ ହୋଇ ଯିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ଶରୀର ସୁସ୍ଥ ରହିବାସହ ମାନସିକ ଦୁଶ୍ଚିନ୍ତା ଦୂରେଇ ଯିବ। ନୂଆ ସମ୍ପର୍କ ସୃଷ୍ଟିହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ଶତୃମାନେ ଦୁର୍ବଳ ହେବା ଫଳରେ ଆୟରପନ୍ଥା ସହଜ ହେବ। ପରିଶ୍ରମ ଦ୍ଵାରା ବ୍ୟବସାୟ ବଢିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ବହୁତ ଦିନରୁ ଚିନ୍ତା କରୁଥିଲେ ଯେଉଁ କାମ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ପ୍ରତିକାର- କଳା ରୁମାଲ ଟିଏ ପାଖରେ ରଖନ୍ତୁ।

କୁମ୍ଭ:-ବ୍ୟବସାୟକ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ଓ ଆତ୍ମୀୟ ଶତ୍ରୁତା ସମସ୍ୟାର ସମାଧାନ ହୋଇଯିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମୀନ:-ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବାସହ ମାନସିକ ଶାନ୍ତି ପାଇବେ। ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ଋଣ ଭରଣାରେ ସହଜ ହେବ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ବା ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ରାଜନୀତିରେ ସଫଳତା ମିଳିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!