ଦୈନିକ ରାଶିଫଳ: 06 ଏପ୍ରିଲ 2024, ଶନିବାର, ଶନିଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ନୂତନକର୍ମ ପ୍ରାପ୍ତି ହୋଇପାରେ। କର୍ମକ୍ଷେତ୍ରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ। ବିଦ୍ୟାରେ ଉନ୍ନତି ଘଟିବା ସହ ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟ ଯୁକ୍ତ ହେବେ। ବାଦବିବାଦ, ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ। ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବା ସହ ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ପ୍ରତିକାର- ନାଲିରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଲୋକମାନେ ଆପଣଙ୍କ ପଛରେ ସମାଲୋଚନା କରିବେ। ଗୁପ୍ତ ଜିନିଷ କାହା ସହିତ ଅଂଶୀଦାର କରନ୍ତୁ ନାହିଁ।ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ବ୍ୟବସାୟରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ସମସ୍ତକର୍ମ ବହୁତ ସହଜରେ ସମ୍ପନ୍ନ ହେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ଧାର୍ମିକସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବା ଫଳରେ ଆତ୍ମସନ୍ତୋଷ ବଢିବ। ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବା ଫଳରେ ପ୍ରଶଂସିତ ହେବେ। ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ପରିବାରରେ ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ଆପଣ କିଛି ନୂତନ କୌଶଳ ଶିଖିପାରିବେ। ଜୀବନସାଥୀଙ୍କ ସହିତ ସମ୍ପର୍କ ମଧୁର ହେବ। ଅନାବଶ୍ୟକ ଖର୍ଚ୍ଚକୁ ନିୟନ୍ତ୍ରଣ କରିବା ଉଚିତ୍। ପରିବାର ସହିତ ଭଲରେ ସମୟ ବିତାଇବେ। ଶିକ୍ଷା କ୍ଷେତ୍ରରେ ଆସୁଥିବା ସମସ୍ୟା ଦୂର ହୋଇ ବହୁତ ଭଲ ଫଳାଫଳ ପାଇବେ। ଅଫିସରେ ସିନିୟରମାନଙ୍କ ସମର୍ଥନ ପାଇବେ। ଗ୍ୟାସ ସମସ୍ୟା ହୋଇପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଉତ୍ସାହିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖା ଦେବା ଫଳରେ ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଅଫିସ୍ ରେ ଆଲୋଚନା ସରଗରମ ହୋଇପାରେ। ନିକଟ ସମ୍ପର୍କୀୟ ମାନଙ୍କ ଶୁଭକାମନା ଓ ସାହାଯ୍ୟ କାରୀ ମନୋବୃତ୍ତି ମନକୁ ଖୁସି କରିପାରେ। ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି। ଦାମ୍ପତ୍ୟ ସୁଖରେ ଶୁଖିହେବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ। କୌଣସି ଗୁପ୍ତ ଯୋଜନା ବା ଷଡ଼ଯନ୍ତ୍ରର ଶୀକାର ହେବେ। ପୁରୁଣା ରୋଗ ନୂଆ ରୂପରେ ଦେଖାଦେଇ ପାରେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ। ବ୍ୟବସାୟୀ ମାନଙ୍କର ବହୁବିଧ ଲାଭ ମିଳିବ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ଧନୁ:-ସ୍ୱାସ୍ଥ୍ୟ ବହୁତ ଭଲ ରହିବାସହ ପାରିବାରିକ ସମ୍ବନ୍ଧରେ ବହୁତ ସକ୍ରିୟ ହେବେ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ। ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ଏହାକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ଧାର୍ମିକ କାର୍ଯ୍ୟରେ ମନ ବଳାଇ ଶାନ୍ତି ପାଇବେ। ବ୍ୟବସାୟିକ କ୍ଷେତ୍ରରେ ନୂତନପନ୍ଥା ଅନୁସରଣ କଲେ ଉନ୍ନତିହେବ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ବିଦେଶ ଯାତ୍ରାରେ କଷ୍ଟ ପାଇବେ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ। ମନକୁ ଆଘାତ ଲାଗିଲାଭଳି କଥାଶୁଣି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-କର୍ମକ୍ଷେତ୍ରରେ ଉନ୍ନତି ହେବାସହ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବ୍ୟବସାୟୀ ମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରହାତରେ ଥିବା ଧନ ପାଇଯିବାସହ ଅଧା ହୋଇଥିବା କାର୍ଯ୍ୟ ସହଜରେ ପୂରଣ କରି ପାରିବେ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ସନ୍ତାନମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ ପଢା ପଢିରେ ମନଯୋଗ ଦେବେ। ପ୍ରତିକାର- ନୀଳ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମୀନ:-ସନ୍ତାନ ମାନଙ୍କର ଉନ୍ନତ୍ତି ଓ ଅଗ୍ରଗତି ଘଟିବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ପ୍ରଶଂସିତ ହେବେ। କର୍ମ ସ୍ଥଳରେ ନିଜେ କଠିନ ପରିଶ୍ରମ କରି ପତିଆରା ରକ୍ଷା କରିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!