ଦୈନିକ ରାଶିଫଳ: 06 ଜାନୁୟାରୀ 2025, ସୋମବାର, ମହାଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରି ପାରିବେ ଓ ଶାନ୍ତି ବିରାଜମାନ କରିବ। ରାଜନୀତି କ୍ଷେତ୍ରରେ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳି ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଆଗ୍ରହ ବଢିବ। ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧି ପାଇବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବ୍ୟବସାୟ କ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ଆଶାତୀତ ଲାଭ ଉଠେଇବେ। ବିତିଯାଇଥିବା ମାମଲାରେ ସଫଳତା ମିଳିବ। ରାଜନୀତିରେ ପ୍ରସଂଶା, ବିଦ୍ୟାରେଉନ୍ନତି, ଖେଳରେ ବିଜୟୀ ହେବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷକରି ମନ ଖୁସି ରହିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ବ୍ୟବସାୟ କ୍ଷେତ୍ରରେ କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଅବହେଳିତ ଲୋକଙ୍କସହ ମିଳାମିଶା କରି ନୂତନ ଦିଗ୍ଦର୍ଶନ ପାଇବେ। ପଡୋଶୀ ମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି। ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ବ୍ୟବସାୟରେ ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ। କାରବାରରେ ସ୍ଥିତି ଠିକ୍ ରହିବ। ପୁରୁଣା ମିତ୍ରଙ୍କ ଦ୍ଵାରା ସୁସମ୍ବାଦ ପ୍ରାପ୍ତି ହେବ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ। ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ। ମନ ଲଗାଇ କାର୍ଯ୍ୟ କରିବା ଫଳରେ ଧନ ପ୍ରାପ୍ତି ହେବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ସିଂହ:-ନିଜ ଲୋକଙ୍କ ତରଫରୁ ଆଶ୍ଵାସନା ବା ସହାନୁଭୂତି ପାଇବେ। ପିଲାଙ୍କସହ ଖୁସିରେ ରହିବେ। ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ରାଜନୀତିରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଙ୍ଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-ସନ୍ତାନଙ୍କ ଖୁସିରେ ଆନନ୍ଦିତ ହେବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ନୂତନ କାର୍ଯ୍ୟଆରମ୍ଭ କରି ପାରିବେ। ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇବେ। ଋଣ ଭରଣାରେ ସହଜ ହେବ। ଗୃହବାହନ ପ୍ରାପ୍ତି ହେବ। ବନ୍ଧୁଙ୍କ ସାହାଯ୍ୟ କ୍ରମେ ଖେଳକୁଦରେ ବିଜୟୀ ହେବେ। ଦୂରଯାତ୍ରାରେ ମିତ୍ରମାନଙ୍କଦ୍ୱାରା ଅନେକକାର୍ଯ୍ୟରେ ସଫଳତା ମିଳିବ। ଆକସ୍ମିକ ଧନଲାଭ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ତୁଳା:-ବିଦେଶ ଯାତ୍ରାରେ ଯଶଲାଭ ହେବାସହ ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ଋଣ ଭରଣା ପାଇଁ ଚେଷ୍ଟା କରିବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ହସଖୁସିରେ ଚଳିବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ପ୍ରଶଂସିତ ହେବେ। ସୁଖଶାନ୍ତିରେ ଦିନଟି କଟାଇପାରିବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ବିଚ୍ଛା:-ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ପାରିବାରିକ କ୍ଷେତ୍ରରେ ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବା ଫଳରେ ଆତ୍ମସନ୍ତୋଷ ଲାଭହେବ। ବ୍ୟବସାୟରେ ଉନ୍ନତି ସହିତ ଶ୍ରମିକଙ୍କ ତିକ୍ତତାର ସମସ୍ୟା ଦୂର ହେବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ନିର୍ମାଣମୂଳକ ଯୋଜନାରେ ଆଗେଇବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ ଓ ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ସମାଧାନ ହୋଇ ପାରେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କୁମ୍ଭ:-ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ। ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ସ୍ଥିର ହେବ। ପ୍ରତିକାର- ନୀଳ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମୀନ:-ପାରିବାରିକ ଜୀବନରେ ଆନନ୍ଦିତ ହେବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ବେଶ୍ ଦୁଇ ପଇସା ମିଳି ପାରିବ। ବ୍ୟବସାୟ ବୃଦ୍ଧି ଓ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ। ପ୍ରତିକାର- ଅଷ୍ଟଗନ୍ଧ ତିଳକ ଚନ୍ଦନ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!