ଦୈନିକ ରାଶିଫଳ: 06 ଜୁନ୍ 2024, ଗୁରୁବାର, ଆଜି ପବିତ୍ର ସାବିତ୍ରୀ ଅମାବାସ୍ୟା, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ ଜୀବନରେ କିଛି ବଡ ଖୁସି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ଚାକିରୀରେ ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ। ବାଦବିବାଦ, ପ୍ରତିଯୋଗୀତା-ପରୀକ୍ଷା ଓ ମାଲିମୋକଦ୍ଦମାର ସମାଧାନ ହେବ। ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟଭାର ବୃଦ୍ଧି ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। କୌଣସି ଶିକ୍ଷା ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ପାରିବାରିକ ଜୀବନ ସୁଖମୟ ହେବ ଓ ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-ସ୍ୱାସ୍ଥ୍ୟ ସମସ୍ୟା ସମାଧାନ ହୋଇ ବହୁତ ଭଲ ରହିବ। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ, ଆପଣ ସେ ବିଷୟରେ ସମ୍ପୂର୍ଣ୍ଣ ସୂଚନା ପାଇବା ଉଚିତ୍। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଭଲଲାଭ ପାଇବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇ ପାରନ୍ତି। କର୍ମକ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ପ୍ରତିକାର- କ୍ରିମ୍ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

ସିଂହ:-ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ ପାଇବା ସହ ସ୍ୱାସ୍ଥ୍ୟ ଭଲ ରହିବ। ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବା ସହ ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବା ସହ ସାମାଜିକ ପତିଆରା ଅମଳିନ ରହିବ। ସରକାରୀ କ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ରାଜନୀତି କାର୍ଯ୍ୟରେ ସଫଳତା ମିଳିବ। ଧନଲାଭ ହେବାରୁ ଖୁସି ହେବେ। ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ। ଆକସ୍ମିକ ଅର୍ଥଲାଭ ହୋଇ ଆର୍ଥିକ ଚିନ୍ତା ଦୁରହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ନୂଆ ସମ୍ପର୍କ ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି ବ୍ୟବସାୟ ଓ କର୍ମ କରିଲେ ଲାଭବାନ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଶତୃମାନେ ମଥାନତ କରିବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତିରେ ଖିଲାପ କରି ସମସ୍ୟାକୁ ବଢାଇ ଦେଇ ପାରନ୍ତି। ମନକୁ ଆଘାତ ଲାଗିଲାପରି କଥା ଶୁଣିବେ। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ପରିଶ୍ରମର ସୁଫଳ ଭୋଗ କରିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଜଣେ ଜ୍ଞାନବାନ ବ୍ୟକ୍ତିଙ୍କର ମାର୍ଗଦର୍ଶନ ପାଇ ଅଧିକ କାର୍ଯ୍ୟ କରିବେ। ରାଜନୀତି ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଆତ୍ମବିଶ୍ୱାସ ସହିତ କାମ କରନ୍ତୁ ଚାକିରୀ କ୍ଷେତ୍ରରେ ପ୍ରଶଂସା ପାଇବେ। ନିଜ ପସନ୍ଦର କାର୍ଯ୍ୟ କରିବାକୁ ସୁଯୋଗ ପାଇବେ । ଜୀବନସାଥୀଙ୍କ ସହିତ ଯୁକ୍ତିତର୍କ ହେବାର ସମ୍ଭାବନା ଅଛି। ନିଜର ଦୁର୍ବଳତାକୁ ଘୋଡାଇବାକୁ ଚେଷ୍ଟା କରନ୍ତୁ ନାହିଁ। ଖର୍ଚ୍ଚ ପ୍ରତି ନିୟନ୍ତ୍ରଣ କରିବା ଉଚିତ୍‌। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ ଓ ବକେୟା ଅର୍ଥ ଆଦାୟ ହେବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ଆୟର ସ୍ରୋତ ଖୋଲିଯିବ। ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ସନ୍ତାନଙ୍କ ସମ୍ବନ୍ଧରେ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଶତୃମାନେ ଦୁର୍ବଳ ହେବେ ଓ ଆୟରପନ୍ଥା ସହଜ ହେବ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ପରିଶ୍ରମ ଦ୍ଵାରା ବ୍ୟବସାୟ ବଢିବ। ବନ୍ଧୁ ପରିବାର ଠାରୁ ସୁଖ ମିଳିବ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ମିଳିବ। କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର କରିବେ। କାର୍ଯ୍ୟବ୍ୟସ୍ତତା ଯୋଗୁ ପରିବାର ଏବଂ ସାଙ୍ଗସାଥିଙ୍କ ଠାରୁ ଦୂରରେ ରହିବେ। ଗୁରୁଜନଙ୍କ ସହିତ କଥାବାର୍ତ୍ତା କରିବା ବେଳେ ଶିଷ୍ଟାଚାରର ପାଳନ କରନ୍ତୁ। ପୁରାତନ ରୋଗ ବଢିଯିବା ଫଳରେ ପେଟ ଯନ୍ତ୍ରଣା ସମସ୍ୟା ହୋଇପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-କର୍ମ କ୍ଷେତ୍ରରେ ଚତୁରତାସହ କାମ ହାସଲ କରିବେ। ବ୍ୟବସାୟୀ ମାନଙ୍କର ଲାଭ ଅଧିକ କରିବେ ଓ ବୈଷୟିକ ରୁଚି ପୂର୍ତ୍ତି ହେବ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ସମସ୍ୟା ସମାଧାନ ହେବ। ମଉଜ-ମସ୍ତିରେ ସମୟ କଟିପାରେ। ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!