ଦୈନିକ ରାଶିଫଳ: 06 ଜୁଲାଇ 2023, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-କର୍ମକ୍ଷେତ୍ରରେ ଶତୃତା କମିଯିବା ଫଳରେ ପ୍ରତିଷ୍ଠିତ ହୋଇପାରିବେ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବାସହ ସୁରକ୍ଷିତ ଅନୁଭବ କରିବେ ଓ ସୁଖ ସମ୍ପଦ ପ୍ରାପ୍ତି ହେବ। ଲୁଗାପଟା ଓ ସୌଖୀନ ଦ୍ରବ୍ୟର ବ୍ୟବସାୟୀମାନେ ଦ୍ଵିଗୁଣ ଲାଭ କରିବେ। ନୂତନ ସମ୍ପତି କ୍ରୟ କରିବେ।କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ଛାତ୍ରଛାତ୍ରୀ ମାନଙ୍କର ଯଥେଷ୍ଟ ଅଗ୍ରଗତି ଘଟିବ ଓ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସହକର୍ମୀ ଓ ପଡୋଶୀମାନଙ୍କ ସାହାଯ୍ୟ ମିଳିବ। କର୍ମକ୍ଷେତ୍ରଟି ସୁଦୃଢ ହେବାସହ ପଦାଧିକାରୀ ମାନଙ୍କ ନିକଟରୁ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ସୁଧାରୀ ନେବା ଉଚିତ୍। ତୀର୍ଥାଟନ ଯୋଗ ଥିବାରୁ ଯାତ୍ରା କରି ଆନନ୍ଦିତ ହେବେ। ରାଜନୈତିକ କ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇ ପାରନ୍ତି। ପ୍ରତିକାର- ଦ୍ରୁଷ୍ଟିହୀନ ଲୋକଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-ଇନ୍ଦ୍ରିୟ ପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବାସହ ଗୁରୁଜନ ମାନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ। ଗୃହପୋକରଣ ବା ନୂତନ ବସ୍ତୁ କ୍ରୟ କରି ପାରିବେ। ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାକୁ ଆପଣ ଟିକେ ଚିନ୍ତିତ ହେବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନଅସନ୍ତୁଷ୍ଟ ରହିବ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ଚାକିରୀ କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବାସହ ସରକାରୀ ସାହାଯ୍ୟ ମିଳିପାରେ। ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ। ମାନସିକ ଶାନ୍ତି ମିଳିବ। ନୂତନ ଦ୍ରବ୍ୟ କ୍ରୟ କରିବେ। ଏକ ନୂତନ କାର୍ଯ୍ୟ ଆରମ୍ଭ କରିବାର କଳ୍ପନା କରିପାରନ୍ତି। ଋଣ ପରିଶୋଧ କରିବାକୁ ଅର୍ଥର ବ୍ୟବସ୍ଥା କରିପାରିବେ। ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବାସହ ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ବିଗିଡି ଯାଇଥିବା କାର୍ଯ୍ୟ ସୁଧୁରି ଯିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ସିଂହ:-ନକାରାତ୍ମକ ପ୍ରବୃତ୍ତି ଥିବା ଲୋକଙ୍କ ପ୍ରତି ଆପଣ ଆକର୍ଷିତ ହୋଇ ପାରନ୍ତି। ସାଧାରଣ ଦିନଚର୍ଜ୍ୟା ଅତୁଟ ରହିବ। ଅଫିସ୍ ରେ ନିଜର ପ୍ରାଧାନ୍ୟ ବୃଦ୍ଧି ପାଇବ ଓ ଯେକୌଣସି ଇଚ୍ଛା ପୂରଣ ହୋଇପାରିବ। ବିଚାରାଧୀନ କାର୍ଯ୍ୟଗୁଡ଼ିକୁ ସମାଧାନ କରି ସମାଜରେ ଜଣେ ଜ୍ଞାନୀ ବ୍ୟକ୍ତି ଭାବରେ ବିବେଚିତ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବା ଫଳରେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ।ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ। ଦାମ୍ପତ୍ୟ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। କିନ୍ତୁ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ମାନସିକ ଅଶାନ୍ତି ଦେଖାଦେବ। ପୁରୁଣା ବିବାଦ ପୁନର୍ବାର ଦେଖାଦେଇ ପାରେ। ଯଦିଚ ସତର୍କ ରହି ଆର୍ଥିକ ଭାରସାମ୍ୟ ରକ୍ଷାକରୀ ପାରିବେ। ପ୍ରତିକାର- ଦିବ୍ୟାଙ୍ଗଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ପାରିବାରିକ ସମସ୍ୟା ସୁଧୁରି ଯିବ। ରାଜନୀତିରେ ସଫଳତା ମିଳିବା ସହ କୃତକାର୍ଯ୍ୟ ହେବେ। ଆୟ ଅପରିବର୍ତ୍ତିତ ରହି ମାନସିକ ସ୍ଥିରତା ଦେଖାଦେବ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ଆଜି ଔଷଧ ପାଇଁ ଅଧିକ ଖର୍ଚ୍ଚ ହୋଇପାରେ। ନୂତନ କାର୍ଯ୍ୟକରିବା ପୂର୍ବରୁ ସତର୍କତା ଆବଶ୍ୟକ। ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-କର୍ମକ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି, ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ। ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ପାରିବାରିକ ସମ୍ପର୍କରେ ଉନ୍ନତି ହେବ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ସାହିତ୍ୟ ଓ କଳା କ୍ଷେତ୍ରରେ ପ୍ରଶଂସିତ ହେବେ। ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସି ହେବେ। ବ୍ୟବସାୟରେ ଉଚିତ୍ ପନ୍ଥା ଗ୍ରହଣ କରି ସଂଘର୍ଷ ଦ୍ଵାରା ସଫଳତା ପାଇବେ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇ ପାରେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରିବାର ସୁଯୋଗ ପାଇବେ।କର୍ମ କ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ଲାଭ ଓ ବହୁବିଧ ସୁଯୋଗ ପାଇବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ପ୍ରତିବେଶୀଙ୍କ ସହ ମନାନ୍ତର ମତାନ୍ତର ମେଣ୍ଟି ଯାଇ ପାରେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର ହେବ। ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ଶତୃମାନେ ମୁଣ୍ଡ ଟେକିବେ। ନିଜର ଯୋଜନା ବିଷୟରେ ଆତ୍ମବିଶ୍ୱାସର ଅଭାବ ରହିବ। ନୂତନ ଦ୍ରବ୍ୟ କ୍ରୟ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇ ପାରିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଭଲ ଲାଭ ପାଇବେ। ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। କର୍ମକ୍ଷେତ୍ରରେ ଉନ୍ନତି ସହିତ ପରିଣାମ ଅନୁକୂଳ ହେବ। ଶ୍ଵଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇ ଆର୍ଥିକ ଦିଗରୁ ଉନ୍ନତି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!