ଦୈନିକ ରାଶିଫଳ: 06 ଜୁଲାଇ 2024, ଶନିବାର, ଶନିଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ରାଜନୀତିରେ ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ ଓ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସାମାଜିକ କାର୍ଯ୍ୟରେ ଆଜି ଅଧିକ ସମୟ ବିତେଇ ପ୍ରଶଂସା ପାଇବେ। ପୁରୁଣା ମିତ୍ରଙ୍କ ସହିତ ଭେଟ ହେବା ଫଳରେ ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତା ଯୋଗେ ଲୋକ ପ୍ରିୟତା ବୃଦ୍ଧି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ନୂତନପନ୍ଥା ଅନୁସରଣ କରିବେ। ପ୍ରେମୀ-ପ୍ରେମିକଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାରେ ସଫଳତା ମିଳିବ। ବନ୍ଧୁ ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ବ୍ୟବସାୟିକ ସଫଳତା ମିଳିବ। ଦୂରଯାତ୍ରାର ସୁଯୋଗ ପାଇବେ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ। ଆୟର ସ୍ରୋତ ବୃଦ୍ଧି ହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ଧନଧାନ୍ୟ, ଗୋସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାର ଯୋଗଅଛି। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ବ୍ୟବସାୟକ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଓ ନୂତନବ୍ୟବସାୟ ଆରମ୍ଭପାଇଁ ଅତ୍ୟନ୍ତ ଉତ୍ତମ ସମୟ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ ଓ ଅଧିକ ରୋଜଗାର କରି ଗୃହୋପକରଣ କ୍ରୟ କରି ପାରିବେ। ଛାତ୍ର ଛାତ୍ରୀମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରନ୍ତୁ। ବନ୍ଧୁଙ୍କ ଠାରୁ ଆର୍ଥିକ ସାହାଯ୍ୟ ପାଇ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପାରନ୍ତି। ଶତୃମାନେ ଦୂରେଇ ଯିବେ। ପାରିବାରିକ ପରିସ୍ଥିତି ସନ୍ତୋଷ ଜନକ ରହିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-କର୍ମକ୍ଷେତ୍ରରେ ସହକର୍ମୀଙ୍କ ଠାରୁ ପ୍ରଶଂସିତ ହେବେ। ବିଦ୍ୟାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ରାଜନୀତିରେ କୃତକାର୍ଯ୍ୟ ହେବେ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ ଓ ପରିଶ୍ରମର ସୁଫଳ ଭୋଗ କରିବେ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଛାତ୍ର ଛାତ୍ରୀମାନେ ଉଚ୍ଚଶ୍ରେଣୀ ପାଇବେ ଓ ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। କେତେକ ନୂଆ ସମସ୍ୟାର ସମ୍ମୁଖୀନ ହେଲେବି ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରି ପାରିବେ। କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ରାଜନୀତିରେ ସଫଳତା ମିଳିବା ସହ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ ମିଟିଙ୍ଗରେ ଯୋଗ ଦେବେ। କର୍ମକ୍ଷେତ୍ରଟି ସୁଦୃଢ ହେବା ଫଳରେ ମନ ଖୁସି ରହିବ। କେହି କୌଣସି କ୍ଷତି କରିପାରିବେ ନାହିଁ। ପଢିବା, ପଢେଇବାରେ ସଫଳତା ମିଳିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବା ଫଳରେ ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତି ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯାଇ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବା ଫଳରେ ଆଶାତୀତ ଲାଭ ପାଇବେ। ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରିପାରିବେ। ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ।

ମକର:-ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳ ହେବ। କର୍ମକ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି। ଉଚ୍ଚାଧିକାରୀ, ସହକର୍ମୀଙ୍କ ସହଯୋଗରେ ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ହେବ। ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। ଯାତ୍ରାଫଳରେ ଉତ୍ସାହିତ ହେବେ। ପ୍ରତିକାର- କଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

କୁମ୍ଭ:-ନିଜର ସିଦ୍ଧାନ୍ତରେ ଅଟଳ ରହିବେ। ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ଜୀବନ ସୁଖ-ସନ୍ତୋଷରେ କଟିବ। ଦୂରସ୍ଥାନକୁ ଯାତ୍ରା କଲେ ସହାୟତା ପ୍ରାପ୍ତିହେବ। କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେବେ। ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ପଦପଦବୀ ମିଳିପାରେ। ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହୋଇ ପାରନ୍ତି। ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ। ପରିବାର ସମ୍ବନ୍ଧୀୟ ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଖୁସିହେବେ। ମାନ ସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ। ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ନୂତନ କର୍ମ ଆରମ୍ଭ କରି ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!