ଦୈନିକ ରାଶିଫଳ: 06 ଡିସେମ୍ବର 2023, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-କର୍ମକ୍ଷେତ୍ରରେ ଅଧସ୍ତନକର୍ମୀ ଓ ସାଧାରଣବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଗୃହରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ବନ୍ଧୁ, ମିତ୍ର, ସହଯୋଗୀଙ୍କ ପ୍ରତି ସତର୍କ ନରହିଲେ ବ୍ୟବସାୟରେ କ୍ଷତି ସହିବେ। ପ୍ରତିକାର ଦ୍ୱାରା ବାଧା ଦୂର ହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବ୍ୟବସାୟରେ ବାକିଥିବା ଅର୍ଥ ଆଦାୟ ହେବା ଫଳରେ ଖୁବ୍ ଆଶାବାଦୀ ହେବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଋଣ ଭରଣାରେ ସହଜ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ପ୍ରଶଂସିତ ହେବେ। କଳା, ସାହିତ୍ୟରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବା ସହ ସହଯୋଗୀମାନେ ଉନ୍ନତିପାଇଁ ଚେଷ୍ଟା କରିବେ। ବିଶିଷ୍ଟ ବ୍ୟକ୍ତିଙ୍କ ସହ ସଂପର୍କ ଫଳରେ ରାଜନୈତିକ ସମସ୍ୟା ଦୂର ହେବ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:- ଶରୀର ସୁସ୍ଥ ରହିବ। ଗୃହପାଳିତ ପଶୁଙ୍କ ଦ୍ୱାରା ବିଶେଷ ଲାଭନ୍ୱିତ ହେବେ। ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ଆକସ୍ମିକ ଧନପ୍ରାପ୍ତି ହେବ। ଆୟପନ୍ଥାର ପରିବର୍ତ୍ତନ ଆସିବ। ବିଦ୍ୟୁତବିଭାଗ, ପ୍ରଶାସନବିଭାଗ, ଡାକ ଓ ତାର ବିଭାଗ, ବୈଜ୍ଞାନିକ, ଆୟୁର୍ବେଦବିଭାଗ, ଜଳଦାୟବିଭାଗ, ସମାଜସୁଧାରକ, ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟମିଡିଆ ବିଭାଗରେ କର୍ମରତଥିଲେ ବିଶେଷ ଲାଭବାନ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ବ୍ୟବସାୟରେ ଉନ୍ନତି ସହିତ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତାଦୂର ହୋଇ ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ। ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

କନ୍ୟା:-ଶତୃବଧା ଦୂରେଇ ଯିବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ହରାଇଥିବା ଧନ ପ୍ରାପ୍ତି ହେବ। କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବା ସହ ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ। ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ପାରିବାରିକ ସମସ୍ୟାକୁ ସୁଧାରୀ ନେବେ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଆର୍ଥିକ ଦିଗରୁ ଉନ୍ନତି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ଆପୋଷ ସମାଧାନ ହେବ। ରାଜନୀତିରେ ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ।ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ଭୁଲ ବୁଝାମଣାରୁ ବିବାଦୀୟ କ୍ଷେତ୍ରରେ ପ୍ରବେଶ କରି ପୀଡା ଭୋଗି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ବ୍ୟବସାୟ କ୍ଷେତ୍ରରେ ଉନ୍ନତି ମୂଳକ ପଦକ୍ଷେପ ନେଇ ପାରନ୍ତି। ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ। ପ୍ରଗତିର ପାଦକୁ ନିମ୍ନବର୍ଗୀୟ ଲୋକେ ଭିଡି ଧରିବେ। ଏହି ପରିପ୍ରେକ୍ଷୀରେ ଭାବମୂର୍ତ୍ତି ରକ୍ଷା କରି ଚାଲିବା କଠିନ ହୋଇପଡିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଶୁଭ ସମାଚାର ପାଇ ମନ ଖୁସି ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବ୍ୟବସାୟରେ ଅଚଳାବସ୍ଥା ସୁଧୁରିଯିବ ଓ ଅଭିଷ୍ଟ ପ୍ରାପ୍ତି ହେବ। କର୍ମ କ୍ଷେତ୍ରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବା ଫଳରେ ସମ୍ମାନୀତ ହେବେ। ଜନ ସେବାରେ ପ୍ରଶଂସା ମିଳିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଶତୃ ପରାଜିତ ହେବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ମୀନ:-ସାମାଜିକ କ୍ଷେତ୍ରରେ ପରିବର୍ତ୍ତନ ଆସି ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତ ହେବ। ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବା ପାଇଁ ଚେଷ୍ଟା ଜାରି ରଖିବେ। ବ୍ୟବସାୟ କ୍ଷେତ୍ରରେ କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। ରାଜନୀତି କ୍ଷେତ୍ରରେ ମାନ ସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଆୟବୃଦ୍ଧି ଯୋଗେ ଆର୍ଥିକ ସଙ୍କଟ ଦୂର ହେବ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!