ଦୈନିକ ରାଶିଫଳ: 06 ଫେବୃୟାରି 2024, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇ ପାରେ। ସାମାଜିକ କ୍ଷେତ୍ରରେ ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ପୁରାତନ ରୋଗର ଉପଶମ ହୋଇ ସ୍ୱାସ୍ଥ୍ୟରେ ଉନ୍ନତି ହେବ। ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦର ଅବସାନ ହୋଇ ପାରେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବନ୍ଧୁମିତ୍ର ଓ ସହଯୋଗୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବା ଫଳରେ କାମକାର୍ଯ୍ୟରେ ସ୍ଥିତି ଆପଣଙ୍କ ସପକ୍ଷରେ ରହିବ। ଲୋକମାନେ ଆପଣଙ୍କ ସଚ୍ଚୋଟତା ଓ ସରଳତା ଭାବ ଦେଖି ଆନନ୍ଦିତ ହେବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ବ୍ୟବସାୟରେ ନୂତନ ଧାରା ଖୋଲି ସ୍ୱଳ୍ପ ଲାଭ ଦ୍ୱାରା ଆର୍ଥିକ ଉନ୍ନତି ହେବ। ମାନସିକ ଶାନ୍ତି ଅନୁଭବ କରିବେ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବା ଫଳରେ ପଦନ୍ନୋତି, ସ୍ଥାନପରିବର୍ତ୍ତନ, ବିନା ପରିଶ୍ରମରେ ଧନପ୍ରାପ୍ତି ହେବ। ଶୁଭ ସମାଚାର ଶୁଣି ସନ୍ତାନଙ୍କ ଚିନ୍ତା ଦୂର ହେବ। ପାରିବାରିକ କ୍ଷେତ୍ରରେ କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବା ସହ ଶାନ୍ତି ଶୃଙ୍ଖଳା ଦେଖାଦେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କର୍କଟ:-ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଅସହାୟ ଓ ଦୁର୍ବଳ ଲୋକଙ୍କୁ ସାହାଯ୍ୟ କରିବାକୁ ମନ ବଳାଇବେ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ। ଘରକରଣା କୌଣସି ନୂତନ ବସ୍ତୁ କ୍ରୟ କରିପାରନ୍ତି। ଯାନବାହାନ ଭ୍ରମଣରେ ସତର୍କ ରହିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-କାରବାର ଓ ବ୍ୟାପାରରେ ଉନ୍ନତି ହୋଇ ଆଶାତୀତ ଲାଭ ପ୍ରାପ୍ତ ହେବ। ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ସତର୍କତା ଅବଲମ୍ବନ ନକଲେ ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ସାମାଜିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ସାଧାରଣବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-ଧନର ଆଗମନ ହେବା ଫଳରେ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ସନ୍ତାନ ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ଆନ୍ତରିକଶକ୍ତି ଓ ଆତ୍ମବଳ ଦ୍ଵାରା ଆଗକୁ ବଢିବାରେ ସକ୍ଷମ ହେବେ। ପ୍ରେମ ପ୍ରସଙ୍ଗରେ ଅନେକ ଦିଗରୁ ଖୁସି ମିଳିବ। ଅନୁସନ୍ଧାନ, ଗବେଷଣା, ସମୀକ୍ଷା ଓ ଶୋଧନ କାର୍ଯ୍ୟପାଇଁ ସମୟ ଉପଯୁକ୍ତ ଅଟେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ଯୋଗ ଦେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ। ନିଜ ଲୋକମାନେ ହିଁ କାମରେ ଆସିବେ। ନୂଆଲକ୍ଷ ନିର୍ଦ୍ଧାରିତ କରି ତାହାର ଫଳପ୍ରାପ୍ତି ପାଇଁ ପ୍ରଯତ୍ନ ଶୀଳ ରହିବେ। ପାରିବାରିକ କ୍ଷେତ୍ରରେ ଶୁଭ ସୂଚନା ପାଇ ମନ ଖୁସି ରହିବ। ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ଚାଲୁ କରିବାକୁ ସକ୍ଷମ ହେବେ। କାର୍ଯ୍ୟ କ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ। କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତରଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହଇରାଣରେ ପଡି ପାରନ୍ତି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ। କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବା ସହ ଉପରିସ୍ଥଙ୍କ କୃପାଭାଜନ ହେବେ। ବ୍ୟବସାୟୀମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସାମାଜିକ ସ୍ତରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ। ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବା ସହ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ପଢିବା, ପଢେଇବା ମାମଲାରେ ଆଗକୁ ଗତି କରିବେ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମକରିବା ଫଳରେ ଅନୁତାପ କରିପାରନ୍ତି। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ସନ୍ତାନମାନଙ୍କ ଉନ୍ନତି ପାଇଁ ଆନନ୍ଦିତ ହେବେ। ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାର ନାହିଁ। ବ୍ୟବସାୟୀ ମାନଙ୍କର କାରବାର ବୃଦ୍ଧି ହେବା ଫଳରେ ଆଶାତୀତ ଲାଭାପାଇବେ। ଛାତ୍ରଛାତ୍ରୀମାନଙ୍କର ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂର ହେବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!