ଦୈନିକ ରାଶିଫଳ: 06 ଫେବୃୟାରୀ 2025, ଗୁରୁବାର, ମା’ଲକ୍ଷ୍ମୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ପରୋପକାର ଓ ସମାଜସେବା କରି ପ୍ରଶଂସିତ ହେବେ। ଅଧ୍ୟୟନ ଅଧ୍ୟାପନା କାର୍ଯ୍ୟରେ ବ୍ୟସ୍ତ ରହିବେ। ଆୟ ଉତ୍ତମ ହୋଇ ଆର୍ଥିକ ସ୍ଥିତି ସ୍ଵଛଳ ରହିବ। ସାଧାରଣ ଲୋକଙ୍କ ତରଫରୁ ଆଶ୍ଵାସନା ଓ ସହାନୁଭୂତି ପାଇବେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ସମସ୍ତ ବ୍ୟବସାୟରେ ପ୍ରଚୁର ଲାଭ ପାଇବେ, ଧୈର୍ଯ୍ୟ ଓ ସଂଯମ ରଖିବା ଆବଶ୍ୟକ ଅଟେ। ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବନ୍ଧୁ ଭେଟ ହେବା ଯୋଗେ ଆଜି ଦିନର ସମୟ ଗୁଡିକ ହସ ଖୁସିରେ ବିତିବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ।ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମିଥୁନ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ। ବାଦବିବାଦରୁ ଦୂରତା ରକ୍ଷା କରନ୍ତୁ। ପାରିବାରିକ କ୍ଷେତ୍ରରେ ଅଶାନ୍ତିର ବାତାବରଣ ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କର୍କଟ:-ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇଯିବ। ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ। ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବା ସହ ଉତ୍ତମ ରୋଜଗାର କରି ପାରିବେ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖା ଦେବ। ସାମାଜିକ କାର୍ଯ୍ୟରେ ଯୋଗଦାନ କରି ଉତ୍ସାହ ଉଦ୍ଦିପନାରେ ଆଗେଇ ପାରିବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ସୁଖ ଶାନ୍ତିରେ ଦିନ କଟାଇବେ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କନ୍ୟା:-ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସି ଅଧିକ ଘନିଷ୍ଠତା ହେବ। ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହିପାରିବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ଆଗ୍ରହ ବଢିବ। ରାଜନୀତି କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ପାଇବେ। କର୍ମକ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ଉନ୍ନତି କରି ପାରିବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଆଚାର ଓ ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-କାମକାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ରହିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ପ୍ରେମ କ୍ଷେତ୍ରରେ ସାହାଯ୍ୟ ପାଇ ଆଗକୁ ବଢିବା ସମ୍ଭବ ହେବ। ସବୁଥିରେ ସଫଳତା ମିଳିବ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ଅନ୍ୟମାନଙ୍କ କାମରେ ମନଦେଇ ନିଜକାମକୁ ଅବହେଳା କରି ପାରନ୍ତି। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ବିତିଯାଇଥିବା ମାମଲାରେ ସଫଳତା ମିଳିବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ପାରିବାରିକ ସମସ୍ୟା ଆପୋଷ ସମାଧାନର ରାସ୍ତା ଖୋଲି ଯିବ। ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ।

ମକର:-ସାମାଜିକ ପତିଆରା ଅମଳିନ ରହିବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଗୁରୁଜନମାନଙ୍କ ଆଶୀର୍ବାଦ ପାଇ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପ୍ରେମକ୍ଷେତ୍ରରେ ଆପୋଷ ସମାଧାନର ରାସ୍ତା ଖୋଲି ଯିବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କୁମ୍ଭ:-ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବା ଫଳରେ ପ୍ରଶଂସିତ ହେବେ। ଅଧିକାରୀଙ୍କଠାରୁ ସହଯୋଗ ମିଳିବା ଫଳରେ ଆତ୍ମସନ୍ତୋଷ ବଢିବ।କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ଧାର୍ମିକସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ପରିବାରରେ ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଆଜି ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ମନ ଲଗାଇ କାର୍ଯ୍ୟ କରିବା ଫଳରେ ଧନ ପ୍ରାପ୍ତି ହେବ। ଚାକିରୀରେ ପ୍ରମୋଶନ ମିଳିବାର ସମ୍ଭାବନା ଅଛି। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ନୂତନ ଲୋକଙ୍କ ସହିତ ଭେଟ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!