ଦୈନିକ ରାଶିଫଳ: 06 ମଇ 2024, ସୋମବାର, ମହାଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ। ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ। ଦାମ୍ପତ୍ୟ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। କର୍ମ କ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ। ବ୍ୟବସାୟ କ୍ଷେତ୍ରରେ ଅନେକ ପ୍ରକାର ସୁବିଧା ପାଇ ଲାଭବାନ ହେବେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବାସହ ଆର୍ଥିକ ଚିନ୍ତା ଦୁରହେବ। ପାରିବାରିକ ଜୀବନ ଆନନ୍ଦମୟ ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ନୂଆ ଚାକିରୀରେ ଯୋଗ ଦେଇ ପାରନ୍ତି। କୋର୍ଟ କଚେରୀ ମାମଲାରେ ବେଶି ଉପକୃତ ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ନୂଆ ଯୋଜନାରେ ସଫଳ ହେବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ମାନସିକ ସୁସ୍ଥତା ଅନୁଭବ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ସାମାଜିକ ଉତ୍ସବରେ ଯୋଗ ଦେବେ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ। ପ୍ରତିଯୋଗିତା ପରୀକ୍ଷା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପରିବାରରେ କିମ୍ବା କୁଟୁମ୍ବରେ ସମାଜିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରି ପାରନ୍ତି। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ରାଜନୈତିକ କ୍ଷେତ୍ରରେ ବିଜୟୀ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କରେ ରହିବା ଯୋଗେ ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ରହିବ। ସତର୍କରେ ନ ଚାଲିଲେ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଇ ପାରେ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନରେ ଦାଗ ଲାଗିପାରେ। ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ପାରନ୍ତି। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳି ପାରେ। ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ବିରୋଧିମାନେ ଦୂରେଇ ଯିବେ। କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇ ପାରନ୍ତି। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।

ତୁଳା:-ଶିକ୍ଷାକ୍ଷେତ୍ରରେ ସାଙ୍ଗସାଥିମାନେ ସାହାଯ୍ୟ କରିବେ ଓ ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। କର୍ମକ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ନଷ୍ଟହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ବିଚ୍ଛା:-ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ। ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ। ଅଧ୍ୟୟନ, ଅନୁସନ୍ଧାନ, ଲେଖନ ଆଦି କାର୍ଯ୍ୟରେ ପରିଶ୍ରମର ପୁରା ଲାଭ ମିଳିବ। ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇବେ ଓ ଅନିଶ୍ଚିତ ଆୟ ତୁଳାନାରେ ବ୍ୟୟରମାତ୍ରା ବୃଦ୍ଧିହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ସମସ୍ୟା ସମାଧାନହୋଇ ଉଚ୍ଚ ଆଶାରେ ଆଗେଇବେ ଓ ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। ଓ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ନୂତନ ସମ୍ବନ୍ଧ ସୃଷ୍ଟିହେବା ଫଳରେ କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ନୂତନ ସମ୍ପତି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଆର୍ଥିକ ଚିନ୍ତା ଦୁରହେବ ଓ ପିତାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ବିରୋଧୀମାନେ ହଇରାଣ ହୋଇ ମଥାନତ କରିବେ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ହେବାସହ ଉଚିତ୍ ନ୍ୟାୟମିଳିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ସହ ଦାଇତ୍ଵ ବଢିଯିବ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!