ଦୈନିକ ରାଶିଫଳ: 06 ମାର୍ଚ୍ଚ 2024, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଆର୍ଥୀକ ଅବସ୍ଥାରେ ପରିବର୍ତ୍ତନ ଆସିବ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ରୋଜଗାର ସମସ୍ୟା ସୁଧୁରି ଯିବ। ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ପାଇ ଶାନ୍ତିର ନିଃଶ୍ଵାସ ମାରି ପାରିବେ। ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଶ୍ରମିକମାନେ ବେସୀ ଉପକୃତ ହେବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ବଢେଇବା କଷ୍ଟକର ହେବ। ଘରପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସାମାନ୍ୟ ଚେଷ୍ଟାଦ୍ଵାରା ଭୂମି, ଧନ ସମ୍ପତ୍ତି ପ୍ରାପ୍ତି ହୋଇପାରେ। କାରବାରରେ ସୁଧାର ଆସିବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଧନ ଲାଭ ହେବାରୁ ମନ ଖୁସି ରହିବ। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କର୍କଟ:-ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତି ହୋଇପାରେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବହୁତ ଲାଭ ଉଠାଇ ପାରିବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ରାଜନୀତିରେ ପ୍ରିୟଜନ ମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଶୁଭକାର୍ଯ୍ୟ ପାଇଁ ଧନର ବ୍ୟବସ୍ଥା କରିବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସରକାରୀ କାମରେ ସଫଳତା ପାଇବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ବନ୍ଧୁ ମିତ୍ରମାନଙ୍କ ସହ ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପାରିବାରିକ ଜୀବନରେ ସୁଖ ସମ୍ପଦ ପ୍ରାପ୍ତି ହେବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ଆୟବୃଦ୍ଧି, ଋଣମୁକ୍ତି, କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ। ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ପାଇ ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ପାରିବାରିକ କ୍ଷେତ୍ରରେ ଜମିଜମା ନେଇ ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହୋଇ ପରାକ୍ରମ ବଢିବ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ। ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ସମସ୍ତ ଚିନ୍ତା ଦୂର ହେବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମକର:-କର୍ମକ୍ଷେତ୍ରରେ ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହୋଇ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଶତୃମାନେ ପରାଜିତ ହେବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ପରିଶ୍ରମ କଲେ ଧନ ପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ସନ୍ତାନ ଯୋଗେ ଚିନ୍ତିତ ରହିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ଅଧିକାରୀ କାମରେ ପ୍ରସନ୍ନ ରହିବେ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!