ଦୈନିକ ରାଶିଫଳ: 06 ସେପ୍ଟେମ୍ବର 2023, ବୁଧବାର, ପବିତ୍ର ଜନ୍ମାଷ୍ଟମୀରେ ଶ୍ରୀ କୃଷ୍ଣଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ଜୀବନରେ ଘଟିବ କିଛି ବଡ ପରିବର୍ତ୍ତନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବାସସ୍ଥାନ ବା ଯାନବାହାନର ନବୀକରଣ କରି ପାରନ୍ତି। ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। କାହାକୁ ଅଧିକ ବିଶ୍ୱାସ କରନ୍ତୁ ନାହିଁ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସ୍ୱାସ୍ଥ୍ୟ ଠିକ୍ ରହିବାସହ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହବାସହ ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ନୂତନ ବ୍ୟବସାୟ ଆରମ୍ଭ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟ ଦାୟକ ହେବ। ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ। ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ।

ମିଥୁନ:-ଶରୀର ସୁସ୍ଥ ରହିବ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-ଜନସେବାଦ୍ଵାରା ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତହେବ। ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଗୃହ, ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। କୌଣସି ଶୁଭ ସମାଚାର ଶୁଣିବେ ଓ ହସ-ଖୁସିରେ ସମୟ ବ୍ୟତୀତ ହେବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ ଓ ଆକସ୍ମିକ ଧନ ଲାଭ ହେବ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କନ୍ୟା:-ପାରିବାରିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ମନ ଲଗାଇ କାର୍ଯ୍ୟ କରି ଆଗକୁ ବଢିବେ। ପରିବାରରେ ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ଶାନ୍ତି ମିଳିବ। କର୍ମକ୍ଷେତ୍ରରେ ପ୍ରତିଷ୍ଠା ଓ ଖ୍ୟାତି ମିଳିବ। ଆର୍ଥିକସ୍ଥିତିକୁ ସୁଧାରି ପାରିବେ କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ହେବ। କିନ୍ତୁ ମାନସିକ ଚାପ ବୃଦ୍ଧି ପାଇବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ବ୍ୟାପାର ବାଣିଜ୍ୟ ଓ କାମ-କାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରିପାରିବେ। ରାଜନୀତିରେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ। ଉଚ୍ଚଶିକ୍ଷା କ୍ଷେତ୍ରକୁ ଆଗେଇବା ପାଇଁ ନିଜ ଆଚାର ବ୍ୟବହାରର ପରି ବର୍ତ୍ତନ କରି ଗୁରୁଜନଙ୍କ ସନ୍ତୋଷ ଭାଜନ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। କିନ୍ତୁ ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସ୍ୱାସ୍ଥ୍ୟରେ ସୁଧାର ଆସିବାସହ ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ। ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଋଣ ଭରଣାରେ ସହଜ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ସୁନ୍ଦର ଗୃହ, ଗାଡି, ବାଡି ବଗିଚାର ଯୋଜନା କରିବେ। ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମକର:-ସନ୍ତାନ ସୁଖରେ ସୁଖୀ ହେବେ। ରାଜନୀତିରେ ସମସ୍ତ ସଦସ୍ୟ ଆପଣଙ୍କ ପ୍ରତି ସହଯୋଗ, ସହାନୁଭୂତି, ସୁସଂପର୍କ ରଖି ପ୍ରଶଂସା କରିବେ। କଠିନ ପରିଶ୍ରମ କରି ଚଳିବେ ଓ ଶୁଭ ସମାଚାର ପାଇ ଖୁସି ହେବେ। ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିବେ। କର୍ମ କ୍ଷେତ୍ରରେ ଲକ୍ଷପ୍ରତି ଯଥାର୍ଥବାଦୀ ହେବେ। ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ସୁଖ ଶାନ୍ତିରେ ଦିନଟି କଟାଇବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ। ନିଜର ରଚନାତ୍ମକ କ୍ଷମତା ଚରମ ହେବ ତଥା ଲୋକଙ୍କୁ ନିଜର କରି ପାରିବେ। ପରିବାରରେ କଳହ ମେଣ୍ଟିଯିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କୌଣସି ବରିଷ୍ଠ ଅଧିକାରୀ, ସେଲିବ୍ରିଟ୍ ଦ୍ଵାରା ଦେଖାହୋଇ ପାରନ୍ତି। ରାଜନୈତିକ କ୍ଷେତ୍ରରେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର-କଦଳୀଗଛ ମୂଳରେ ହଳଦୀ ପାଣି ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!