ମେଷ:-ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ପରିବାରରେ ସୁଖ-ଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବନ୍ଧୁବାନ୍ଧବଙ୍କ ଦିଗରୁ ହସଖୁଶିର ବାତାବରଣ ସୃଷ୍ଟି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ। ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ବୃଷ:-ଉଚ୍ଚ ସମ୍ଭାବନାର ଆଶାଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳର ଅବସାନ ହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ। ନୂତନ ସମ୍ପତି କ୍ରୟ କରିବେ। କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସାହାଯ୍ୟ ସହଯୋଗ ମିଳିବ। ଆକସ୍ମିକ ଧନ ପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।
ମିଥୁନ:-ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରିବେ। ଉଚିତ୍ମାର୍ଗରେ ଗତିକରି ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ସୁଧାରି ନେବା ଉଚିତ୍। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସ୍ଥିରବସ୍ଥା ଆସିବା ଫଳରେ ଆତ୍ମସନ୍ତୋଷ ଆଣିଦେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ଶରୀର ସୁସ୍ଥ ରହିବ। ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ସିଂହ:-ରାଜନୀତି କ୍ଷେତ୍ରରେ ଲୋକମାନେ ଆପଣଙ୍କ ପଛରେ ସମାଲୋଚନା କଲେ ମଧ୍ୟ ମାନସିକ ଚାପ ହ୍ରାସ ପାଇବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଶାନ୍ତି ଅନୁଭବ କରିବେ। ଭୁଲ ପ୍ରକୃତିର ଲୋକଙ୍କଠାରୁ ଦୂରତା ରଖିବା ଉଚିତ୍। ଅପରିଚିତ ଲୋକଙ୍କ ସହିତ ଅଧିକ କଥାବାର୍ତ୍ତା କରନ୍ତୁ ନାହିଁ। ନକାରାତ୍ମକ ଚିନ୍ତାଧାରା ହେତୁ ଆପଣଙ୍କ ମନ ବିଚଳିତ ହୋଇପାରେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
କନ୍ୟା:-ବ୍ୟବସାୟରେ ଉନ୍ନତି ହେବା ସହ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ସୁଖ ସମୃଦ୍ଧି ବୃଦ୍ଧିହେବାସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ କରିବେ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।
ତୁଳା:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ଫଳରେ ମାନସିକଶାନ୍ତି ପାଇବେ। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ ଓ ନିଜ କ୍ଷେତ୍ରରେ ମାନ ସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ।ବ୍ୟବସାୟ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ବିଚ୍ଛା:-ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇ ସୁଖସମ୍ପତ୍ତି ଲାଭ ହେବ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। ଆଧୁନିକ କୌଶଳ ବ୍ୟବହାର କରିବା ଶିଖିବା ପାଇଁ ସମୟ ବହୁତଭଲ। ବକେୟା ଅର୍ଥ କିଛି ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ଧନୁ:-ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ବ୍ୟବସାୟିମାନେ ନୂତନ ଯୋଜନା ପ୍ରସ୍ତୁତ କରିବେ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବା ଫଳରେ ମାନସିକ ଦୁଃଶ୍ଚିନ୍ତା ବଢ଼ିଯିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମକର:-ଶତୃମାନେ ଦୂରେଇଯିବେ ଓ ଅଶାନ୍ତିର ଝଡ ଶାନ୍ତ ହେବ। ହଠାତ୍ କାହାର ଡାକରା ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ଆତ୍ମୀୟମାନଙ୍କ ପ୍ରତି ଅତ୍ୟନ୍ତ ନମ୍ର ଓ କୃତଜ୍ଞ ହେବା ସହ ପରିବାର ସଦସ୍ୟଙ୍କ ସ୍ୱାର୍ଥର ଯତ୍ନ ନେବା ଉଚିତ୍। ଜୀବନସାଥୀଙ୍କ ପାଇଁ ବହୁତ ସମୟ ଦେବାକୁ ପଡିବ ଓ ଦାମ୍ପତ୍ୟ ଜୀବନରେ ମତଭେଦ ଦୂରେଇ ଯାଇ ସୁଖଶାନ୍ତି ପାଇବେ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
କୁମ୍ଭ:-ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ବିଦେଶ ଯାତ୍ରାରେ ଲାଭବାନ ହେବେ ଓ ଯାନବାହନ ସୁଖ ମିଳିବ। ସ୍ୱାସ୍ଥ୍ୟ ଠିକ୍ ରହିବ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ପରିବାରରେ ମନୋମାଳିନ୍ୟ ମେଣ୍ଟିଯିବ। ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତି ମାନେ ଶୁଭ ସଂବାଦ ପାଇ ଖୁସିହେବେ। ପ୍ରତିକାର-ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ।
ମୀନ:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ରାଜନୈତିକ କ୍ଷେତ୍ରରେ ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।