ମେଷ:-ହରାଇଥିବା ଧନ ପ୍ରାପ୍ତି ହେବ। ଅନ୍ୟର ଉପକାର କରି ପ୍ରଶଂସିତ ହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ମାନସିକ ଅଶାନ୍ତି ଦେଖାଦେଇପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବୃଷ:-ସାମୟିକ ଚିନ୍ତା ଦୂରହେବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ଉତ୍ତମ ରୋଜଗାର କରିପାରିବେ। ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ଆର୍ଥିକସ୍ଥିତି ପୂର୍ବପରି ରହିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ।
ମିଥୁନ:-ଶତୃମାନେ ପରାଜିତ ହେବେ। ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇବେ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରି ଓ ପ୍ରଶଂସା ପାଇବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ରାଜନୈତିକ କ୍ଷେତ୍ରରେ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପ୍ରତିକାର- ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
କର୍କଟ:-ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ନୂଆ କାମ ନୂଆ ପ୍ରେରଣା ଦେବ। ରାଜନୀତି କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତା ଲୋକପ୍ରିୟତା ବୃଦ୍ଧି ହେବ। ବ୍ୟବସାୟ କାରବାରରେ ବହୁତ ଭଲଲାଭ ହେବ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବା ସହ ପାରିବାରିକ କ୍ଷେତ୍ରରେ ଆନନ୍ଦ ମିଳିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ସିଂହ:-ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ନ ଦେଇ ଅଯଥାରେ ସମୟ ନଷ୍ଟ କରିବେ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ସତର୍କତା ଅବଲମ୍ବନ ନକଲେ ବାଦବିବାଦ ମାଲିମକଦ୍ଦମାର ସମ୍ମୁଖୀନ ହୋଇପାରନ୍ତି। ପରିଶ୍ରମୀ ନ ହେଲେ ବ୍ୟବସାୟକୁ ରକ୍ଷା କରିବା କାଠିକର ପାଠ ହେବ। ପୈତୃକ ସମ୍ପତ୍ତିରେ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ଶାରୀରିକ ପୀଡା ଦୂରେଇ ଯାଇ ସ୍ୱାସ୍ଥ୍ୟ ଭଲ ରହିବ। କର୍ମକ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଲାଭବାନ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ତୁଳା:-ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଆଶାତୀତ ଲାଭ ପାଇବେ।ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। ମନରେ ଥିବା ଅଶାନ୍ତି ଅସନ୍ତୋଷ ଦୂରେଇ ଯିବ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।
ବିଚ୍ଛା:-ସାମାଜିକ କାର୍ଯ୍ୟରେ ଆଜି ଅଧିକ ସମୟ ବିତେଇ ପ୍ରଶଂସା ପାଇବେ। ଚାକିରୀ କ୍ଷେତ୍ରରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବେ। ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ। ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ। ଅନେକ ଦିଗରୁ ଖୁସି ମିଳିବ। ପୁରୁଣା ମିତ୍ରଙ୍କ ସହିତ ଭେଟ ହେବା ଫଳରେ ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ଲୋକପ୍ରିୟତା ବୃଦ୍ଧି ହେବ। ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।
ଧନୁ:-କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଜୟଯୁକ୍ତ ହେବେ। ପରିସ୍ଥିତିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବା ଫଳରେ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ବିଦ୍ୟାରେ ଉନ୍ନତି ଫଳରେ ଆତ୍ମସନ୍ତୋଷ ବଢ଼େଇବ। ଅଟକିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। କଠିନ ପରିଶ୍ରମ କରିବା ଯୋଗୁ ଶାରରୀକ ଅସୁସ୍ଥତା ଦେଖା ଦେଇ ପାରେ। ପ୍ରିୟଜନଙ୍କୁ ଅନ୍ଧଭାବରେ ବିଶ୍ୱାସକଲେ ଧୋକା ଖାଇ ପାରନ୍ତି। ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କୁମ୍ଭ:-ଶତୃମାନଙ୍କୁ ମିତ୍ର କରିବା ପାଇଁ ପ୍ରୟାସରତ ରହିବେ। ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ ଓ ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହେବ। ସରକାରୀ କ୍ଷେତ୍ରରେ ଯଶ, କୀର୍ତ୍ତି, ମାନ-ସମ୍ମାନ ମିଳିବ। ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ନୂତନ କାର୍ଯ୍ୟକିଛି ଶୁଭାରମ୍ଭ କରି ପାରନ୍ତି। ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମୀନ:-ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ବ୍ୟବସାୟିକ ସ୍ଥିତି ସୁଧୁରିଯାଇ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଯାହାଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବେ। ପ୍ରତିକାର- ହଳଦିଆ ରୁମାଲ ଟିଏ ପାଖରେ ରଖନ୍ତୁ।