ଦୈନିକ ରାଶିଫଳ: 07 ଜୁନ୍ 2023, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦେହମନ ଭଲ ରହିବା ଫଳରେ କର୍ମକ୍ଷେତ୍ରରେ ଉତ୍ସାହିତ ହେବେ। ଆୟ ବୃଦ୍ଧିହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ ଉନ୍ନତି ହେବ। ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚପ୍ରଶଂସା ଲାଭ, ଦମ୍ଭସାହସ ବୃଦ୍ଧିହେବ। କ୍ଷମାଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ବୁଝି ବିଚାରି କାର୍ଯ୍ୟ କଲେ ଅନେକ କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ ଓ ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପରିବାରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତିମିଳିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ସାଧାରଣ ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ। ରାଜନୀତି କ୍ଷେତ୍ରରେ ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ମନର ଭାବ କେହି ଠିକ୍ ଭାବେ ବୁଝିପାରିବେ ନାହିଁ ତେଣୁ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରି ପାରନ୍ତି। ସାମାଜିକ ପତିଆରା ଅମଳିନ ରହିବ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବାସହ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟାଇବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବାସହ ଶତୃପକ୍ଷ ଦୁର୍ବଳ ହୋଇଯିବେ। ବ୍ୟବସାୟରେ ଉଚିତ୍ ପନ୍ଥା ଗ୍ରହଣ କରି ସଫଳତା ଅର୍ଜନ କରିବେ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ପ୍ରିୟଜନ ଓ ପରିବାର ସଦସ୍ୟ ନିକଟତର ହେବା ଫଳରେ ଲକ୍ଷ୍ୟ ସିଦ୍ଧିହେବ। ପାରିବାରିକ କ୍ଷେତ୍ରରେ ବିବହୋତ୍ସବର ସଂକେତ ପାଇ ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ। ନିଜର ଶବ୍ଦବ୍ୟବହାର ଦ୍ୱାରା ଲୋକଙ୍କୁ ପ୍ରଭାବିତ କରି ପାରିବେ। ସନ୍ଦେହ ସଂପର୍କକୁ ପ୍ରେମ ସଂପର୍କରେ ଆସିବାକୁ ଦିଅ ନାହିଁ। ପ୍ରତିକୂଳ ପରିସ୍ଥିତି ମଧ୍ୟରେ ନିଜର ମନୋବଳ ଦୃଢ ରଖି ପାରିବେ। ମାଲିମୋକଦ୍ଦମାରେ ଶୁଭ ଫଳ ପାଇବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବାସହ ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ପାଇବ। ସାଧାରଣ ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ। ଆର୍ଥିକ ସମସ୍ୟାର ସମାଧାନ ହୋଇଯିବ। ଟେକ୍ନୋଲୋଜି ସହ ଜଡିତ କାର୍ଯ୍ୟରେ ସୁବିଧା ହେବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ। କଳା ଏବଂ କ୍ରୀଡା ସହିତ ଜଡିତ ଥିଲେ ପୁରସ୍କାର ପାଇପାରିବେ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। କର୍ମନିଯୁକ୍ତି ପାଇଁ ଚେଷ୍ଟା କଲେ ସହଜ ସରଳରେ ନୂତନ କର୍ମପ୍ରାପ୍ତି ହେବ। ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବା ଫଳରେ ନୂତନ ପ୍ରୋଜେକ୍ଟରେ କାମ ଆରମ୍ଭ କରିପାରିବେ। ରାଜନୀତି ସହ ଜଡିତ ଲୋକମାନେ ଜନସାଧାରଣଙ୍କ ମଧ୍ୟରେ ବହୁତ ଭଲ ସମର୍ଥନ ପାଇବେ। କର୍ମକ୍ଷେତ୍ରରେ ସମସ୍ତ ଚିନ୍ତା ଦୂର ହେବ। ପ୍ରତିକାର-ନାଲି ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ଧନୁ:-ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ଛାତ୍ର ଛାତ୍ରୀମାନେ ଭଲ କାମ କରିବା ସାଙ୍ଗକୁ ନିଜ ଚେଷ୍ଟାରେ ବିଦ୍ୟା କ୍ଷେତ୍ରରେ ସଫଳତା ପାଇବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପ୍ରେମିକ ପ୍ରେମିକାଙ୍କ ସହିତ ଏକାକୀ ସମୟ ବିତାଇ ପାରିବେ। ନିଜର ରଚନାତ୍ମକ ଚିନ୍ତା ଚରମ ହେବ ତଥା ଲୋକଙ୍କୁ ନିଜର କରିପାରିବେ। ଭ୍ରମଣ କରିବାର ସୁଯୋଗ ପାଇବେ। ପ୍ରତିକାର:-କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।

ମକର:-ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ ପାଇବା ସହ ସ୍ୱାସ୍ଥ୍ୟ ଭଲ ରହିବ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। ସାମାଜିକ କ୍ଷେତ୍ରରେ ନୂତନ ଗୁରୁ ଦାୟିତ୍ୱ ଗ୍ରହଣ କରି ମାନସମ୍ମାନ ବୃଦ୍ଧିହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଯଶମାନ ପ୍ରତିଷ୍ଠା ମିଳିବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ।

କୁମ୍ଭ:-ସାଙ୍ଗମାନଙ୍କ ସହିତ ପାର୍ଟି କରିପାରିବେ। ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। କର୍ମକ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବା ସହ ସାମାଜିକ ପତିଆରା ଅମଳିନ ରହିବ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ପାଇବାସହ ଆର୍ଥିକ ସ୍ଥିତିରେ ଉନ୍ନତି ହେବ। ବ୍ୟବସାୟରେ ଉନ୍ନତି ହୋଇ ଅଧାଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବାସହ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ। ବିଦ୍ୟାରେ ଉନ୍ନତି ହେବା ସହ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ପ୍ରଶଂସିତ ହେବେ। ବିବାଦୀୟ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ଆୟ ବୃଦ୍ଧି ପାଇବା ଫଳରେ ମାନସିକ ଶାନ୍ତି ମିଳିବା ସହ ଶରୀର ଭଲ ରହିବ। ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!