ଦୈନିକ ରାଶିଫଳ: 07 ଜୁନ୍ 2024, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶତୃମାନେ ପରାଜିତ ହେବା ସହ ଶାରିରୀକ ଅସୁସ୍ଥତା ଦୂର ହେବ। ନୂତନ ଚାକିରୀ ପାଇଁ ପ୍ରୟାସ ରତ ଥିଲେ ଉତ୍ସାହବର୍ଦ୍ଧକ ସମାଚାର ମିଳିବ। ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ। କର୍ମକ୍ଷେତ୍ରରେ ଆପଣଙ୍କର କାର୍ଯ୍ୟ ପ୍ରଶଂସିତ ହେବ। ନୂତନ ବନ୍ଧୁ ସୃଷ୍ଟି ହୋଇପାରିବେ ଓ ପରିବାରରେ ଅନୁକୂଳ ପରିସ୍ଥିତି ବଜାୟ ରହିବ। ବ୍ୟବସାୟକୁ ବିସ୍ତାର କରିବାକୁ ଯୋଜନା କରି ପାରିବେ। ପ୍ରତିକାର- ନାଲି ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଲାଭବାନ ହେବେ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ରାଜନୀତି କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତରଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଆୟ ଉପାର୍ଜନ ବୃଦ୍ଧି ହେବ। ଦୂରଯାତ୍ରାରେ ସଫଳ ହେବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ରାଜନୀତିରେ ଉପରିସ୍ଥ କର୍ମୀଙ୍କ ଶ୍ରଦ୍ଧା ବା ପ୍ରିୟଭାଜନ ହେବେ। ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ। ବକେୟା ଅର୍ଥ କିଛି ମିଳିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ମାନସିକଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପରିବହନ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ରାଜନୀତିରେ ଲୋକସମ୍ପର୍କକୁ ଆଧାରକରି ଉପରିସ୍ଥଙ୍କ କୃପାଭାଜନ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ଶାରିରୀକ ଅସୁସ୍ଥତା ଦୂରହେବ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ନୂତନ କାର୍ଯ୍ୟଆରମ୍ଭ କରି ପାରିବେ। ପରିବାର ଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ସାମାଜିକ ପତିଆରା ଅମଳିନ ରହିବ। ବ୍ୟବସାୟୀ ମାନେ ଧନଲାଭ କରିବାର ସୁଯୋଗ ପାଇବେ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିଲେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ନିଜର ରଚନାତ୍ମକ ଚିନ୍ତା ଚରମ ହେବ ତଥା ଲୋକଙ୍କୁ ନିଜର କରିପାରିବେ। ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ଭ୍ରମଣ କରିବାର ସୁଯୋଗ ଅଛି। କୌଣସି ବରିଷ୍ଠ ରାଜନେତା ବା ପଦସ୍ଥ ଅଧିକାରୀଙ୍କ ସହ ଦେଖାହୋଇ କେତେକ ସମସ୍ୟାର ସମାଧାନ କରି ପାରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ। ପୁରାତନରୋଗରୁ ଉପଶମ ମିଳିବ। ରାଜନୀତିରେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ସାମାଜିକ ପତିଆରା ଅମଳିନ ରହିବ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ପାରିଲେ ଶାନ୍ତି ମିଳିବ। ମନରେ ଅଶାନ୍ତି ଅସନ୍ତୋଷ ଦେଖା ଦେଇପାରେ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ଗୁରୁ ଗୁରୁଜନଙ୍କ ସାହାଯ୍ୟ ସହଯୋଗ ପାଇବେ। ଘରୋଇ କର୍ମଚାରୀମାନଙ୍କର ଉନ୍ନତିହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି। ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ବ୍ୟୟ ସମାନ ରହିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଶରୀର ସୁସ୍ଥ ରହିବ। ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମୟ ବିତିବ। ଛାତ୍ରଛାତ୍ରୀମାନେ କଠିନ ପରିଶ୍ରମ କରି ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଦୂରଯାତ୍ରାର ସୁଯୋଗ ପାଇ ହସ ଖୁସିରେ ଚଳିବେ। ପ୍ରତିକାର- ନୀଳ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମୀନ:-ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ବ୍ୟବସାୟରେ ଉତ୍ତମ ଲାଭ ହେବ ଓ କାରବାରରେ ସୁଧାର ଆସିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ଓ ସାକ୍ଷାତ୍କାରରେ ବିଜୟୀହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!