ଦୈନିକ ରାଶିଫଳ: 07 ଜୁଲାଇ 2023, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବା ସହ ପ୍ରତିଷ୍ଠିତ ହୋଇ ପାରିବେ। ଅନେକ ସମସ୍ୟାକୁ ସମାଧାନ କରି ସମ୍ମାନ ପାଇବେ। ସୁନ୍ଦର ସ୍ଥାନକୁ ପରିବାର ସହିତ ବୁଲିବା ପାଇଁ ଯାଇ ପାରନ୍ତି। ଦାମ୍ପତ୍ୟଜୀବନ ଅତ୍ୟନ୍ତ ଆନନ୍ଦ ଦାୟକ ହେବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ କୌଶଳକ୍ରମେ ସମାଧାନ କରିବେ। ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ। ସାଧାରଣ କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧିହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-ରାଜନୀତି କ୍ଷେତ୍ରରେ ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ନ ଦେଇ ଅଯଥାରେ ସମୟ ନଷ୍ଟ କରି ପାରନ୍ତି। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। ପ୍ରେମୀକ ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ। ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ନୂଆ ଜ୍ଞାନର ବୃଦ୍ଧି ହେବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ଶତ୍ରୁନାଶ ହେବାସହ ଧନପ୍ରାପ୍ତି ହେବ ଓ ଋଣ ପରିଶୋଧ କରିପାରିବେ। ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇ ଯିବ। ନୂତନ ଯୋଜନାରେ ସଫଳତା ମିଳିବାସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-ଧାର୍ମିକ କାର୍ଯ୍ୟକଳାପ ପ୍ରତି ଆପଣଙ୍କର ଆଗ୍ରହ ବଢିବ। ପରିବାରରେ ପାରସ୍ପରିକ ସହଯୋଗର ବୃଦ୍ଧି ଘଟିବ। ବ୍ୟବସାୟରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ। କାର୍ଯ୍ୟର ମନ୍ଥର ଗତି ଯୋଗେ ନିରାଶ ହୁଅନ୍ତୁ ନାହିଁ। ପ୍ରେମ ସମ୍ବନ୍ଧରେ ଆଗ୍ରହୀ ହେବେ। ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ଭଲମନ୍ଦ ବିଚାର କରି ଯେ କୌଣସି କାର୍ଯ୍ୟକଲେ ଆୟ ବୃଦ୍ଧି ହେବ। କାର୍ଯ୍ୟକ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। କର୍ମଚାରୀ ଓ ଶ୍ରମିକ ମାନେ ବେଶି ଉପକୃତ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। ସାଙ୍ଗମାନଙ୍କ ସହିତ ସମୟ ବିତାଇବାକୁ ଭଲ ପାଇବେ। ପ୍ରତିକାର- ଦ୍ରୁଷ୍ଟିହୀନ ଲୋକଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତାରେ ନିଜ ପକ୍ଷ ସବଳ ରହିବ। ଘରୋଇ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ବ୍ୟାପାର କାରବାରରେ ସୁଧାର ଆସିବ। ଅଏସ୍ ଆରାମ ସୁଖ-ସନ୍ତୁଷ୍ଟି ପାଇବାରେ ବାଧା କିଛି ନାହିଁ। ପରକଥାରେ ପଡି ପରିବାରରେ କଳହ ସୃଷ୍ଟି ହୋଇପାରେ। କୌଣସି କାମ ପ୍ରତି ମନ ଲାଗିବ ନାହିଁ। ପ୍ରୋଟିନ ଜାତୀୟ ଖାଦ୍ୟ ଖାଇବା ଆବଶ୍ୟକ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ରାଜନୀତି କ୍ଷେତ୍ରରେ ଧୀରସ୍ଥିର ଭାବରେ ସମସ୍ୟା ସୁଧାରୀ ନେବା ଉଚିତ୍। ବନ୍ଧୁଙ୍କ ଆର୍ଥିକ ସହାୟତାରେ ଖୁସିହେବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ। ପିଲାମାନଙ୍କ କାର୍ଯ୍ୟପ୍ରତି ସତର୍କ ରହିବା ସହ ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ରୋଜଗାର ସମସ୍ୟା ସୁଧୁରି ଯିବ ଓ ଧନ ଲାଭ ହେବାରୁ ମନ ଖୁସି ରହିବ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ। ନୁତନ କାର୍ଯ୍ୟ ନିର୍ଦ୍ୱୋନ୍ଦରେ ଆଗେଇ ନେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କୁମ୍ଭ:-ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ ମୁକ୍ତ ହେବେ। ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରିବା ପାଇଁ ମନ ବଳାଇବେ। ପ୍ରେମିକ ପ୍ରେମିକା ମାନେ କାର୍ଯ୍ୟଦକ୍ଷତା ଦେଖାଇବେ। ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନୂଆଲକ୍ଷ ନିର୍ଦ୍ଧାରିତ କରି ତାହାର ସଫଳତା ପାଇଁ ପ୍ରଯତ୍ନଶୀଳ ରହିବେ। ଆତ୍ମୀୟଙ୍କ ସମ୍ବନ୍ଧୀତ ଚିନ୍ତା ଦୂର ହୋଇ ପାରିବାରିକ ଜୀବନ ଆନନ୍ଦରେ କଟିବା ସହ ଦାମ୍ପତ୍ୟ ସୁଖରେ ଖୁସି ହେବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ବିଦ୍ୟାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପ୍ରତିଯୋଗୀତା ପରୀକ୍ଷା ଏବଂ ସାକ୍ଷାତକାରରେ ବିଜୟୀ ହେବେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବା ସହ ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ନିଜର ସ୍ଵାର୍ଥସିଦ୍ଧି ନିମନ୍ତେ ଅନ୍ୟମାନଙ୍କୁ ସିଡି ରୂପେ ବ୍ୟବହାର କରିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହୋଇ ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!